Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ
ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ କରିବା ସକାଶେ ପଛେଇ ଯାଇପାରନ୍ତି। ଅବଶ୍ୟ ଦ୍ୱିଜା ନକ୍ଷତ୍ର ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି।
ବୃଷ
ବୃଷ
ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଗୁଡ଼ିଏ କାମ ହାତକୁ ନେବାରୁ ଟେନସନ ବଢ଼ିଯିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଓ ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି। ସମ୍ପର୍କୀୟଙ୍କ ହସ୍ତକ୍ଷେପ କର୍ମକ୍ଷେତ୍ରକୁ ସମସ୍ୟାବହୁଳ କରାଇବ।
ମିଥୁନ
ମିଥୁନ
କୌଣସି ମାଙ୍ଗଳିକ କିମ୍ବା ଆନୁଷ୍ଠାନିକ କାମ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ପ୍ରଶାସନିକ, ରାଜନୈତିକ ଅଥବା ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ଆଜିର ଯାତ୍ରା, ପରିବହନ, ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ମାନ୍ଦା ହେବ ନାହିଁ।
କର୍କଟ
କର୍କଟ
ବନ୍ଧୁଙ୍କ ଦ୍ୱାରା ବିବାଦୀୟ କ୍ଷେତ୍ରରୁ ପ୍ରାପ୍ୟ ଆଣିବାରେ ସମର୍ଥ ହେବେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହୋଇପାରିବ। ବ୍ୟବସାୟ ଓ ନିର୍ମାଣ, ପରିବହନରେ ସଫଳତା ହାସଲ କରିପାରନ୍ତି।
ସି˚ହ
ସି˚ହ
ଆଜିର ଗ୍ରହସ୍ଥିତି ଅର୍ଥ, ସମ୍ମାନ, ପ୍ରତିଷ୍ଠାଦି ଗୌରବ ବିମଣ୍ଡିତ କରିପାରନ୍ତି। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ପରିସ୍ଥିତିର ଗୁରୁତ୍ୱ ଦୃଷ୍ଟିରୁ କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି। ସାମାଜିକ ସ୍ତରରେ ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ମଘା ପାଇଁ ହାତଛଡ଼ା ହୋଇପାରେ।
କନ୍ୟା
ପାପଗ୍ରହ କର୍ମକ୍ଷେତ୍ର ପାଇଁ କିଛିଟା ପ୍ରତିବନ୍ଧକ ସୃଷ୍ଟିକଲେ ମଧ୍ୟ ପାରିବାରିକ ଜୀବନ ପାଇଁ କୌଣସି ଅସୁବିଧା ରହିବ ନାହିଁ। ସ୍ବକୀୟ କାର୍ଯ୍ୟଦକ୍ଷତା ହେତୁକ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଓ ଅନୁକମ୍ପା ଲାଭ କରିବେ। ବିଶେଷ କାରଣରୁ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ମନସ୍ତାପ ମଧ୍ୟ କରିବେ। ସାମାଜିକ ସ୍ତରରେ ଆଶା ପୂରଣ ହେବ ।
ତୁଳା
ତୁଳା
ସାହାଯ୍ୟ, ସହଯୋଗ ପ୍ରତ୍ୟେକ କାର୍ଯ୍ୟରେ ସିଦ୍ଧିଲାଭ ପାଇଁ ମାର୍ଗ ଉନ୍ମୁକ୍ତ କରିବ। ବିଭିନ୍ନ ଯୋଜନାର କାମ ହାତକୁ ନେବେ କିନ୍ତୁ ସାମୟିକ ଆର୍ଥିକସ୍ଥିତିକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ ଏବଂ ନିର୍ମାଣ କାର୍ଯ୍ୟ ମଧ୍ୟ ଅଟକିବ ନାହିଁ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁ ମିଳନରୁ ଉତ୍ସାହିତ ହେବାର ସୁଯୋଗ ପାଇବେ।
ବିଛା
ବିଛା
ଦୈହିକ ସୁସ୍ଥତା ସାଙ୍ଗକୁ ନୂତନ କର୍ମରେ ଅନୁପ୍ରବେଶ ମନଃସ୍ଥିତିକୁ ସଂଯମିତ ରଖିବ। ସାଙ୍ଗ ପ୍ରଭାବରେ ପ୍ରଭାବିତ ହୋଇ କିଛି ମନ୍ତବ୍ୟ ପ୍ରଦାନକୁ କେନ୍ଦ୍ରକରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ଯାତ୍ରାରେ କିମ୍ବା କିଣାବିକାରେ ସତର୍କ ରୁହନ୍ତୁ। ପରିଜନଙ୍କ ସାହାଯ୍ୟ ଦ୍ୱାରା ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହେବ।
ଧନୁ
ଧନୁ
ଆଜିର ଶୁଭଯୋଗ ପ୍ରଭାବରେ ଆପଣଙ୍କର କୌଣସି କାମ ଅଟକି ରହିବନାହିଁ। କିନ୍ତୁ ପାରିବାରିକ ଦୁଶ୍ଚିନ୍ତା ବଢ଼ିଯିବା ଦ୍ୱାରା କାମଗୁଡ଼ିକ ମଧ୍ୟ ଶୃଙ୍ଖଳିତ ହୋଇ ନ ପାରେ। ବାଣିଜ୍ୟ ଓ ପରିବହନରେ ସମସ୍ୟା ଦେଖାଦେବାର ସୂଚନା ରହିଛି। କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିବାର ଆଶଙ୍କାକୁ ଏଡିହେବନାହିଁ।
ମକର
ମକର
ଆଜି ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ମନକୁ ଆମୋଦିତ କରିବ। ଆପଣଙ୍କ ପ୍ରତ୍ୟେକ କାମ ସକାଶେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ସାମୟିକ ଭାବରେ ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପୁରାତନ ରୋଗର ନିରାକରଣ ସକାଶେ ମାନସିକ ବ୍ୟଗ୍ରତା ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ବୁଧଙ୍କ ପ୍ରଭାବରେ ଅପ୍ରିୟ ସତ୍ୟ ଭାଷଣ ହେତୁ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେଲେ ମଧ୍ୟ ପ୍ରତିବନ୍ଧକ ଲାଗିରହିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ପଡ଼ୋଶୀ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମୀନମୀନ
ଆଜିର ଗ୍ରହ ପ୍ରଭାବରେ ଶୁଭାଶୁଭ ମିଶ୍ରିତଫଳ ଅନୁଭବ କରିବେ। ରାଜନୀତିରେ ସଫଳତା ହାସଲ କରିପାରନ୍ତି। ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିବାର ସୂଚନା ରହିଛି। ତରବରିଆ ଭାବେ କୌଣସି କାମ ନ କରି ଦେଖିଚାହିଁ ପଦକ୍ଷେପ ନେବା ଭଲ ହେବ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri