Posted inRasifala

ରାଶିଫଳ: ରବିବାର, ମେ ୩ ତାରିଖ – Daily Horoscope

ମେଷ
ଆଜି ସାମାଜିକ ସ୍ତରରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ହାତରେ ଥିବା କାମକୁ ଶୀଘ୍ର ଶେଷ କରିବା ପାଇଁ ବ୍ୟସ୍ତ ହୋଇପାରନ୍ତି। ପ୍ରଶାସନ, ରାଜନୀତି ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବାର ସୌଭାଗ୍ୟ ଅର୍ଜନ କରିବେ। ସାହିତ୍ୟ, ସଂସ୍କୃତିର ଆଦର କରିବା ସାଙ୍ଗକୁ ସାହିତ୍ୟକୃତିରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ପରିସ୍ଥିତିର ଗୁରୁତ୍ୱ ଦୃଷ୍ଟିରୁ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ବନ୍ଧୁମାନଙ୍କ ପରାମର୍ଶରେ ପରିବାରରେ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ଦୀର୍ଘଦିନରୁ ଲାଗି ରହିଥିବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଯାତ୍ରା ସମୟରେ ଜିନିଷ ହଜାଇ ଦେଇ ପାରନ୍ତି।
ମିଥୁନ
ମିଥୁନ
ଅନ୍ତରଙ୍ଗ ବନ୍ଧୁଙ୍କ ଘରୋଇ କାମରେ ଖୁସି ମିଜାଜରେ କାମ କରିବାର ସୁଯୋଗ ପାଇବେ। ଖୋଜୁଥିବା ଜିନିଷ, ଦରକାରୀ କାଗଜପତ୍ର କିମ୍ବା ସରକାରୀ ସୁବିଧା ସହଜରେ ପାଇଯିବାର ସୂଚନା ରହିଛି। ଆଜି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଚନାମତ୍କ କାର୍ଯ୍ୟରେ, ଗବେଷଣାରେ, ଲେଖାପଢ଼ାରେ ଅଗ୍ରଗତି ଘଟିବାର ଆଶା ରହିଛି।
କର୍କଟ
କର୍କଟ
ଈର୍ଷାପରାୟଣ ବନ୍ଧୁଙ୍କ ଦ୍ୱାରା ପରୋକ୍ଷ ଭାବରେ ମିଥ୍ୟା ଅଭିଯୋଗ ସକାଶେ ବ୍ୟସ୍ତତା ଅନୁଭବ କରିପାରନ୍ତି। ଆବଶ୍ୟକତାନୁଯାୟୀ ଋଣ ସୂତ୍ରରେ ଅର୍ଥଲାଭ କରି କୌଣସି ନୂତନ କର୍ମାରମ୍ଭର ଯୋଜନା କରିବେ। ନୂତନ ଗୃହୋପଯୋଗୀ ଜମିଜମା କ୍ରୟ କରିବା ସକାଶେ ବନ୍ଧୁମାନଙ୍କ ସହ ଆଲୋଚନାରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
ପାରିବାରିକ ସ୍ତରରେ କିଛିନା କିଛି ଅସୁବିଧା ସୃଷ୍ଟି ହେବାର ଲକ୍ଷ୍ୟ କରିବେ। କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ ଓ ଏଜେନ୍‍ଶିପ୍‍ରୁ ଖୁସି ରହିବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ମାଲିମକଦ୍ଦମା ଓ ପରିବହନରେ ସମସ୍ୟାଜନିତ ଦୁଶ୍ଚିନ୍ତା ବଢ଼ିଯାଇପାରେ ା
କନ୍ୟା
ପରିବାରରେ ଆର୍ଥିକ ଅନଟନ ଲାଗି ରହିବାରୁ ମାନସିକ ସ୍ଥିତି ଠିକ୍‍ ରହି ନ ପାରେ। ସମ୍ପର୍କୀୟଙ୍କ ସନ୍ଦେହଜନକ କାର୍ଯ୍ୟକଳାପ ହେତୁ ଅନ୍ୟକୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ବାଣିଜ୍ୟ, ପରିବହନ ଏବଂ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ବୃଦ୍ଧି ପାଇବ। ଆଗାମୀ ମାଙ୍ଗଳିକ କାମ ସକାଶେ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି।
ତୁଳା
ତୁଳା
ପରିବାରର ଆବଶ୍ୟକତା ଅନୁଭବ କରି ମୂଲ୍ୟବାନ୍‍ ଜିନିଷ କିଣିବା ସକାଶେ ମନ ବଳାଇପାରନ୍ତି। ଆକସ୍ମିକ ଭାବରେ ସରକାରୀ ସ୍ତରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାମାଜିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯିବା ସାଙ୍ଗକୁ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଅଯଥା ବିବ୍ରତ ହୋଇ ତରବରିଆ ଭାବେ କାମ କଲେ ସବୁ ଓଲଟପାଲଟ ହୋଇଯିବ। ବାରମ୍ବାର ବିଫଳତା ପରେ ଚେଷ୍ଟା କରୁଥତ୍ବା କାମରେ ସଫଳତା ପାଇବେ। ଅନ୍ୟମନସ୍କତା କିମ୍ବା ଅସାବଧାନତା ହେତୁ ସାମୟିକ ଯାତ୍ରାରେ ଅସୁବିଧା ଘଟିପାରେ। ଆଜିର ଅଧିକାଂଶ ସମୟ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି।
ଧନୁ
ଧନୁ
ପରିସ୍ଥିତି ପ୍ରଭାବରେ ଅଫିସିଆଲି କାମରେ ଟେନସନ୍‍ ବଢ଼ିଯାଇପାରେ। ପାରିବାରିକ ସ୍ତରରେ ଅପୂରଣୀୟ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟ ଓ ପରିବହନରେ ସମସ୍ୟା ଦେଖାଦେବ, କିନ୍ତୁ ଆର୍ଥିକ ଉନ୍ନତି ଚିନ୍ତାପ୍ରଦ ରହିବ। ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ।
ମକର
ମକର
ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନ ରହିଲେ ଜିନିଷପତ୍ର ଅଦଳବଦଳ ହୋଇଯାଇପାରେ। କ୍ରନିକ୍‍ ରୋଗରେ ପୀଡ଼ା ବୃଦ୍ଧି ଘଟିବାର ଆଶଙ୍କା ରହିଛି। ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି ଭ୍ରାତୃ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ଅନୁତପ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରିନେବେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ କ୍ଷେତ୍ରରେ ସଫଳତା ହାସଲ କରିବେ। ଆମତ୍ୀୟମାନଙ୍କ ସହାୟତାରେ ମୂଲ୍ୟବାନ୍‍ ଦ୍ରବ୍ୟ ଲାଭରୁ ଖୁସି ହୋଇପାରନ୍ତି ା
ମୀନମୀନ
ଆଜି ଆପଣ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‍ ହେବ ନାହିଁ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରାର ସୁଯୋଗ ପାଇବାର ସୂଚନା ରହିଛି। ବନ୍ଧୁମାନଙ୍କ ସହିତ ଆଲୋଚନା କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ପରିବହନ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨ ତାରିଖ – Daily Horoscope

ମେଷ ନିକଟ ଅତୀତ ଘଟଣା ଗୁଡିକର ସମୀକ୍ଷା କରିପାରନ୍ତି। ମଙ୍ଗଳଙ୍କ କୁପ୍ରଭାବ ସ୍ୱରୂପ ସ୍ୱାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ।…

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ରାଶିରେ ରବି ଉଚ୍ଚସ୍ଥ ହେତୁ ପ୍ରତ୍ୟେକ ସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ। ସ୍ବାସ୍ଥ୍ୟ ଯେମିତି ଭଲ ରହିବ ମନ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିବା ଯୋଗୁ କର୍ମକ୍ଷେତ୍ରରେ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri