Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୪ ତାରିଖ– Daily Horoscope

ମେଷ
ଶନି ଦୃଷ୍ଟ ଚନ୍ଦ୍ର ହେତୁ ସାମାଜିକ ସ୍ତରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ। ସ୍ଥଗିତ କାମ ପାଇଁ ଘର ଲୋକଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ରୋଗପୀଡ଼ା ଉପଶମ ହେବ ଏବଂ ଶାରୀରିକ ସୁସ୍ଥତା ଫେରିଆସିବ।
ବୃଷ
ବୃଷ
ଉଚ୍ଚାରୋହୀ ଶୁକ୍ରଙ୍କ ଯୋଗୁ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆନନ୍ଦ ଅନୁଭବ କରିବେ। ଆନୁଷ୍ଠାନିକ କାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ପାଇଁ ଅସୁବିଧା ହେବ ନାହିଁ। ଆଜିର ଶୁଭଚନ୍ଦ୍ର ଯାତ୍ରା, ଧର୍ମକାର୍ଯ୍ୟ, ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ। କର୍ମକ୍ଷେତ୍ରରେ ଉତ୍ତେଜିତ ହୋଇ ଭୁଲ୍‌ କରିପାରନ୍ତି।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ କୋଣାବସ୍ଥାନ ହେତୁ ଅର୍ଥନୈତିକ ଦୃଷ୍ଟିକୋଣରୁ ଦିନଟି ଭଲରେ ଅତିବାହିତ ହେବ। ପାରିବାରିକ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତାର ସହ ତୁଲାଇବେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କୌଣସି ବନ୍ଧୁଙ୍କ ସହ ସମ୍ପର୍କ ହାନି ହୋଇପାରେ।
କର୍କଟ
କର୍କଟ
ବ୍ୟୟାଧିପ ସପ୍ତମସ୍ଥ ଯୋଗୁ ଆର୍ଥିକ ଅନଟନ ହେତୁ ଚାହୁଁଥିବା ଜିନିଷ ପ୍ରାପ୍ତିର ଆଶା ପୂରଣ ହୋଇପାରିବ ନାହିଁ। ପରିବହନ, କ୍ରୀଡ଼ା ଓ ଚଳଚ୍ଚିତ୍ର, ସଭାସମିତି କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପାରସ୍ପରିକ ଭୁଲ୍‌ ନିଷ୍ପତ୍ତି ହେତୁ ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ।
ସି˚ହ
ସି˚ହ
ଶନିକ୍ଷେତ୍ରସ୍ଥ ରବି ହେତୁ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ଚାଲିବା ସାଙ୍ଗକୁ ପାରିବାରିକ ସ୍ଥିରତା ହଠାତ୍‌ ଆସି ନପାରେ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରି ସମସ୍ୟା ସୃଷ୍ଟି କରିପାରନ୍ତି। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି।। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ।
କନ୍ୟା
ବୃହସ୍ପତିଙ୍କ ପ୍ରଭାବରେ ନିଜ ପରିସରର ବ୍ୟକ୍ତିମାନଙ୍କ ଅନୁରୋଧ କ୍ରମେ ଜନମଙ୍ଗଳ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। କଳା, କାରିଗରି, ନିର୍ମାଣ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତିତ ରହିପାରନ୍ତି।
ତୁଳା
ତୁଳା
ନୀଚସ୍ଥ ଗୁରୁଙ୍କ ଯୋଗୁ ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ ମନ ଭଲ ଲାଗିବ ନାହିଁ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ କିନ୍ତୁ ଦୀର୍ଘ ସମୟ ଅପେକ୍ଷା କରିବାକୁ ପଡ଼ିବ। ପରିବାରରେ ସୁଖଶାନ୍ତି ବଜାୟ ରହିବା ଲାଗି କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପଡ଼ିବ।
ବିଛା
ବିଛା
କର୍ମାଧିପତିଙ୍କ ଭାଗ୍ୟସ୍ଥାନକୁ ଦୃଷ୍ଟି ହେତୁ ଆଜିର କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ମନୋରଞ୍ଜନ, ଯାତ୍ରା, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ ଆଗ୍ରହୀ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାରୁ ଟେନସନ୍‌ ବଢ଼ିପାରେ। ମାଲିମକଦ୍ଦମାରେ ବିଜୟ ଆଶା କରିବେ।
ଧନୁ
ଧନୁ
ପୂର୍ବ ସ୍ଥିରୀକୃତ କୌଣସି ନୂତନ ଯୋଜନା କାର୍ଯ୍ୟକାରୀ କରିବେ। ବିବାଦୀୟ ଘଟଣା ସକାଶେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଅପେକ୍ଷା କରିବାକୁ କହି ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଭାବିଚିନ୍ତି କାମ ନ କଲେ ଅସୁବିଧାର ସମ୍ମୁଖୀନ ହେବେ।
ମକର
ମକର
ଦୀର୍ଘଦିନର ଅବସୋସ ମେଣ୍ଟିଯିବ ଏବଂ ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ରହିବ। ମାନସିକ ଚାପ କାରଣରୁ ରକ୍ତଚାପ ବଢ଼ିପାରେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବେ। କାଳେ ଆପଣ କିଛି ସାହାଯ୍ୟ ମାଗିବେ, ଏହି ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।
କୁମ୍ଭ
କୁମ୍ଭ
ନୂତନ କର୍ମସସ୍ଥାନ ପାଇଁ ମନ ଦେଇପାରନ୍ତି, କିନ୍ତୁ କେତୁ ସମସ୍ୟା ସୃଷ୍ଟି କରିପାରନ୍ତି। ଯେକୌଣସି କାମ ହେଉ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଆଜିର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ଅନ୍ୟଥା ଅନୁତାପ କରିବା ସାର ହେବ।
ମୀନମୀନ
କେତେକ କାମରେ ପ୍ରତିବନ୍ଧକ ଯୋଗୁ ଆଶାନୁଯାୟୀ ଅଗ୍ରଗତି ହୋଇପାରିବ ନାହିଁ। କୌଣସି ବନ୍ଧୁ ଠିକ୍‌ ଖବର ଦେବାରେ ହେଳା କରିବା ଯୋଗୁ ଅସୁବିଧା ସୃଷ୍ଟି ହୋଇପାରେ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ସହକର୍ମୀଙ୍କ ସହ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?