Posted inRasifala

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହେବ। ନୂତନ ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି।
ବୃଷ
ବୃଷ
ଆଜି ଆପଣଙ୍କ ଭୁଲ୍‍ ନିଷ୍ପତ୍ତି କାମରେ ଦ୍ୱନ୍ଦ୍ୱ, ପରିବାରରେ ଅଶାନ୍ତି ଓ ଅର୍ଥପ୍ରାପ୍ତିରେ ସମସ୍ୟା ସୃଷ୍ଟି କରିବ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇପାରନ୍ତି। କର୍ମକ୍ଷେତ୍ରରେ କଳହର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବାକୁ ବାଧ୍ୟ ହେବେ ।
ମିଥୁନ
ମିଥୁନ
ପାରିବାରିକ କଳହରୁ ବିଭିନ୍ନ ଦୁଶ୍ଚିନ୍ତାରେ ମନ ଆନ୍ଦୋଳିତ ରହିବ। ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବା ସାଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ସହକର୍ମୀଙ୍କ ସାହାଯ୍ୟରୁ ପ୍ରକାଶନ, ପରିବହନ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ସାମାଜିକ ସ୍ତରରେ ପରିସ୍ଥିତିକୁ ଦେଖି ଚୁପ୍‍ ରହିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ନକାରାତ୍ମକ ଭାବନା ମନକୁ ବିଷାକ୍ତ କରିପାରେ। ପୂର୍ବାଲୋଚନା କ୍ରମେ ଗତକାଲିର ଯୋଜନା ବଦଳାଇବା ସହଜ ସାଧ୍ୟ ନ ହୋଇପାରେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପରିସ୍ଥିତିର ଭାରସାମ୍ୟ ରକ୍ଷା କରିବାକୁ ଶ୍ଳେଷାତ୍ମକ ଭାଷା ପ୍ରୟୋଗ କରିପାରନ୍ତି। ଖଳ ଲୋକଙ୍କ କଥାରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‍ ଧାରଣା ପୋଷଣ କରିବ। ବିବାଦୀୟ ସ୍ଥିତି
ଉପୁଜିବା କାରଣରୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ସମସ୍ୟା ବଢିଯାଇପାରେ।
କନ୍ୟା
ଆଜି ଉପରିସ୍ଥଙ୍କ ସହାୟତାରେ ସମସ୍ୟା ସମାଧାନ ସାଙ୍ଗକୁ କାର୍ଯ୍ୟ ହାସଲରେ ସମର୍ଥ ହେବେ। ଦୀର୍ଘ ଦିନରୁ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ଅନଟନ କାରଣରୁ ମାନସିକ ଅସ୍ଥିରତା ଦେଖାଦେବ। ସମ୍ପର୍କୀୟମାନେ ପରୋକ୍ଷ ଶତ୍ରୁତା କରିବା ଯୋଗୁ ବିଚଳିତବୋଧ କରିପାରନ୍ତି।
ତୁଳା
ତୁଳା
ଆଜି ଯଦି କିଛି ଅସୁବିଧା ପରିଲକ୍ଷିତ ହୁଏ ତାହା ନିଜ ଦୋଷରୁ ହିଁ ହେବାର ଆଶଙ୍କା ରହିଛି। ପରିବାରର ନିର୍ଦ୍ଦେଶରେ ଘର ପାଇଁ ମୂଲ୍ୟବାନ ଜିନିଷ କିଣିବାକୁ ମନ ବଳାଇ ପାରନ୍ତି। କର୍ମକ୍ଷେତ୍ରରେ ସରକାରୀ ସ୍ତରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସ୍ବାସ୍ଥ୍ୟ ଭଲ ରହିବା ସାଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ମନୋବଳ ବୃଦ୍ଧି କରିବ।
ବିଛା
ବିଛା
ବନ୍ଧୁଙ୍କ ମାଧ୍ୟମରେ ସକାଳୁ ଶୁଭ ଖବର ପାଇ ଖୁସି ହେବେ। ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଲଟ ହୋଇଯାଇପାରେ। ଯାତ୍ରା ସମୟରେ ଅନ୍ୟମନସ୍କତା ପରିହାର ସାଙ୍ଗକୁ ଯାନବାହନରେ ସତର୍କ ନ ରହିଲେ ଅସୁବିଧାରେ ପଡିପାରନ୍ତି। ସେବା ଓ ପରୋପକାର ହେତୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ।
ଧନୁ
ଧନୁ
କାର୍ଯ୍ୟସିଦ୍ଧି କାରଣରୁ ମନ ପ୍ରଫୁଲ୍ଲ ରହିବ ଓ ଯାହା ଚାହୁଁଛନ୍ତି ତାହା ପାଇବେ। ମତାନ୍ତରଜନିତ ପାରିବାରିକ ସ୍ତରରେ ଟେନ୍‍ସନ ବଢିଯିବାର ଆଶଙ୍କା ଦେଖାଦେବ। କର୍ମକ୍ଷେତ୍ରରେ ଆଶା ପୂରଣ ହେବାରେ ଜଣେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଋଣ ପରିଶୋଧ କରିବା ସକାଶେ କରଜଦାତାଙ୍କ ଚାପ ବୃଦ୍ଧି ପାଇପାରେ।
ମକର
ମକର
ଅନୁକୂଳ ଗ୍ରହସ୍ଥିତି କାରଣରୁ କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ସ୍ବାଭାବିକ ରହିବ। ଆଲୋଚନା ପରିସରରେ ବନ୍ଧୁଙ୍କ ସହ ଭୁଲ୍‍ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ପରକ୍ଷଣରେ ଅନୁତପ୍ତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସମ୍ପର୍କୀୟଙ୍କ ଆକ୍ଷେପୋକ୍ତି ଦୁଶ୍ଚିନ୍ତା ସୃଷ୍ଟି କରିବ।
କୁମ୍ଭ
କୁମ୍ଭ
ଧର୍ମ କାର୍ଯ୍ୟ ପରିପ୍ରେକ୍ଷୀରେ ବନ୍ଧୁଙ୍କୁ ସହଯୋଗ କରି ଆତ୍ମତୃପ୍ତି ଲଭିବେ। କେତେକ କ୍ଷେତ୍ରରେ ନିଜେ କଷ୍ଟ ଅନୁଭବ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଫାଇଦା ହାସଲ ସକାଶେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ପାରିବାରିକ ବ୍ୟତିକ୍ରମଜନିତ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
ମୀନମୀନ
ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରି ପ୍ରଶଂସିତ ହେବେ। ସମସ୍ୟା ବଢି ଯାଉଥିବାରୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ବନ୍ଧୁଙ୍କ ଦ୍ୱାରା ଆହୂତ ହୋଇ ଦୂରଯାତ୍ରା କରିବାର ସୌଭାଗ୍ୟ ପ୍ରାପ୍ତ ହେବେ। ଯାନ୍ତ୍ରିକ ଜିନିଷର ମରାମତି କିମ୍ବା ଗୃହ ସଜ୍ଜୀକରଣ ଦିଗରେ ମନୋନିବେଶ କରିପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri