Posted inRasifala

ରାଶିଫଳ: ସୋମବାର, ଜାନୁଆରୀ ୪ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ସିଂହରାଶିରେ ରହି ଲାଭ ସ୍ଥାନକୁ ଦେଖୁଥିବାରୁ ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟସିଦ୍ଧି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସକାଶେ ଘରକୁ ବନ୍ଧୁ ଆଗମନ ଘଟିବ। ସଭାସମିତିରେ ସୀମା ଭିତରେ ନ ରହିଲେ ସାଧାରଣ କଥାରେ ସମସ୍ୟା ଆସିବ। ପାରିବାରିକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଅନୁଭବ କରିବେ ।
ବୃଷ
ବୃଷ
କର୍ମାଧିପ ଭାଗ୍ୟାଧିପତିଙ୍କ ସହ ଥିବାରୁ ବିଭିନ୍ନ କ୍ଷେତ୍ରରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ପ୍ରଶାସନିକ ସ୍ତରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍ ଦୂର ହେବ । ବ୍ୟବସାୟ, କଳା, ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ । ବନ୍ଧୁଙ୍କ ସାହାଯ୍ୟରେ କାମ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ବ୍ୟୟାଧିପ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ମନକଥା ଗୋପନ ନ ରଖିପାରି ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟା ଦୂର କରିବାକୁ ସକ୍ଷମ ହେବେ।
କର୍କଟ
କର୍କଟ
ରାଶ୍ୟାଧିପ ଧନସ୍ଥାନରେ ଅବସ୍ଥାନ କରି ଆର୍ଥିକ ଦୂରବସ୍ଥାକୁ ସୁଧାରି ନେଇପାରନ୍ତି । କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ସମସ୍ୟା ଭିତରକୁ ଟାଣି ହୋଇଯିବେ । ନିର୍ମାଣ, ଯୋଗାଯୋଗ, ପ୍ରେସ୍, ପବ୍ଲିକେଶନ, ଆଲୋଚନା ଓ ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପ୍ରତୀକ୍ଷିତ ଖବରଟି ଆଜି ପାଇ ଖୁସି ହେବେ।
ସି˚ହ
ସି˚ହ
ତିନୋଟି ଗ୍ରହ କୋଣସ୍ଥାନରେ ରହିଥିବାରୁ ଆଜି ହଠାତ୍ ନୂତନ ଯୋଜନା ଆରମ୍ଭ କରିବେ। ମୌଖିକ ଆଲୋଚନା ନ କଲେ ସହଯୋଗ ଅଭାବରୁ ତାହା ମଉଳି ଯାଇପାରେ । ପରିସ୍ଥିତିବଶତଃ ଆପଣ କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ । ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାରେ ପଡ଼ିପାରନ୍ତି ।
କନ୍ୟା
ଶନି ସହ ବୃହସ୍ପତିଙ୍କ ସ୍ଥିତି ପ୍ରଭାବରେ ସନ୍ଦେହୀ ମନୋଭାବ ହେତୁ କେତେକ ସମସ୍ୟା ଦେଖାଦେବ। ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଆପଣଙ୍କ ସକାଶେ ଦୁଶ୍ଚିନ୍ତାର କାରଣ ହୋଇପାରେ । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।
ତୁଳା
ତୁଳା
ଚନ୍ଦ୍ରଙ୍କ ସହ ଶନିଙ୍କ ଷଡାଷ୍ଟକ ସ୍ଥିତି ହେତୁ କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ। ଆଜି ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ପରିସ୍ଥିତିର ତାଡନାରେ ଅଫିସରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ ।
ବିଛା
ବିଛା
ନିଜର ମଣୁଥିବା ବ୍ୟକ୍ତି ଆପଣଙ୍କ ପଛରେ ବିଭିନ୍ନ କଥା କହିବେ। ଆପୋଷ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ । ଚନ୍ଦ୍ରଙ୍କ ସ୍ଥିତି ପ୍ରଭାବରେ ଭାବୁଥିବା କାମଟିକୁ ଠିକ୍ ସମୟରେ ଶେଷ କରି ଖୁସି ହେବେ। କଳା, ସାହିତ୍ୟ, ଗବେଷଣା, ଅନୁସନ୍ଧାନ କ୍ଷେତ୍ରରେ ସମସ୍ୟା ସମାଧାନ ଆଶା ରହିଛି ।
ଧନୁ
ଧନୁ
ଯେତେ ସମସ୍ୟା ଆସିଲେ ମଧ୍ୟ ତାହାର ସାମ୍ନା କରିବା ସଫଳ ହେବେ । ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଉତ୍ତରାଷାଢା ନକ୍ଷତ୍ର ସହକର୍ମୀ କିମ୍ବା ପ୍ରେମିକାଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ । ଯୁକ୍ତିତର୍କ କାରଣରୁ ପରିବାରରେ ସ୍ତ୍ରୀଙ୍କ ସହ ମନାନ୍ତର ସୃଷ୍ଟି ହେବ ।
ମକର
ମକର
ସ୍ବଗୃହୀ ଶନି ନିଜ ରାଶିରେ ବଳବାନ ହେତୁ ଅସୁସ୍ଥତା ଦୂରେଇଯିବ । ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାର ବଦଳି ଯିବ, ଯାହା କି ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ଆଶାରେ ପଡ଼ୋଶୀ ବିନୟପୂର୍ଣ୍ଣ କଥା କହିପାରନ୍ତି । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ ।
କୁମ୍ଭ
କୁମ୍ଭ
ସ୍ବଗୃହୀ ମଙ୍ଗଳଜନିତ କାମ ହାସଲ ସକାଶେ ଆଗନ୍ତୁକଟି ମୁହଁ ସାମନାରେ ପ୍ରଶଂସା ଓ ପଶ୍ଚାନ୍ତେ ସମାଲୋଚନା କରିପାରନ୍ତି । ବନ୍ଧୁମିଳନ, ସଂଗଠନ, ସଭାସମିତି କିମ୍ବା ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରର ଭିତର ସମସ୍ୟା ସମ୍ପର୍କୀୟଙ୍କ ଚେଷ୍ଟାରେ ସମାଧାନ ହୋଇଯିବ । ଜଣେ ପଡୋଶୀ ସାହାଯ୍ୟର ପ୍ରତିଶ୍ରୁତି ଦେଇ ଆଶା ପୂରଣ କରିବେ ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବୁଧଙ୍କ କୁପ୍ରଭାବରେ ବନ୍ଧୁଙ୍କ ଖାପଛଡା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ । ଅବଶ୍ୟ ନିଜର କାର୍ଯ୍ୟ ଦକ୍ଷତା ହେତୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri