Posted inRasifala

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୧୮ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କାର୍ଯ୍ୟ ସମ୍ପନ୍ନ ହେବ। ଆଗାମୀ କାଲିର ଆନୁଷ୍ଠାନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇଉଠିବ। ଆତ୍ମୀୟ ସ୍ବଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ। କଳା, ସାହିତ୍ୟ, ସାମ୍ବାଦିକତା, ସଭାସମିତି, ମନୋରଞ୍ଜନ କାମ କିମ୍ବା କୌଣସି ନୂତନ କର୍ମାରମ୍ଭ କରିବାରେ ବ୍ୟସ୍ତ ରହିବେ।
ବୃଷ
ବୃଷ
ଅଟକି ରହିଥିବା କାମ ସମ୍ପନ୍ନ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ପ୍ରଶଂସା ଓ ପ୍ରତିଷ୍ଠାକୁ ଅନ୍ୟମାନେ ସହି ନ ପାରି ଭିନ୍ନ ମନ୍ତବ୍ୟ ଦେଇପାରନ୍ତି। ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।
ମିଥୁନ
ମିଥୁନ
ଆଜି ଯେତିକି ଅର୍ଥ ପାଇବେ ପ୍ରତିଦାନରେ ତାହାଠାରୁ ଅଧିକ କିଛି ଖର୍ଚ୍ଚ କରିବାକୁ ପଡ଼ିବ। ଅଧିକାଂଶ କ୍ଷେତ୍ରରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
କର୍କଟ
କର୍କଟ
ଆଜି ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଅଭିଯୋଗ ଆସିପାରେ। ଘରୋଇ କଥାରେ କିଛି ମତ ପାର୍ଥକ୍ୟ ସୃଷ୍ଟି ହେବାରୁ ସ୍ତ୍ରୀ ସ୍ବାମୀଙ୍କ ସହ ଆଲୋଚନା କରିବେ। ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ।
ସି˚ହ
ସି˚ହ
ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବା କଷ୍ଟ । ପରିସ୍ଥିତି ବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ। ଉଚ୍ଚ ପଦାଧିକାରୀଙ୍କ ପୃଷ୍ଠପୋଷକତା ଅଭାବରୁ କାମଗୁଡ଼ିକ ସୁବିଧାରେ ହେବା କଷ୍ଟକର ହୋଇପଡ଼ିବ।
କନ୍ୟା
ଆଜି ଅନ୍ୟମାନଙ୍କ ସହ ସକାଳୁ ସକାଳୁ ବନ୍ଧୁଙ୍କ ଗୃହକୁ ଯିବା ସକାଶେ ସଜବାଜ ହୋଇପାରନ୍ତି। ଯେ କୌଣସି ବିବାଦୀୟ ଘଟଣାରେ ନୀରବ ରହିବା ଭଲ ହେବ। ସାହାଯ୍ୟ ବ୍ୟତିରେକ ଅନ୍ୟମାନଙ୍କ ଠାରୁ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ରୋଗିଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ।
ତୁଳା
ତୁଳା
ପରିବାରରେ ମନ ଭିତରର ଅଶାନ୍ତି ବିରକ୍ତିକର କଥାବାର୍ତ୍ତାର ରୂପ ନେଇପାରେ। ବନ୍ଧୁଙ୍କ କୌଣସି ବାଧିଲାଭଳି କଥା ଶୁଣି ସବୁ ଆନନ୍ଦ ପାଣି ଫୋଟକା ପରି କୁଆଡ଼େ ମିଳାଇ ଯିବ। କିନ୍ତୁ ଏହିଭଳି ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ।
ବିଛା
ବିଛା
ବନ୍ଧୁଙ୍କ ସହ ସାମାନ୍ୟ କଥାରେ ଅତିଶୟ ରାଗି ପରିସ୍ଥିତିକୁ ସରଗରମ କରିପାରନ୍ତି। ଫଳତଃ ନିକଟ ସମ୍ପର୍କୀୟମାନେ କ୍ରମଶଃ ଦୂରେଇ ରହୁଥିବାର ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାରେ ପଡ଼ି ବିଶେଷ ଭାବରେ ବିଚଳିତ ହୋଇପାରନ୍ତି। କଳା, ସାହିତ୍ୟ ଓ ବନ୍ଧୁମିଳନ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ଧନୁ
ଧନୁ
ଆଜି ଅତୀତ କଥା ଚିନ୍ତା କରି ମନଟା ଭଲ ଲାଗି ନ ପାରେ। ଭାଙ୍ଗି ପଡିଥିବା ସମ୍ପର୍କ ଯୋଡ଼ିବା ସକାଶେ ଚେଷ୍ଟା କରି ଲାଭ ପାଇବେ ନାହିଁ। ଦୀର୍ଘଦିନରୁ କୁହୁଳୁଥିବା ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଅସାବଧାନତା ପରିହାର କରି ଅନ୍ୟମନସ୍କ କିମ୍ବା ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।
ମକର
ମକର
ନିଜର ସହଜ ସୁଲଭ ଗୁଣରେ ମନ ଜିଣିଲା ଭଳି କଥା କହି ପରକୁ ଆପଣାର କରିବେ। ବନ୍ଧୁଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ଭାବାବେଗକୁ ରୋକି ପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ, ମାତ୍ର ବହୁତ କଷ୍ଟ ସହିବାକୁ ପଡ଼ିବ। ପ୍ରତ୍ୟୁଷ ଯାତ୍ରାରେ ମନଟା କେଜାଣି କାହିଁକି ଏକ ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ।
କୁମ୍ଭ
କୁମ୍ଭ
କୌଣସି ସମସ୍ୟାବହୁଳ ପରିସ୍ଥିତିରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଅଫିସରେ ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନଟା ଭାରାକ୍ରାନ୍ତ ରହିବ। ସବୁ କାମ ନିରୁତ୍ସାହିତ ଭାବେ କରିବେ ଏବଂ କୌଣସିଟିରେ ଆନ୍ତରିକତା ନ ଥିବ। ଶାରୀରିକ ଅସୁସ୍ଥତା ମଧ୍ୟ ଏହାର ଏକ କାରଣ ହୋଇପାରେ।
ମୀନମୀନ
ଆର୍ଥିକ ଅନଟନ ଓ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଯେତେ ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ମଧ୍ୟାହ୍ନରେ ଉଚ୍ଚବାଚ ଘଟିବାର ସୂଚନା ରହିଛି। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ କିନ୍ତୁ ସମ୍ପୂର୍ଣ୍ଣ ନିରାମୟର ଆଶା ବହୁଦୂରରେ ଥିବାର ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri