Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ବିରୋଧୀ ହୋଇପାରନ୍ତି। ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ।
ବୃଷ
ବୃଷ
ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ସ୍ଥିତି ମଧ୍ୟ ଭଲ ରହିବ। ବନ୍ଧୁଙ୍କ ସହ ଆଲୋଚନା ପରିସରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବେ। କୃତ୍ତିକା ନକ୍ଷତ୍ରର ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମିଳନ ମାଧ୍ୟମରେ ଦିନଟି ଅତିବାହିତ କରିବେ। ମତାନ୍ତର ଜନିତ କର୍ମ ଓ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଉପୁଜିପାରେ।
ମିଥୁନ
ମିଥୁନ
ସାଧାରଣ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ ଅନ୍ୟଥା ଆପଣ ହିଁ ସମସ୍ୟାର କେନ୍ଦ୍ରବିନ୍ଦୁ ହୋଇ ପଡିବେ। ଆଗାମୀ ମାଙ୍ଗଳିକ କିମ୍ବା ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବଢ଼ିପାରେ। ଆରଦର୍‌ରା ନକ୍ଷତ୍ରର କଚେରି ମାମଲା କ୍ଷେତ୍ରରେ ନୈରାଶ୍ୟଜନକ ସ୍ଥିତି ଦୂରେଇଯିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ, ଭ୍ରମଣ ସୁଖ, ବନ୍ଧୁଙ୍କ ଆତିଥ୍ୟ ପ୍ରଦାନ ଯୋଗୁ ଖୁସି ରହିବେ। ଅତି ନିକଟରେ ରହୁଥିବା ମିତ୍ରମାନେ କିଛି ପାଇବା ଆଶାରେ ପ୍ରଶଂସା ଗାନ କରିପାରନ୍ତି। କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବିବାଦୀୟ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ନୀରବ ରହିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ଆଜିର ଗ୍ରହସ୍ଥିତି ଏକାଧାରରେ ଅର୍ଥ, ସମ୍ମାନ ଓ ନୂତନ ସମ୍ପର୍କ ସୃଷ୍ଟିରେ ସାହାଯ୍ୟ କରିବ। ଅତୀତ ଘଟଣାର ସମୀକ୍ଷା କରି ଭାବବିହ୍ବଳ ହେବା ସାଙ୍ଗକୁ ପ୍ରକୃତ ଉଦ୍ଦେଶ୍ୟକୁ ଉପସ୍ଥାପିତ କରିପାରିବେ ନାହିଁ। ପରୀକ୍ଷା, ସାହିତ୍ୟ ସାଧନା କ୍ଷେତ୍ରରୁ ପ୍ରଶଂସିତ ହେବେ। ଉତ୍ତରା ଫାଲଗୁନୀ ନକ୍ଷତ୍ରର ପାରିବାରିକ ସମସ୍ୟା ଦୂର ହେବାର ସୂଚନା ରହିଛି ।
କନ୍ୟା
ଦୀର୍ଘଦିନର ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ହେବାରୁ ସାମୟିକ ଖୁସି ରହିବେ। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ହସ୍ତା ନକ୍ଷତ୍ରର କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ରାଦି କ୍ଷେତ୍ରରେ ଥିବା ସମସ୍ୟା ସୁଧୁରି ଯିବ। ପଡ଼ୋଶୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇ ବିବାଦ ଭିତରକୁ ଟାଣି ହୋଇପାରନ୍ତି।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ସକାଶେ ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବ ମାତ୍ର ନିଜକୁ ଟିକିଏ ନରମି କହିବାକୁ ପଡ଼ିପାରେ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଏବଂ ଆପଣଙ୍କ କାମରେ ସହଯୋଗ ମଧ୍ୟ କରିବେ। ନିର୍ମାଣ କିମ୍ବା କୌଣସି ଗୁରୁତ୍ୱପୂର୍ଣ୍ଣ କାମରେ ଟଙ୍କା, ପଇସାର ଘୋର ଅଭାବ ପରିଲକ୍ଷିତ ହୋଇପାରେ ।
ବିଛା
ବିଛା
ଉଚ୍ଚରାଶିସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ଯେଉଁ କାମରେ ହାତଦେବେ ସଫଳତା ପାଇବେ। ଲୋକସମ୍ପର୍କ ବୃଦ୍ଧି ପାଇବାରେ ନିଜ ଲୋକ ପ୍ରତିବନ୍ଧକ ସୃଷ୍ଟି କରିବେ। କର୍ମକ୍ଷେତ୍ରରେ ଥିବା ସମୟରେ ବନ୍ଧୁଙ୍କ ବିଷୟରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଘରୋଇ ସମସ୍ୟା ପ୍ରସଙ୍ଗରେ ପର କଥାରେ ଘର ଲୋକଙ୍କୁ ଭୁଲ୍‌ ବୁଝିବେ।
ଧନୁ
ଧନୁ
ବନ୍ଧୁଙ୍କ ଆହ୍ବାନ କ୍ରମେ ଶୁଭକାର୍ଯ୍ୟରେ ଯୋଗଦେବାର ସୂଚନା ରହିଛି। ରାଜନୀତି, ପ୍ରକାଶନ, ଗବେଷଣା ଓ ଆନୁଷ୍ଠାନିକ କିମ୍ବା ଧାର୍ମିକ କାର୍ଯ୍ୟ ସକାଶେ ସମୟ ଦେଇପାରନ୍ତି। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ସଭା ସମିତିରେ ସୁନାମ ଅର୍ଜନ କରିବେ। ପୂର୍ବାଷାଢ଼ା ନକ୍ଷତ୍ର ସକାଶେ ଆଜି ଅର୍ଥ ଓ ପାରିବାରିକ କ୍ଷେତ୍ର ପୂର୍ବବତ୍‌ ଅକ୍ଷୁଣ୍ଣ ରହିବ।
ମକର
ମକର
ଆପଣଙ୍କ କଥା ଓ କାମରେ ତାଳମେଳ ନ ରହିବାରୁ ଉପରିସ୍ଥ ଅଧିକାରୀଙ୍କ ଦ୍ୱାରା ଭର୍ତ୍ସିତ ହେବେ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଆଶା ପୂରଣ ହେବାରେ ବନ୍ଧୁ ସାହାଯ୍ୟ କରିବେ। ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ସଭାସମିତିରେ, ଆଲୋଚନା କ୍ଷେତ୍ରରେ, ଗଠନମୂଳକ କାମରେ ଶୁଭଫଳ ପାଇବେ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟା ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ। ଭୁଲ୍‌ ବୁଝାମଣା ଓ ସନ୍ଦେହ କାରଣରୁ ନିଷ୍ପତ୍ତି ନେବାରେ ସମୟ ଲାଗିପାରେ। ଯାତ୍ରାସମୟରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅନୁତାପ କରିବାକୁ ପଡ଼ିବ। ଶତଭିଷା ନକ୍ଷତ୍ରର ବ୍ୟବସାୟ, ସଭାସମିତି, ନୂତନ କର୍ମାରମ୍ଭ ପାଇଁ ଅସୁବିଧା ହେବନାହିଁ।
ମୀନମୀନ
ରେବତୀ ନକ୍ଷତ୍ର ନିଜେ କଷ୍ଟ ସ୍ବୀକାର କଲେ ମଧ୍ୟ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ସ୍ବାର୍ଥ ସାଧନର ମସୁଧା କରି ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରି ଆମତ୍ତୃପ୍ତି ଅନୁଭବ କରିପାରନ୍ତି।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri