Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ
ସହକର୍ମୀଙ୍କ ସାହାଯ୍ୟ ବେଶ୍‍ ମଜଭୁତ ରହିବା କାରଣରୁ ଉତ୍ସାହର ସହ କାମ କରିବେ। ସାଧାରଣ ଘଟଣାକୁ କେନ୍ଦ୍ରକରି ବନ୍ଧୁ ଓ ପରିବାର କ୍ଷେତ୍ରରେ ସାମାନ୍ୟ ତିକ୍ତତା ସୃଷ୍ଟି ହେବ। ସଭାସମିତିରେ, ସାହିତ୍ୟ ଓ ଗବେଷଣା କାର୍ଯ୍ୟରୁ ପ୍ରଶଂସିତ ହେବେ। କାମକୁ ଯେ କୌଣସି ପ୍ରକାରେ ହାସଲ କରିବାର ପ୍ରଯତ୍ନ କରିପାରନ୍ତି।
ବୃଷ
ବୃଷ
ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତିରେ ପଡ଼ି ଦୂରେଇ ଯାଇପାରେ। ଲୋକସମ୍ପର୍କରେ ଉନ୍ନତି ଘଟିବା ସାଙ୍ଗକୁ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଯାନବାହନ, ଜମିଜମା, ପ୍ରେସ୍‍,ପବ୍ଲିକେଶନ ସ୍ତରରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ। ପିଲାଙ୍କୁ କେନ୍ଦ୍ରକରି ରହିଥିବା ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ।
ମିଥୁନ
ମିଥୁନ
ସାଥୀ ମେଳରେ ବେଶି ସମୟ କଟାଇବା ସହ ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ପ୍ରକାଶନ, ସଂଗଠନ, ରାଜନୀତି, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ। କଠିନଶ୍ରମ ଓ ଭ୍ରମଣ କାରଣରୁ ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟ ସାଧନ କରିବେ। ଆଜି ବଜାର ସଉଦା କିଣିିବାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସଭାସମିତି, ପରିବହନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବାର ଆଶା ରହିଛି। ବୃଥା ସନ୍ଦେହ ଏବଂ ଭୁଲ୍‍ ବୁଝାମଣା କାରଣରୁ ବନ୍ଧୁଙ୍କ ସମ୍ପର୍କ ତିକ୍ତ ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅବହେଳାରେ ଅଟକି ରହି ଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ। ପାରିବାରିିକ ସମସ୍ୟାର ସମାଧାନ ଘଟିବା ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱ ବୃଦ୍ଧି ପାଇବାର ସୂଚନା ରହିଛି। ସଚେତନତାର ଅଭାବ ଓ ଅବହେଳା ଜନିତ ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ।
କନ୍ୟା
ସନ୍ଦେହ ଓ ଭୁଲ୍‍ ବୁଝାମଣା ହେତୁ ପରିବାରରେ ସମସ୍ୟା ବଢ଼ିପାରେ। ସମସ୍ୟା ଲାଗି ରହୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‍ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଆଶା ପୂରଣ ହେବାରେ ଜଣେ ସହକର୍ମୀ ଆଜି ସାହାଯ୍ୟ କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ। ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ବନ୍ଧୁ କିମ୍ବା ଆତ୍ମୀୟଙ୍କ ସ୍ବାର୍ଥ ହାସଲ ନ ହେବାରୁ ସେମାନେ ସମାଲୋଚନା କରିପାରନ୍ତି। ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‍ବ୍ୟବହାର କରିବା କାଠିକର ପାଠ ହୋଇପାରେ ା
ବିଛା
ବିଛା
ଆଜି ନୀଚ ବିଜାତୀୟ ବ୍ୟକ୍ତି ବିଶେଷ ପରୋକ୍ଷ ଭାବେ ସମାଲୋଚନା କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, ରାଜନୀତି, ପ୍ରକାଶନ, ପ୍ରଶାସନିକ ସ୍ତରରେ ଅଭୀଷ୍ଟ ସିଦ୍ଧି ଘଟିବ। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ନିଜର ଅସାବଧାନତା କାରଣରୁ କୌଣସି ଜିନିଷ ହରାଇ କ୍ଷୋଭ ପ୍ରକାଶ କରିବେ।
ଧନୁ
ଧନୁ
ବନ୍ଧୁମାନଙ୍କ ସହ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‍ ରହିବ। ହୋଟେଲ, ଦୋକାନ, ବ୍ୟବସାୟ, ବାଣିଜ୍ୟ ପ୍ରଭୃତିରେ ଆଶା କରୁଥିବା ଫଳ ଅବଶ୍ୟ ପାଇବେ।
ମକର
ମକର
ମତଭେଦ କାରଣରୁ କାମ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ଅଘଟଣ ଘଟିପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ। ପ୍ରତ୍ୟେକ କ୍ଷେତ୍ରରେ ସଜାଗ ନ ରହିଲେ ଶତ୍ରୁଙ୍କ ସକ୍ରିୟତା ବୃଦ୍ଧି ପାଇବ। ଅର୍ଥ ସମ୍ପର୍କ, ଅତିଥି ଚର୍ଚ୍ଚା, ଯାତ୍ରା, ଆଇନ ଅଦାଲତ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ ା
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରାଧାନ୍ୟ ଜାହିର କରିବାକୁ ଯାଇ ଅପଦସ୍ଥ ହେବେ। ସତ୍‍ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ଗୃହ ନିର୍ମାଣ, ଗାଡ଼ି କିଣା, କରଜ ଦେବା, କାମରେ ମନ ଦେଇପାରନ୍ତି। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମୀନମୀନ
ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ। ହଠାତ୍‍ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି। କେତେକ କ୍ଷେତ୍ରରେ ନିଜର ଅସହାୟତା ପ୍ରକାଶ କରି ଆତ୍ମଗ୍ଳାନି ଅନୁଭବ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri