Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୧୫ ତାରିଖ – Daily Horoscope

ମେଷ
ଅନୁକୂଳଗ୍ରହ ସ୍ଥିତିରୁ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁ ମିଳନ ହେତୁକ ଖୁସି ରହିବେ।
ବୃଷ
ବୃଷ
ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟିକ ସଫଳତା ମିଳିବ ଓ କଳା, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ଆମତ୍ୀୟମାନେ ଅସହଯୋଗ କରିପାରନ୍ତି, ଯାହାକି ସାମୟିକ ସମସ୍ୟା ସୃଷ୍ଟି କରିବ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାର ନାଁ ଧରି ନ ପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ। ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିବା ଆଶଙ୍କା ରହିଛି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଅଶ୍ଳେଷା ନକ୍ଷତ୍ର ଯେତେ ପାଇଲେ ମଧ୍ୟ ଅଭାବ ଲାଗି ରହିବ।
ସି˚ହ
ସି˚ହ
ବନ୍ଧୁମାନଙ୍କ ସହ ବିଭିନ୍ନ ଯୋଜନା ସମ୍ପର୍କିତ ଆଲୋଚନାରେ ବ୍ୟସ୍ତତା ବଢ଼ିଯିବ। ରାଜନୈତିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବାର ଆଶଙ୍କା ରହିଛି। ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିପାରନ୍ତି।
କନ୍ୟା
ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇ ଖୁସି ହେବେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବନ୍ଧୁ ମଧ୍ୟରେ କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ। କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି। ଆମତ୍ୀୟସ୍ବଜନଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ବନ୍ଧୁଙ୍କ ଆହ୍ବାନରେ ସଭାସମିତିରେ ଯୋଗ ଦେଇ ସମ୍ମାନ, ପ୍ରତିଷ୍ଠା ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ପୂର୍ବରୁ ସ୍ଥିରୀକୃତ ଗସ୍ତ କାଯର୍‌ୟକ୍ରମ ଆକସ୍ମିକ ସମସ୍ୟା ହେତୁ ବାତିଲ ହେବାର ଆଶଙ୍କା ଦେଖାଦେବ।
ବିଛା
ବିଛା
ମନ ଯେମିତି ଚାହୁଁଛି ତାହା ପାଇବା କାରଣରୁ ଉତ୍‌ଫୁଲ୍ଲିତ ରହିବେ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତିରୁ ମୁକ୍ତି ମିଳିବ। ଅନ୍ୟମାନଙ୍କ ଉଦ୍ଦେଶ୍ୟକୁ ବୁଝି ନ ପାରି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। ପରିବାରର ଆବଶ୍ୟକତା ଲାଗି ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ।
ଧନୁ
ଧନୁ
ପରିବାର ମଧ୍ୟରେ କଳହ ସୃଷ୍ଟି ଆଶଙ୍କା ଦେଖା ଦେଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଅର୍ଥ ସଂଗ୍ରହ କରିବା ଲାଗି ଚିନ୍ତା କରିବେ। ସାଂଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗପୀଡ଼ାରେ କଷ୍ଟ ପାଇପାରନ୍ତି।
ମକର
ମକର
ମୁଖଭାବସ୍ଥ ରବି ବୁଧ ପ୍ରଭାବରୁ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ବିରାଗଭାଜନ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବା ଅନୁଭବ କରି ବନ୍ଧୁଙ୍କୁ ପରାମର୍ଶ ମାଗିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ଦୀର୍ଘଦିନ ହେଲା ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଲାଭ କରି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ କିଛିନା କିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହୋଇପାରେ।
ମୀନମୀନ
ଆଜି କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ,ବ୍ୟବସାୟ,ପରିବହନ ଓ ବାଣିଜ୍ୟରେ ସମସ୍ୟା ସୃଷ୍ଟି ହୋଇପାରେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କାକୁ ଏଡ଼ାଇ ହେବନି। ଶିକ୍ଷା, ସନ୍ତାନ, ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବାର ଆଶା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri