Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ମନରେ ଅସ୍ଥିରତା ଲାଗି ରହିବାରୁ ଅନ୍ୟମାନଙ୍କ କଥା ଠିକ୍‍ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଭୁଲ୍‍ ବୁଝାମଣାରୁ ପାରିବାରିକ ଜୀବନରେ ଉତ୍‍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ।
ବୃଷ
ବୃଷ
ଘର ସକାଶେ, ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବେ। ସାହିତ୍ୟ ଚର୍ଚ୍ଚାଦି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ। ମୃଗଶିରା ନକ୍ଷତ୍ର ସକାଶେ ଆଜି ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବା ଫଳରେ ମାନସିକ ଦ୍ୱନ୍ଦ୍ୱ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ଆଜି ଯେତେ ଚେଷ୍ଟା କଲେ ମଧ୍ୟ ଆରର୍ଦ୍ରା ନକ୍ଷତ୍ରର କୌଣସି କାମ ସୁବିଧାରେ ହୋଇପାରିବ ନାହିଁ। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ସ୍ଥିତି ଅନୁକୂଳ ହେବ। ପାର୍ଟିର ଆୟୋଜନ ଦ୍ୱାରା ଘରେ ବନ୍ଧୁ ମିଳନ, ଆମୋଦ ପ୍ରମୋଦର ସୁଅ ଛୁଟିପାରେ।
କର୍କଟ
କର୍କଟ
ପୁନର୍ବସୁ ନକ୍ଷତ୍ର ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ଖୁସି ହୋଇଯିବେ। ଶିଳ୍ପ, ସାମ୍ବାଦିକତା, ପରିବହନ ଓ ବ୍ୟବସାୟରେ ଆଶାନୁରୂପ ଲାଭ ପାଇବେ। ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ସବୁ କଥାରେ ନରମି ରହିପାରିଲେ ହିଁ ଭଲ। ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି।
ସି˚ହ
ସି˚ହ
ପୂର୍ବାଫାଲଗୁନୀ ନକ୍ଷତ୍ର ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୋଗ, ବିଳାସ ଦିଗକୁ ଟାଣିହୋଇପାରନ୍ତି। ବ୍ୟବସାୟକୁ ଆଗକୁ ବଢ଼ାଇବାପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। କର୍ମକ୍ଷେତ୍ରରେ ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ।
କନ୍ୟା
ଆଜି ଚିତ୍ରା ନକ୍ଷତ୍ରର ଆର୍ଥିକ ଉନ୍ନତି ଏବଂ କାର୍ଯ୍ୟସିଦ୍ଧିଜନିତ ମନ ଉତ୍‍ଫୁଲ୍ଲିତ ରହିବ। ଶନିଙ୍କ କୁପ୍ରଭାବରେ ପାରିବାରିକ ଅଶାନ୍ତି ଦେଖାଦେବ। ବନ୍ଧୁଙ୍କ ସହ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାର ଆଶା ରହିଛି। ଅବଶ୍ୟ ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ସକାଶେ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଅନ୍ୟମାନଙ୍କୁ ଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିପାରନ୍ତି। କର୍ମକ୍ଷେତ୍ରରେ ଖଳଲୋକଙ୍କ ଦ୍ୱାରା ପ୍ରାୟୋଜିତ ଗୁଜବ ମନକୁ ଆତଙ୍କିତ କରିପାରେ। ନିକଟତର ବନ୍ଧୁଙ୍କ ସହ ଅର୍ଥକୁ ନେଇ ତର୍କର ସମ୍ମୁଖୀନ ହେବେ। ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇପାରନ୍ତି।
ବିଛା
ବିଛା
ଅନୁରାଧା ନକ୍ଷତ୍ର ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗିରହିଲେ ମଧ୍ୟ ବୁଧଗ୍ରହ ପଦେ ପଦେ ସମସ୍ୟା ସୃଷ୍ଟି କରିପାରନ୍ତି। ଗତକାଲିଠାରୁ ଯେଉଁ କାମରେ ହାତ ଦେବେ କୃତକାର୍ଯ୍ୟ ହେବେ। ଲେଖାପଢାରୁ, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ର ସ୍ବାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତିରେ ଅଣନିଃଶ୍ୱାସୀ ହୋଇପାରନ୍ତି। ବନ୍ଧୁଙ୍କ ପ୍ରେରଣାରେ ନୂତନ କାମର ପରିକଳ୍ପନା କରିବେ କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିବେ। ପାରିବାରିକ ସମସ୍ୟା ସୁଧାରିବାରେ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗିରହିବ।
ମକର
ମକର
ଆଜି ଶ୍ରବଣା ନକ୍ଷତ୍ର ଯାହା ପାଇବା କଥା ତାହା ଠିକ୍‍ ସମୟରେ ପାଇବା କଷ୍ଟକର ହେବ। ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବାରୁ ଉପରିସ୍ଥଙ୍କୁ ଅଭିଯୋଗ କରିପାରନ୍ତି । ଭୁଲ୍‍ ବୁଝାମଣାରୁ ବନ୍ଧୁଙ୍କ ସହ ଭାଙ୍ଗିପଡ଼ଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବେ। ପାରସ୍ପରିକ ଆଲୋଚନା ମାଧ୍ୟମରେ ପରିବାରରେ ଟେନ୍‍ସନ କମିଯିବ।
କୁମ୍ଭ
କୁମ୍ଭ
ଧନିଷ୍ଠା ନକ୍ଷତ୍ର ସକାଶେ ପିଲାଙ୍କ ସମସ୍ୟା ଓ ପରିବାରର କୌଣସି ଘଟଣା ମନକୁ ବିବ୍ରତ କରିବ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କଲେ କ୍ଷତି ହେବ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। ଚିନ୍ତା କରିଥିବା ଯୋଜନା ବିଗିଡିଯିବା କାରଣରୁ ମନ ଭଲ ରହିବ ନାହିଁ।
ମୀନମୀନ
ଦୀର୍ଘଦିନ ପରେ ବୃହସ୍ପତିଙ୍କ ରାଶି ପରିବର୍ତ୍ତନରେ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅଟକିଥିବା କାମ ସମ୍ପନ୍ନ ହେବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଅର୍ଥ, ସମ୍ମାନ ଲାଭର ସୁଯୋଗ ପାଇବା ସହ ବନ୍ଧୁମିଳନରୁ ଖୁସି ରହିବେ। ରେବତୀ ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri