Posted inRasifala

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୦ ତାରିଖ – Daily Horoscope

ମେଷ
ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ଏକ ମନ ହୋଇଯିବେ। ଦ୍ୱିଜା ନକ୍ଷତ୍ର ସକାଶେ ସ୍ବାର୍ଥସାଧନ ଆଶା ରଖି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟକଲେ ସଫଳତା ନିଶ୍ଚୟ ପାଇବେ। ଅବହେଳା କାରଣରୁ ଘରର ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‍ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ଆଜି କୃତ୍ତିକା ନକ୍ଷତ୍ର ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବାଣିଜ୍ୟ, ପରିବହନ ସହ କଚେରି ମାମଲାରେ ମନସ୍ତାପ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ସହ ପାରିବାରିକ ସ୍ଥିତି ଭଲ ରହିବ। ସମ୍ପର୍କୀୟଙ୍କ ସାହାଯ୍ୟରେ ମୂଲ୍ୟବାନ ଜିନିଷ କ୍ରୟ କରିବେ।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ସକାଶେ ପୁରୁଣା ରୋଗରେ କଷ୍ଟ ପାଇବେ। ତର୍କ ବିତର୍କ କାରଣରୁ ବନ୍ଧୁଙ୍କ ସହିତ ସମ୍ପର୍କ ହାନି ଘଟିପାରେ। ଆନୁଷ୍ଠାନିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ବ୍ୟବସାୟ,ଶିଳ୍ପ,ବାଣିଜ୍ୟ କ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ଶାରୀରିକ ଦୁର୍ବଳତା ରହିଥିଲେ ମଧ୍ୟ କର୍ମକ୍ଷେତ୍ର ଯଥାରୀତି ସମ୍ପନ୍ନ କରିପାରିବେ। ଦୀର୍ଘ ଦିନରୁ ରହି ଆସିଥିବା ସମସ୍ୟାର ସମାଧାନ ହୋଇଯିବ। ଅର୍ଥସଙ୍କଟ କିମ୍ବା ଅସହଯୋଗ କାରଣରୁ ଯୋଜନାଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ। ଅଶ୍ଳେଷା ନକ୍ଷତ୍ର ବନ୍ଧୁମାନଙ୍କ ଦ୍ୱାରା ଆହୂତ ହୋଇ ସାଂସ୍କୃତିକ କାମରେ ଯୋଗ ଦେଇପାରନ୍ତି।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ସାଧାରଣ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ଦୀର୍ଘଦିନର ଆଶା ଫଳବତୀ ହେବ। ବାଣିଜ୍ୟ, ସଭାସମିତି, ସାହିତ୍ୟ, କଳା ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ମଘା ନକ୍ଷତ୍ର ସକାଶେ ଆବଶ୍ୟକତା ପରିପ୍ରେକ୍ଷୀରେ ମୋଟାଅଙ୍କର ଗୃହୋପକରଣ ସାମଗ୍ରୀ କ୍ରୟ କରିବାକୁ ପଡ଼ିପାରେ ।
କନ୍ୟା
ପରୋକ୍ଷ ଶତ୍ରୁତାରୁ କର୍ମକ୍ଷେତ୍ରରେ ସହଯୋଗ ପାଇବା କଷ୍ଟକର ହେବ। ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ବିଦେଶ ଜାଗାରେ ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ରପତ୍ାନି ବାଣିଜ୍ୟ, ଯାନ୍ତ୍ରିକ ଶିଳ୍ପ ଏବଂ ପରିବହନ କ୍ଷେତ୍ରରେ ହସ୍ତା ନକ୍ଷତ୍ର ଆଶାନୁରୂପ ଫଳ ପାଇବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର ସ୍ବାସ୍ଥ୍ୟ ଠିକ୍‍ ଥିଲେ ମଧ୍ୟ ସ୍ଥଗିତ କାର୍ଯ୍ୟ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। କଳହ ଲାଗିଥିବା ଅତି ନିକଟତର ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ପରିବାରରେ ସୁଖ ଶାନ୍ତି ପୂର୍ବପରି ଅକ୍ଷୁଣ୍ଣ ରହିପାରିବ। ସନ୍ତାନଙ୍କ କୃତି ଏବଂ କୃତିତ୍ୱ ଯୋଗୁ ନିଜକୁ ଗୌରବାନ୍ବିତ ମନେକରିବେ।
ବିଛା
ବିଛା
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଅନୁରୋଧରେ ମନୋରଞ୍ଜନ ପ୍ରତି ଆଗ୍ରହୀ ହେବେ। ଜ୍ୟେଷ୍ଠା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ କଳହ କାରଣରୁ ଟେନସନ୍‍ ବୃଦ୍ଧି ପାଇବ। ଜମିଜମା ବିବାଦ, ପ୍ରତିଯୋଗିତା ତଥା ମକଦ୍ଦମାରେ ବିଜୟୀ ହେବେ।
ଧନୁ
ଧନୁ
କର୍ମାରମ୍ଭ ସକାଶେ ବିଭିନ୍ନ ଯୋଜନା କରିପାରନ୍ତି। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣ ଆଜି ଦୁଃସାହସିକ ପଦକ୍ଷେପ ନେବା ଠିକ୍‍ ହେବନି। ବନ୍ଧୁଙ୍କର ଛଳନାପୂର୍ଣ୍ଣ କଥାକୁ ଠିକ୍‍ ଭାବେ ବୁଝି କାର୍ଯ୍ୟ କରିପାରନ୍ତି। ଆଜି ମୁଳା ନକ୍ଷତ୍ର ସକାଶେ ସକାଳୁ ସକାଳୁ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ ା
ମକର
ମକର
ପାରିପାର୍ଶ୍ୱିକ ପରିସ୍ଥିତି ବଦଳିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‍ ହୋଇଯିବ। ଆବଶ୍ୟକସ୍ଥଳେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟହୋଇପାରନ୍ତି। ଆଜି ଆପଣ ଆଶା କରୁଥିବା ଅର୍ଥ, ବନ୍ଧୁମିଳନ, ଦୂରଯାତ୍ରା, କ୍ଷେତ୍ରରେ ନିରାଶ ହେବେନାହିଁ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ନେତୃସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟ ହାସଲ କରିବେ। ଅର୍ଥସଙ୍କଟ, ସହକର୍ମୀଙ୍କ ଅସହଯୋଗ, ପ୍ରଶାସନିକ ଦ୍ୱନ୍ଦ୍ୱ ଏବଂ ପାରିବାରିକ ଅସ୍ଥିରତା ଦୂର ହେବ। ଶତଭିଷା ନକ୍ଷତ୍ର କୂଟନୀତି ପ୍ରୟୋଗ କରି ସ୍ଥଗିତ କାମ ବନ୍ଧୁଙ୍କ ଦ୍ୱାରା କରାଇନେବେ। ଆନୁଷ୍ଠାନିକ କାମ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିବେ।
ମୀନମୀନ
ପଡ଼ିରହିଥିବା କାମଟିକୁ ବନ୍ଧୁଙ୍କ ଦ୍ୱାରା ସମ୍ପନ୍ନ କରିବାର ପ୍ରୟାସ କରିବେ। ସଭାସମିତିରେ ବାକ୍‍ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ରେବତୀ ନକ୍ଷତ୍ରର କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କା ରହିଛି। ବ୍ୟବସାୟ ମନ୍ଦ ହେବନି କିନ୍ତୁ ବ୍ୟସ୍ତ, ବିବ୍ରତ ମଧ୍ୟରେ ସମୟ ଅତିବାହିତ ହେବ।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri