Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ
ଆଜି ଆପଣ ହସ,ଖୁସୀ ଓ ଆନନ୍ଦ ମଧ୍ୟରେ ସମୟ କଟାଇବେ। ଦ୍ୱିଜା ନକ୍ଷତ୍ରର ପ୍ରତ୍ୟୁଷ ଯାତ୍ରା, ଆଗାମୀ କାଲିର ଆନୁଷ୍ଠାନିକ କାମ ପାଇଁ ଉସତ୍ାହ ବୃଦ୍ଧିପାଇବ। ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇ ଉଠିବ। ରହିଯାଇଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
ବୃଷ
ବୃଷ
କୃତ୍ତିକା ନତ୍ରର ଅଟକି ରହିଥିବା କାମ ସମ୍ପନ୍ନ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ଅନ୍ୟମାନେ ସହି ନ ପାରି ଭିନ୍ନ ମନ୍ତବ୍ୟ ଦେଇ ପାରନ୍ତି। ସବୁଥିରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ବ୍ୟୟ ବୃଦ୍ଧି ଯୋଗଁୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରନ୍ତି।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ର ଆଜି ଯେତିକି ଅର୍ଥ ପାଇବେ ପ୍ରତିଦାନରେ ତାହାଠାରୁ ଅଧିକ ଖର୍ଚ୍ଚ କରିବାକୁ ପଡିବ। ଅନ୍ୟମାନଙ୍କ କଥାରେ ଭାସିଯାଇ ପରେ ଅନୁତାପ କରିବାକୁ ପଡ଼ିପାରେ। ଅଧିକାଂଶ କ୍ଷେତ୍ରରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
କର୍କଟ
କର୍କଟ
ଆଜି ଈର୍ଷାପରାୟଣ ହୋଇ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଅଶ୍ଳେଷା ନକ୍ଷତ୍ର ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ମିଳିବ ନାହିଁ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଅଭିଯୋଗ ଆସିପାରେ। ଘରୋଇ କଥାରେ ମତ ପାର୍ଥକ୍ୟ ସୃଷ୍ଟି ହେବାରୁ ସ୍ତ୍ରୀ/ସ୍ବାମୀଙ୍କ ସହ ଆଲୋଚନା କରିପାରନ୍ତି।
ସି˚ହ
ସି˚ହ
ଆଜି ପୂର୍ବାଫାଲଗୁନୀ ନକ୍ଷତ୍ର ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। କିନ୍ତୁ ପରିସ୍ଥିତି ବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ। ପୃଷ୍ଠପୋଷକତା ଅଭାବରୁ କାମଗୁଡିକ ସୁବିଧାରେ ହୋଇପାରିବ ନାହିଁ।
କନ୍ୟା
ଆଜି କୌଣସି ସ୍ପର୍ଶକାତର କଥା ସକାଶେ ଟେନ୍‌ସନ୍‌ ଲାଗି ରହିବ। ହସ୍ତା ନକ୍ଷତ୍ର ହଠାତ୍‌ ବନ୍ଧୁଙ୍କ ଗୃହକୁ ଯିବା ସକାଶେ ସଜବାଜ ହୋଇପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ। ରୋଗୀଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ, ବିଶେଷତଃ ଖାଦ୍ୟପେୟରେ ସତର୍କ ରୁହନ୍ତୁ।
ତୁଳା
ତୁଳା
ଆସନ୍ତାକାଲିର କାର୍ଯ୍ୟ ସକାଶେ ଆଜି ବିଶେଷ ଆଲୋଚନା ସହ ଚିନ୍ତା ମଧ୍ୟ କରିବେ। ହଠାତ୍‌ କୌଣସି ବାଧିଲାଭଳି କଥା ବନ୍ଧୁଙ୍କ ମୁଖରୁ ଶୁଣି ଦୁଃଖପ୍ରକାଶ କରିପାରନ୍ତି। ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗଁୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ। ସ୍ବାତୀ ନକ୍ଷତ୍ର ଯାହା ଆଶା କରୁଥିଲେ କିଛି ପରିମାଣରେ ଅବଶ୍ୟ ପାଇବେ।
ବିଛା
ବିଛା
ସମ୍ପର୍କୀୟମାନେ କ୍ରମଶଃ ଦୂରେଇ ରହୁଥିବାର ଅନୁଭବ କରିବେ। ଭୁଲ୍‌ ବୁଝାମଣାଜନିତ ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାରେ ପଡ଼ି ବ୍ୟସ୍ତ ହୋଇପାରନ୍ତି। ବିଶାଖା ନକ୍ଷତ୍ର କଳା, ସାହିତ୍ୟ ଓ ବନ୍ଧୁ ମିଳନ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବାର ସୂଚନା ରହିଛି।
ଧନୁ
ଧନୁ
ଆଜି ଅର୍ଥ ଲାଭ ସଙ୍ଗକୁ ବନ୍ଧୁମାନଙ୍କ ବଦାନ୍ୟତାରୁ ସମ୍ମାନ ପାଇବେ। ଭାଙ୍ଗି ପଡିଥିବା ସମ୍ପର୍କକୁ ପୁଣି ଯୋଡିବାକୁ ଚେଷ୍ଟା କରି ମଧ୍ୟ କିଛି ଲାଭ ପାଇବେ ନାହିଁ। ମୂଳା ନକ୍ଷତ୍ର ସାହାଯ୍ୟ, ସହଯୋଗ ଲାଭକରି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି କରିବେ। ଦୀର୍ଘଦିନର ପାରିବାରିକ ସମସ୍ୟାର ସରଳ ସମାଧାନ କରିପାରନ୍ତି।
ମକର
ମକର
ମନକଥା ମନରେ ରଖି କଅଁଳ କଥା କହି ପରକୁ ଆପଣାର କରିପାରିବେ। ପ୍ରଶଂସା ଓ ପ୍ରୋତ୍ସହନ ପାଇ ନିଜର ଭାବାବେଗକୁ ରୋକି ପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଶ୍ରବଣା ନକ୍ଷତ୍ର ସକାଶେ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଏକ ଅଜଣା ଆଶଙ୍କାରେ ମନ ଉଦ୍‌ବେଳିତ ହୋଇପାରେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନଟା ଭାରାକ୍ରାନ୍ତ ରହିବ। ସବୁ କାମ ନିରୁସତ୍ାହିତ ଭାବେ କରିବେ ଏବଂ କୌଣସିଥିରେ ଆନ୍ତରିକତା ନ ଥିବ। ପୂର୍ବଭାଦ୍ରବ ନକ୍ଷତ୍ର ନିର୍ମାଣାଦି କାମରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ।
ମୀନମୀନ
ରେବତୀ ନକ୍ଷତ୍ର ପାଇଁ ଆଜି ଆର୍ଥିକ ଅନଟନ ଓ ସ୍ବାସ୍ଥ୍ୟ ସମସ୍ୟା ଭାରାକ୍ରାନ୍ତ କରିବ। ଯେତେ ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିବ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ମଧ୍ୟାହ୍ନରେ ଉଚ୍ଚବାଚ ଘଟିପାରେ। ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri