Posted inRasifala

ରାଶିଫଳ: ରବିବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ
ଆଜି ଅନୁକୂଳ ଗ୍ରହସ୍ଥିତି କାରଣରୁ ମାନସିକ ସୁସ୍ଥତା ସାଙ୍ଗକୁ ଅର୍ଥ ସମ୍ପଦ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା ସହ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ତୈଳ କିମ୍ବା ବିଦ୍ୟୁତ୍‍ ବ୍ୟବସାୟରୁ ଲାଭବାନ୍‍ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁଙ୍କ ନିକଟରୁ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ଆଜି ଆପଣଙ୍କ ରାଶିର ଶୁଭତ୍ୱ ବୃଦ୍ଧି ପାଇବା ସହ ଅଭିଳାଷ ପୂରଣ ହୋଇଯିବ। ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିପାରନ୍ତି। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ ା
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଛି ଓ ରହିବ। କିନ୍ତୁ ହଠାତ୍‍ କୌଣସି ପଦକ୍ଷେପ ନେଲେ ଝାମେଲା ବଢ଼ିଯିବ। ଜମିଜମା କିମ୍ବା କଚେରି ମାମଲା ସମାଧାନ ହୋଇପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସଫଳତା ହାସଲ କରିପାରିବେ। ବିନୟପୂର୍ବକ ପାଟି ଖୋଲିଲେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପୂର୍ବ ସ୍ଥିରୀକୃତ କର୍ମାରମ୍ଭ ପାଇଁ ବାଧ୍ୟ ହେବେ। ଘରକଥା ନେଇ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ, ଯାହାକି ବନ୍ଧୁଙ୍କ ଗହଣରେ ଚର୍ଚ୍ଚାର ବିଷୟ ହେବ। ପରିବହନ, ବ୍ୟବସାୟ ଓ ସଙ୍ଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେବ।
ସି˚ହ
ସି˚ହ
ମାନସିକ ଅସ୍ଥିରତା କାରଣରୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‍ ବୁଝିବେ, ଯାହାକି ସମସ୍ୟା ବୃଦ୍ଧିର ପୃଷ୍ଠଭୂମି ପାଲଟିଯିବ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାକୁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‍ ହୋଇଯିବ। ସନ୍ତାନଙ୍କ କାମ ଲାଗି ଅପମାନିତ ହୋଇପାରନ୍ତି ା
କନ୍ୟା
ଆଜିର ଗ୍ରହସମ୍ପର୍କ ପ୍ରଭାବରେ ଶୁଭ ଖବର ପାଇବେ। ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ, ତଥାପି ବୁଝିବିଚାରି କାମ କରନ୍ତୁ, ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ। ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖତ୍ଲା ଉପଦେଶ ଶୁଣି ମନରେ ବିରକ୍ତି ଆସିପାରେ। ବ୍ୟବସାୟ ଓ ନିର୍ମାଣ କାମରୁ ଲାଭବାନ୍‍ ହେବାର ସୂଚନା ରହିଛି।
ତୁଳା
ତୁଳା
ଆଜି ଆର୍ଥିକ ଅଭିବୃଦ୍ଧି ସହ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। ପରୋକ୍ଷ ଶତ୍ରୁତା କାରଣରୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟିକ କିମ୍ବା ବିବାଦୀୟ ରହିଥିବା ସମସ୍ୟାର ସମାଧାନ ହୋଇଯିବ। ହଠାତ୍‍ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ। ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ବୃଥା ସନ୍ଦେହ ଓ ଭୁଲ୍‍ ବୁଝାମଣା କାରଣରୁ ପ୍ରତ୍ୟେକ ସ୍ତରରେ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ବେଶ୍‍ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ପରିସ୍ଥିତିରେ ପଡ଼ି ବହୁତ ଟଙ୍କା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ ା
ଧନୁ
ଧନୁ
ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କଲେ ଉପକୃତ ହେବେ। ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବାର ସୂଚନା ରହିଛି। ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ।
ମକର
ମକର
ଆଜି କୌଣସି କାମ ଅଟକିବ ନାହିଁ। ଆନୁଷଙ୍ଗିକ ସାହାଯ୍ୟ ଲାଭ କରି ସୁବିଧାରେ ହୋଇଯିବ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ପରିବାରରେ ସମ୍ମାନଜନକ ସ୍ଥିତିରେ ରହିବେ।
କୁମ୍ଭ
କୁମ୍ଭ
କଠିନ ଶ୍ରମ ଏବଂ ବିଶ୍ରାମହୀନ ଭ୍ରମଣଜନିତ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବାର ଆଶା କରାଯାଇପାରେ। ବନ୍ଧୁଙ୍କ ପରାମର୍ଶରେ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ପାରିବାରିକ ଜୀବନରେ ଉଚିତ୍‍ ବୁଝାମଣା ହେତୁ ଆଶ୍ୱସ୍ତି ଲଭିବେ।
ମୀନମୀନ
ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହିତ ମାନସିକ ସ୍ତରରେ ଖୁସି ଅନୁଭବ କରିବେ। ପୂର୍ବାଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‍ ଠିକ୍‍ ହୋଇଯିବ। ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ, କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଦୀର୍ଘଦିନରୁ ଚେଷ୍ଟା କରୁଥତ୍ବା ଆନୁଷ୍ଠାନିକ କାମରେ ଅବଶ୍ୟ ସଫଳତା ପାଇବେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...

ରାଶିଫଳ: ବୁଧବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଅଷ୍ଟମସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ମାନସିକ ସ୍ଥିତି ଭଲ ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଊଣା ହେବନାହିଁ। ଦୀର୍ଘଦିନରୁ ଭଲ ସମ୍ପର୍କ ଥାଇ...

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବୃଥା ବିବାଦ, କଥା କଟାକଟି, ଟଣାଓଟରା ମଧ୍ୟରେ ଠିକ୍‍ ନିଷ୍ପତ୍ତିରେ ଉପନୀତ ହୋଇପାରିବେ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri