Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ
ଆଜି ଯେଉଁ କାମ କରନ୍ତୁନା କାହିଁକି, ଅବଶ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ। କର୍ମକ୍ଷେତ୍ରରେ ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ କିଛି ଅସୁବିଧା ହେବନାହିଁ। ସଭାସମିତି,ମନୋରଞ୍ଜନ,ସଙ୍ଗୀତ ଚର୍ଚ୍ଚା, କଳା, ସାହିତ୍ୟ ସବୁ ଦିଗରୁ ଖୁସୀ ମନେଇବେ। ଅନାବଶ୍ୟକ ଭାବରେ ଅତ୍ୟଧିକ ଖର୍ଚ୍ଚାନ୍ତ ହେବାକୁ ପଡିପାରେ।
ବୃଷ
ବୃଷ

ଆଜି ନୂତନ ବାଣିଜ୍ୟାରମ୍ଭ,ଆଲୋଚନା,ବନ୍ଧୁ ମିଳନ ପାଇଁ ସୁନ୍ଦର ସୁଯୋଗ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ କାମ ହାସଲ ପାଇଁ ଖୋରାକ ଯୋଗାଇବ। କୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା, ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢିପାରେ।

ମିଥୁନ
ମିଥୁନ
ସ୍ବାସ୍ଥ୍ୟସମସ୍ୟା ଦୁଶ୍ଚିନ୍ତାର କାରଣପାଲଟିଯାଇପାରୋ ଫେରିଯାଇଥିବା ବନ୍ଧୁ ଘରକୁ ପୁଣି ଲେଉଟିଆସିବେ, ଯଦ୍ଦ୍ବାରା ଆପଣ ଖୁସୀ ହେବେ ନାହିଁ। ବାକିଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଭଲ ନ ହୋଇପାରେ।
କର୍କଟ
କର୍କଟ
ଉପକୃତ ବ୍ୟକ୍ତିମାନଙ୍କ ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ। ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାଗୁଡିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ପ୍ରତି ଜଗି ରଖି ନ ଚଳିଲେ ଅସୁବିଧାର ସମ୍ମୁଖୀନ ହେବେ। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କଠାରୁ ନାସ୍ତି ସୂଚକ ବାକ୍ୟ ଶୁଣି ବିଷାଦଗ୍ରସ୍ତ ହୋଇପାରନ୍ତି। ହଜି ଯାଇଥିବା ଜିନିଷ ପୁଣି ଫେରି ପାଇବେ, ଅବଶ୍ୟ କିଛି ସମୟ ହଇରାଣ ହେବାକୁ ପଡିବ।
କନ୍ୟା
ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ। ବିଶେଷ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ପ୍ରକାରର କଟୁ କଥା କହିପାରନ୍ତି।
ତୁଳା
ତୁଳା
ବନ୍ଧୁମାନଙ୍କୁ କର୍ମକ୍ଷେତ୍ରରେ ନୂତନ ଦିଗ୍‌ଦର୍ଶନ ଦେଇ ପ୍ରଶଂସିତ ହେବେ। ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା ଯୋଗାଡ କରିବାରେ ସକ୍ଷମ ହେବେ। ଅତି ନିକଟରେ ରହି ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରହନ୍ତୁ, ଯାହା କି ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ।
ବିଛା
ବିଛା
କିଛି ନୂଆଁ କାମ ଆରମ୍ଭ କରିବା ସକାଶେ ମନ ବଳିବ ଏବଂ ଏଥିପାଇଁ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ମଧ୍ୟ ପାଇଯିବେ। କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିପାରେ। କଠିନଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଉପରିସ୍ଥଙ୍କ ସହାୟତାରେ କର୍ମକ୍ଷେତ୍ରରେ ଲାଗି ରହିଥିବା ଟେନସନ୍‌ ଦୂର ହେବ। ଆଶା ପୂରଣ ହେବା ମାନସରେ ଅନ୍ୟର ପ୍ରହେଳିକାପୂର୍ଣ୍ଣ କଥାରେ ପଡି ପଛରେ ଦୌଡିପାରନ୍ତି। ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା, ବାଣିଜ୍ୟ, କଳା ଓ ସାହିତ୍ୟାଦିରେ ପ୍ରଶଂସିତ ହେବେ।
ମକର
ମକର

ନୂତନ ବନ୍ଧୁତା ସ୍ଥାପନ କରିବା ଦିଗରେ ଆଜି ଦିନଟି ସ୍ମରଣୀୟ ହୋଇ ରହିବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗଁୁ ମଉଜ ମଜଲିସ୍‌ରେ ସମୟ ଅତିବାହିତ କରିବେ। ଆଲୋଚନା କ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।

କୁମ୍ଭ
କୁମ୍ଭ
ନିଜର ଅବହେଳା ଓ କାଳକ୍ଷେପଣ ନୀତି ଯୋଗଁୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ପାରିବାରିକ କ୍ଷେତ୍ରରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। ପ୍ରେସ୍‌ ଓ ପବ୍ଲିକେଶନ, ଗବେଷଣା, ଅନୁସନ୍ଧାନରେ ଆଶାନୁଯାୟୀ ଫଳ ପାଇବେ।
ମୀନମୀନ

ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି,ଏଣୁ ସତର୍କ ରହିବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri