Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ
ଆଜିର ଗ୍ରହ ସ୍ଥିତି କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବ। ଆକସ୍ମିକ ଭାବେ ଜଣେ ବନ୍ଧୁ ଆସିବେ, କିନ୍ତୁ ଫେରିବା ସମୟକୁ ମନଦୁଃଖକରି ବହୁ ଅନୁରୋଧପୂର୍ଣ୍ଣ କଥା କହି ବିଦାୟ ନେଇପାରନ୍ତି। ଶାରୀରିକ କ୍ଲାନ୍ତି ଓ ଅବସାଦ ଦେଖାଦେବ। ବାଣିଜ୍ୟ, ପରିବହନ, ନିର୍ମାଣ ଓ ଆଇନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ବୃଷ
ବୃଷ
ବନ୍ଧୁଙ୍କ ଆହ୍ବାନକ୍ରମେ ଆଜି ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବା ସମ୍ଭାବନା ରହିଛି। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ।
ମିଥୁନ
ମିଥୁନ
ଆଜି କହିବାକୁ ଇଚ୍ଛା ଥିଲେ ମଧ୍ୟ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ପିତୃବର୍ଗରେ ଶ୍ରଦ୍ଧାଭାଜନ ହେବେ ଏବଂ ସାମୟିକ ଆଶ୍ୱସ୍ତି ଲାଭ କରିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ । ବୃତ୍ତି, ବାଣିଜ୍ୟ, କର୍ମକ୍ଷେତ୍ର ଏବଂ ଆନୁଷ୍ଠାନିକ କାମ ସମ୍ପନ୍ନ କରିବାରେ କୌଣସି ଅସୁବିଧା ରହିବନାହିଁ।
କର୍କଟ
କର୍କଟ
ବିଭିନ୍ନ ସମସ୍ୟା ମଧ୍ୟରେ ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ଆଜି ଆଗଭଳି ସରସତା ରହିବ ନାହିଁ। ଦୀର୍ଘଦିନ ପରେ ଆଜି ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ବନ୍ଧୁଙ୍କ ସବୁକଥାକୁ ନିର୍ବିବାଦରେ ଗ୍ରହଣ କରିବାକୁ ବାଧ୍ୟହେବେ। ନୂତନ କାମଟିରେ ସମ୍ପର୍କୀୟଙ୍କ ଅବଦାନ ବିଶେଷଭାବେ ରହିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ ଯୋଜନା କରିପାରନ୍ତି। ସହକର୍ମୀଙ୍କ ସହ ମାମୁଲି ଘଟଣାରେ ଉଚ୍ଚବାଚ୍ଚ ଘଟିପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସମସ୍ୟାର ସରଳ ସମାଧାନ କରିବା ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ। ଈର୍ଷାପରାୟଣବଶତଃ ନିଜର ଆମତ୍ୀୟମାନେ ହଠାତ୍‍ ଶତ୍ରୁତା କରିପାରନ୍ତି। ଦୀର୍ଘଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ଆଜି ସକ୍ଷମ ହୋଇପାରନ୍ତି ।
ତୁଳା
ତୁଳା
ବିଭିନ୍ନ ଅସୁବିଧା ଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ମୂଲ୍ୟବାନ୍‍ ଜିନିଷ କିଣିବାକୁ ମୋଟା ଅଙ୍କର ଅର୍ଥର ଆବଶ୍ୟକତାର ପଡ଼ିବ। ଆଜି କର୍ମକ୍ଷେତ୍ରରେ, ସଭାସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଚିତ୍ରା ନକ୍ଷତ୍ର ଯେତେ ଭଲକାମ କଲେ ସୁଦ୍ଧା ଆଶାନୁଯାୟୀ ଆଦର, ସମ୍ମାନ ପାଇପାରିବେ ନାହିଁ।
ବିଛା
ବିଛା
ଅତୀତ ଘଟଣା ମନକୁ ଆଲୋଡ଼ିତ କରିବ। ବନ୍ଧୁମିଳନଜନିତ ହସଖୁସିର ଖୋରାକ ଜ୍ୟେଷ୍ଠା ନକ୍ଷତ୍ର ପାଇପାରନ୍ତି। ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟହେବେ। ଜାଣିଶୁଣି ମଧ୍ୟ ସବୁ କଥାରେ ନୀରବ ରହିବାକୁ ପଡ଼ିପାରେ। ଭଲ ସମ୍ପର୍କ ଥିବା ବ୍ୟକ୍ତ ଜଣକ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଦୂରେଇରହିବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ ଅତିରଞ୍ଜିତ କରିବା କ୍ଷତିର କାରଣ ହେବ। ବନ୍ଧୁଙ୍କ ଘରୋଇ କାମରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡ଼ିବ। ପରିବାରର ବରାଦାନୁସାରେ ଅଳଙ୍କାର, ଔଷଧ ଓ ସୌଖୀନ ଦ୍ରବ୍ୟ କ୍ରୟକରିବେ। ଦିନଟିରେ ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭାସମିତିରୁ ମନ ଖୁସି ରହିବ।
ମକର
ମକର
ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହେବ। ପ୍ରତ୍ୟେକ କାମ ଓ କଥାକୁ ସରଳତାର ସହ ଗ୍ରହଣକଲେ ଉପକୃତ ହେବେ। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତ୍ୟ କହିବା ଦ୍ୱାରା ଯାହା ଇଚ୍ଛା ତାହା କହି ପକାଇବା ଫଳରେ କିଛି ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ସମ୍ପର୍କୀୟ ଯେତେ ସମସ୍ୟା ସୃଷ୍ଟିକଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍‍ ହୋଇଯିବ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ପଡ଼ୋଶୀଙ୍କ ସହାୟତାରେ ବହୁ ଦିନ ହେଲା ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ଆପଣ ତରବରିଆ ପଦକ୍ଷେପ ନେବା ଠିକ୍‍ ହେବ ନାହିଁ। ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣିହୋଇଯିବେ। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri