

ଆଜି ନୂତନ ବାଣିଜ୍ୟାରମ୍ଭ,ଆଲୋଚନା,ବନ୍ଧୁ ମିଳନ ପାଇଁ ସୁନ୍ଦର ସୁଯୋଗ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ କାମ ହାସଲ ପାଇଁ ଖୋରାକ ଯୋଗାଇବ। କୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା, ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢିପାରେ।








ନୂତନ ବନ୍ଧୁତା ସ୍ଥାପନ କରିବା ଦିଗରେ ଆଜି ଦିନଟି ସ୍ମରଣୀୟ ହୋଇ ରହିବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗଁୁ ମଉଜ ମଜଲିସ୍ରେ ସମୟ ଅତିବାହିତ କରିବେ। ଆଲୋଚନା କ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ।


ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି,ଏଣୁ ସତର୍କ ରହିବା ଭଲ।

