Posted inRasifala

ରାଶିଫଳ: ଶନିବାର, ଫେବୃୟାରୀ ୧୨ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଦ୍ୱିଜା ନକ୍ଷତ୍ରର ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ କେତେକ ବ୍ୟତିକ୍ରମ ଦୁଶ୍ଚିନ୍ତାର କାରଣ ହୋଇପାରେ।
ବୃଷ
ବୃଷ
ଆଶା କରୁଥିବା ଧନ ପାଇଁ କଳହ ଓ ବିତର୍କ ସୃଷ୍ଟିର ସୂଚନା ରହିଛି। ଉପରିସ୍ଥ କର୍ମଚାରୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ବାଧ୍ୟବାଧକତାବଶତଃ ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ କଳହର ସୂଚନା ଦେଖାଦେଇପାରେ।
ମିଥୁନ
ମିଥୁନ
ସମ୍ପର୍କୀୟଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ସମାଲୋଚିତ ହୋଇପାରନ୍ତି। ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ। ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ଆର୍ଥିକ ସ୍ଥିତିର ଦୁରବସ୍ଥା ସାଙ୍ଗକୁ ଖର୍ଚ୍ଚଭାର ବୃଦ୍ଧି ପାଇବାରୁ ମନରେ ସରସତା ରହିବ ନାହିଁ।
କର୍କଟ
କର୍କଟ
ନୂତନ ଉଦ୍ୟୋଗ କିମ୍ବା ପ୍ରକଳ୍ପ କାମରେ ବିଭିନ୍ନ ଯୋଜନା କରିବାରେ ମନ ଦେବେ। ସଭାସମିତିର ଆଲୋଚନାରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ବନ୍ଧୁଙ୍କ ସହାୟତାରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
ମାନସିକ ଅସୁସ୍ଥତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଲାଗି ରହିବ। ପରିବାରରେ ଅଧିକାଂଶ ସମୟ ଆର୍ଥିକ ଅନଟନ, ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ଏକାଧିକ ଅଫିସ୍‌ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିଯାଇପାରେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ କଳହ ସୃଷ୍ଟି କରିବାର ସୂଚନା ରହିଛି। ସରକାରୀ ସ୍ତରରୁ ଆର୍ଥିକ ସାହାଯ୍ୟ ପାଇବାର ସୂଚନା ମନକୁ ଉଲ୍ଲସିତ କରିପାରେ।
ତୁଳା
ତୁଳା
ବନ୍ଧୁଙ୍କ ନିକଟରୁ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହେବେ। ପାଖ ପଡ଼ୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ଶାନ୍ତି ଫେରି ଆସିବ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।
ବିଛା
ବିଛା
ମନ ଅନୁଯାୟୀ କାମ ନ ହେବା ସହ ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ଶନି ଓ ରାହୁଙ୍କ କୁପ୍ରଭାବରେ ଭୁଲ୍‌ ନିଷ୍ପତ୍ତି ପରିପ୍ରେକ୍ଷୀରେ ସମାଲୋଚିତ ହେବେ। ପରିବାରର ଆବଶ୍ୟକତା ତୁଲାଇବା ସକାଶେ କରଜ କରିବାକୁ ପଡ଼ିପାରେ। କାମ ହାସଲ ସକାଶେ ଅନ୍ୟମାନଙ୍କର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
ପ୍ରତ୍ୟେକ କାମକୁ ମନ୍ଥର ଗତିରେ କରିବା କାରଣରୁ କୌଣସି ବ୍ୟକ୍ତି କଡ଼ା କଥା ଶୁଣାଇପାରନ୍ତି। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପ୍ରସଙ୍ଗକ୍ରମେ କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି।
ମକର
ମକର
ଶତ୍ରୁ କ୍ଷେତ୍ରସ୍ଥ ଚନ୍ଦ୍ର ହେତୁ ସୁସମ୍ପର୍କ ରହିଥିବା ଲୋକଟି ବିଗିଡିଯିବାର ଆଶଙ୍କା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଉପରିସ୍ଥଙ୍କ ଆଦେଶାନୁକ୍ରମେ ଦୂରଯାତ୍ରାର ସୁଯୋଗ ପାଇପାରନ୍ତି।
କୁମ୍ଭ
କୁମ୍ଭ
ଗୁରୁଙ୍କ ସୁପ୍ରଭାବରୁ ଆଜି ଯେଉଁ କାମରେ ହାତ ଦେବେ ସୁବିଧାରେ କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ବନ୍ଧୁମାନେ ଅସହଯୋଗ କଲେ ମଧ୍ୟ ଆପଣଙ୍କ କୌଣସି କାମ ଅଟକିବ ନାହିଁ। ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।
ମୀନମୀନ
ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ପରିବାରରେ ମତଭେଦ ଓ ଭୁଲ୍‌ ବୁଝାମଣାରୁ ଅଶାନ୍ତି ସୃଷ୍ଟି ହେବ। ବାଣିଜ୍ୟ,ବ୍ୟବସାୟ, ନିର୍ମାଣ, ଶେୟାର ବଜାର ଓ ପରିବହନରେ ଲାଭବାନ ହେବେ। ପୂର୍ବରୁ ଲାଗିରହିଥିବା ରୋଗରେ ସ୍ବାସ୍ଥ୍ୟହାନି କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ରହିପାରନ୍ତି ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?