Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରୁ ଫେରିବା ବାଟରେ ବନ୍ଧୁଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ରଚନାମତ୍କ କାମରୁ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ।
ବୃଷ
ବୃଷ
କର୍ମଜଞ୍ଜାଳ ମଧ୍ୟରେ ଘରୁ ବରାଦ ପାଇଥିବା ଜିନିଷଟି ନେବା ସକାଶେ ଭୁଲିଯାଇପାରନ୍ତି। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲ୍‍କା କରିବାରେ ସମର୍ଥ ହେବେ। ଖଳଲୋକଙ୍କ କଥାରେ ପ୍ରଭାବିତ ହୋଇ ଭୁଲ୍‍ କାମ କରିପାରନ୍ତି। ସମ୍ପର୍କୀୟଙ୍କ ସହାୟତାରେ ଅର୍ଥ ସମ୍ପର୍କିତ କାମ ହାସଲରେ ସଫଳତା ପାଇବେ।
ମିଥୁନ
ମିଥୁନ
ଗୁରୁତ୍ୱପୂର୍ଣ୍ଣ ସମସ୍ୟା ପଡ଼ୋଶୀଙ୍କ ମାଧ୍ୟମରେ ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ ସ୍ତ୍ରୀଙ୍କୁ ଦାୟୀକରି ବିଭିନ୍ନ ପ୍ରକାର କଥା କହିପାରନ୍ତି। ମନ ଭଲ ନ ଥିବା କାରଣରୁ କର୍ମକ୍ଷେତ୍ରର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁ ଅର୍ଥ ସାହାଯ୍ୟର ଦୃଢ଼ ପ୍ରତିଶ୍ରୁତି ଦେଇ ମନକୁ ଖୁସି କରିଦେଇପାରନ୍ତି।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ବାକ୍‍ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତହେବ। ବାଣିଜ୍ୟ, ପରିବହନ ଓ କଳା, ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ନିର୍ମାଣ କାର୍ଯ୍ୟ ସକାଶେ ପାରିବାରିକ ସହଯୋଗ ଉତ୍ସାହଜନକ ହେବନାହିଁ। ଆର୍ଥିକ ଦିଗଟି ମନ୍ଦ ହେବନାହିଁ, କିନ୍ତୁ ଋଣ ପରିଶୋଧ କରିପାରିବେ ନାହିଁ।
ସି˚ହ
ସି˚ହ
ଶାରୀରିକ ଅସୁସ୍ଥତା ସାଙ୍ଗକୁ ଆର୍ଥିକ ଦୁରବସ୍ଥା ମାନସିକ ଅଶାନ୍ତିର କାରଣ ହେବ। ମିଥ୍ୟା ଅଭିଯୋଗକୁ ବନ୍ଧୁ ସମର୍ଥନ ଦେବା କାରଣରୁ ବିରକ୍ତି ପ୍ରକାଶ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଆଳାପ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହୋଇପାରେ। ଆଜିର ବ୍ୟବସାୟିକ ସ୍ଥିତି ସନ୍ତୋଷଜନକ ରହିବା ଯୋଗୁ ଖୁସି ଅନୁଭବ କରିବେ।
କନ୍ୟା
କୌଣସି କାମରେ ଭୂମିକା ନ ଥାଇ ମଧ୍ୟ ସବୁ କ୍ଷେତ୍ରରେ ଦୋଷୀ ରୂପେ ପରିଗଣିତ ହେବେ। ପୁରାତନ ରୋଗ ପୀଡ଼ା ଉପଶମ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନା, ପ୍ରକାଶନ, ପ୍ରଶାସନ, କଳା ଓ ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ। ନିର୍ମାଣାଧୀନ କାମଟି ପ୍ରତିବନ୍ଧକ କାରଣରୁ ଅଟକିଯାଇପାରେ।
ତୁଳା
ତୁଳା
ଆପଣଙ୍କ କାର୍ଯ୍ୟଦକ୍ଷତା ଏବଂ ଲୋକପ୍ରିୟତା କାରଣରୁ ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। କ୍ରନିକ୍‍ ରୋଗଜନିତ ଶାରୀରିକ ଅସୁସ୍ଥତା ହେତୁ ବିବ୍ରତ ରହିପାରନ୍ତି। କାମ କରିବାର ସ୍ପୃହା ଥିଲେ ମଧ୍ୟ ଅର୍ଥାଭାବାରୁ ସବୁଥତ୍ରେ ପଛାଇଯାଇପାରନ୍ତି।
ବିଛା
ବିଛା
ତ୍ୟାଗ ଏବଂ ନିଃସ୍ବର୍ଥପରତା ପରିପ୍ରେକ୍ଷୀରେ ମନ କଥା ମନରେ ରଖି ପାରିବାରିକ ସମସ୍ୟା ସମାଧାନ କରିବେ। ପ୍ରତ୍ୟାବର୍ତ୍ତନ ପଥରେ ବନ୍ଧୁଙ୍କ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ। ମନୋରଞ୍ଜନ ସୁଯୋଗକୁ ହାତଛଡ଼ାକରି ମନସ୍ତାପ କରିପାରନ୍ତି।
ଧନୁ
ଧନୁ
କର୍ମଜଞ୍ଜାଳ ବୃଦ୍ଧି ପାଇବା କାରଣରୁ ଘରକାମ ବୁଝିବାକୁ ସମୟ ପାଇବେ ନାହିଁ। ଅତି ଭଲ ପାଉଥିବା ବ୍ୟକ୍ତିଟି ପ୍ରତି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। କଠିନଶ୍ରମ ଏବଂ ଭ୍ରମଣଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ମଧ୍ୟ ଅନୁଭବ କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବା ସାଙ୍ଗକୁ ଲକ୍ଷ୍ୟ ପୂରଣ ମଧ୍ୟ କରିପାରିବେ।
ମକର
ମକର
ଉପରିସ୍ଥଙ୍କ ସହାୟତାରେ ହାତକୁ ନେଇଥିବା କାମଟି ସହଜରେ ସମ୍ପନ୍ନ ହେବାରୁ ଖୁସି ଅନୁଭବ କରିବେ। ଦୀର୍ଘଦିନର ପ୍ରତୀକ୍ଷାନ୍ତେ ସରକାରୀ କ୍ଷେତ୍ରରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ସମ୍ପର୍କୀୟଙ୍କଠାରୁ କୌଣସି ଖବର ପାଇ ଖୁସି ହେବେ। ପରୋକ୍ଷ ଶତ୍ରୁତାରୁ ଅଫିସ କାମରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ କିଛି ନ ବୁଝି ନ ଶୁଝି କାହା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଭିତରେ ଭିତରେ ଶତ୍ରୁତା ଆଚରଣ କରୁଥିବା ବନ୍ଧୁଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ପ୍ରେସ୍‍, ପବ୍ଳିକେଶନ, ଆଇନ ଅଦାଲତ, ଗବେଷଣା, ଅନୁସନ୍ଧାନ, ନିର୍ମାଣ କାମରୁ ସୁଫଳ ମିଳିବ। ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା କାରଣରୁ ମନ ଖୁସି ରହିବ।
ମୀନମୀନ
ଆଜିର ଆଲୋଚନା ସମୟରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ବନ୍ଧୁଙ୍କ ବିରୋଧାମତ୍କ କଥା ଶୁଣି ମନ୍ତବ୍ୟ ଦେବା କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆକସ୍ମିକ ଭାବେ ସୃଷ୍ଟି ହୋଇଥିବା ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହିପାରନ୍ତି।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri