Posted inRasifala

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୮ ତାରିଖ – Daily Horoscope

ମେଷ
ଆଜିର ଜନ୍ମ ଚନ୍ଦ୍ର ଜୀବନଯାତ୍ରାକୁ ସାବଲୀଳ କରାଇବାରେ ସହାୟକ ହେବ। ହଜିଲା ବଳଦ ଖୋଜିଲା ଠେଇଁ ପରି ହାତ ପାଆନ୍ତାକୁ ସୁବିଧା,ସୁଯୋଗ ଜୁଟିଯିବ। ପ୍ରତ୍ୟେକ ଦିଗରୁ ଲାଭବାନ୍‌ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବେ। ସ୍ଥଗିତ କାମ ତ୍ୱରାନ୍ବିତ ହେବ। ଉପସ୍ଥିତ ବୁଦ୍ଧି ଖଟାଇ ପ୍ରତିକୂଳ ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ମୃଗଶିରା ନକ୍ଷତ୍ର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଚାପରେ ପଡ଼ି ଏକାଧିକ କାମ ହାତକୁ ନେଇ ବିବ୍ରତ ହୋଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍‌ସନ ବୃଦ୍ଧି ପାଇପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ସମ୍ପର୍କୀୟଙ୍କ ଭିତିରି ଶତ୍ରୁତାରୁ ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅନ୍ୟମାନଙ୍କ କାନକୁହା କଥା ଉପର ଅଧିକାରୀମାନେ ଖପ୍ପା ହୋଇପାରନ୍ତି। ଗୋପନ କଥାକୁ ମନରେ ରଖିପାରିବେ ନାହିଁ, ଅନ୍ୟକୁ କହି ସମାଲୋଚିତ ହେବେ।
କର୍କଟ
କର୍କଟ
ପାରିବାରିକ ଜୀବନରେ ବିପରୀତ ବାତାବରଣ ସୃଷ୍ଟି କରିବା କାରଣରୁ ମନ ବିଷାଦିତ ରହିବ। ସାଧାରଣ କଥାକୁ କେନ୍ଦ୍ରକରି ଅଶାନ୍ତ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ଆନୁଷ୍ଠାନିକ କାମ ଓ ସଭାସମିତିରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ କାର୍ଯ୍ୟରେ ସହମତି ପ୍ରକାଶ କରିବେ। ପିଲାଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇଯାଇପାରନ୍ତି। ଦୀର୍ଘଦିନରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇ ମନ ଖୁସି ହୋଇଯିବ। ଆର୍ଥିକ ସ୍ବଚ୍ଛଳତା ଥିଲେ ମଧ୍ୟ ଆବଶ୍ୟକତା ପୂରଣ ସକାଶେ ଧନ୍ଦିହେବାକୁ ପଡ଼ିପାରେ।
କନ୍ୟା
ବହୁବିଧ ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ସହକର୍ମୀଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ପାରିବାରିକ, ବ୍ୟବସାୟିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ତୁଳା
ତୁଳା
ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ଖୁସି ରହିବେ ଏବଂ କାବ୍ୟ, ସାହିତ୍ୟ, କଳା, କାରିଗରି ପ୍ରତି ରୁଚି ବଳିବ। ଶୁକ୍ରଙ୍କ ପ୍ରଭାବରୁ ବିଳାସବ୍ୟସନ ଦିଗକୁ ମନ ବଳାଇପାରନ୍ତି। ବାଣିଜ୍ୟ, ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବିଛା
ବିଛା
କୌଶଳରେ କାମ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ। ପ୍ରଶାସନିକ ସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇପାରିବ। ପ୍ରିୟ ବ୍ୟକ୍ତିଙ୍କ ସହଯୋଗରୁ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କ୍ରୀଡ଼ା, ଚଳଚ୍ଚିତ ୍ରଓ କଳା ସାହିତ୍ୟରେ ସମସ୍ୟା ସମାଧାନ ଆଶା କ୍ଷୀଣ ରହିଛି।
ଧନୁ
ଧନୁ
ସାମାନ୍ୟ ବଚସାରୁ ପ୍ରିୟବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ପିଲା ମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ସକାଳୁ ଅର୍ଥ ସାହାଯ୍ୟ ଆଶାରେ ବନ୍ଧୁଙ୍କୁ ବିଭିନ୍ନ କଥା କହି ସଫଳତା ହାସଲ କରିବେ। ଶିକ୍ଷାକ୍ଷେତ୍ରରେ, ପରୀକ୍ଷାରେ, ଆଲୋଚନାରେ, ତର୍କବିତର୍କରେ, ଆଶାନୁଯାୟୀ ସୁଫଳ ପାଇ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପାଖ ପଡ଼ୋଶୀମାନଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ।
କୁମ୍ଭ
କୁମ୍ଭ
ସମସ୍ୟା ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ, ବିବାଦ, ତର୍କ, ଆଲୋଚନା, କ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ଆପଣଙ୍କ ପ୍ରଶଂସାରେ ଶତମୁଖ ହୋଇ ଉଠିବ। ପରିବାରରେ ମତାନ୍ତରୁ ମନାନ୍ତର ସୃଷ୍ଟି ହେବା ଆଶଙ୍କା ରହିଛି।
ମୀନମୀନ
ଆଜି ସକାଳୁ କୌଣସି ଭଦ୍ରବ୍ୟକ୍ତିଙ୍କ ସହ ଆଲୋଚନା ପରେ ମନର ସ୍ଥିତିକୁ ଦୃଢ଼ କରିପାରନ୍ତି। ଏଣେ କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣକରି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ବନ୍ଧୁମାନଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସକରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri