Posted inRasifala

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ
ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କୃତ୍ତିକା ନକ୍ଷତ୍ର ସାହିତ୍ୟ, ସଙ୍ଗୀତ, ବୃତ୍ତି, ବାଣିଜ୍ୟ, ଯାତ୍ରା ପାଇଁ କୌଣସି ଅସୁବିଧା ହେବନାହିଁ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବାର ସୂଚନା ରହିଛି।
ବୃଷ
ବୃଷ
ଶାରୀରିକ ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅସ୍ଥିରତା ଯୋଗୁ ବିବ୍ରତ ହେବେ। ବିଭିନ୍ନ ସମସ୍ୟା କଥା ଚିନ୍ତା କରି ମନଟା ଭଲ ରହିବ ନାହିଁ। କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ। ରୋହିଣୀ ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ଆଜି ପୁନର୍ବସୁ ନକ୍ଷତ୍ର ମାନସିକ ବିକ୍ଷିପ୍ତତା ମଧ୍ୟରେ ଅଭିଳଷିତ କାର୍ଯ୍ୟରେ ସିଦ୍ଧିଲାଭ କରିବେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଭଲ ରହିବା ସହ ଆତ୍ମୀୟଙ୍କୁ କାମରେ ଲଗାଇ କାର୍ଯ୍ୟ ହାସଲ କରିନେବେ। ଆନୁଷଙ୍ଗିକ ଅନୁକୂଳ ପରିସ୍ଥିତିଜନିତ ନିର୍ମାଣାଧୀନ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ।
କର୍କଟ
କର୍କଟ
ଚଳିତ ପରିସ୍ଥିତି ବାରମ୍ବାର ସ୍ଥାନ ପରିବର୍ତ୍ତନ କରାଇ କର୍ମପରିସରକୁ ବ୍ୟାପକ କରିବ। ପ୍ରତ୍ୟେକ କ୍ଷେତ୍ରରେ ଆଡ୍‍ଜଷ୍ଟ କରି ଚଳୁଥତ୍ବାରୁ କିଛି ଅସୁବିଧା ହେବନାହିଁ। ପ୍ରତିଦ୍ୱନ୍ଦ୍ୱିତା ବଢି ଚାଲିବାରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବ। ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ବିଶିଷ୍ଟବ୍ୟକ୍ତିଙ୍କ ଅନୁକମ୍ପା ଆଶା ଓ ଅଭିଳାଷକୁ ପୂରଣ କରିବାରେ ସାହାଯ୍ୟ କରିବ। ସ୍ତ୍ରୀଙ୍କ ସାହାଯ୍ୟରୁ କାମ ସୁବିଧାରେ ସମ୍ପନ୍ନ ହେବ। ଅର୍ଥଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ମଘା ନକ୍ଷତ୍ର ଆଲୋଚନା କାଳରେ ଅପ୍ରିୟ ସତ୍ୟ କହି ଚକ୍ଷୁଶୂଳ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଅପୂରଣୀୟ ଆଶା ମନରେ ଆଲୋଡ଼ନ ସୃଷ୍ଟି କରିବ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ଓ ଲାଭବାନ ମଧ୍ୟ ହେବେ। ଚିତ୍ରା ନକ୍ଷତ୍ର ଆରୋଗ୍ୟଲାଭ କରିବା ସାଙ୍ଗକୁ ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିପାରିବେ।
ତୁଳା
ତୁଳା
ବିଶାଖା ନକ୍ଷତ୍ର ଶାରୀରିକ ଦୁର୍ବଳତା ସାଙ୍ଗକୁ ଅଭାବବୋଧଜନିତ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ନିକଟରୁ ପ୍ରେରଣା ଲାଭ କରି କାର୍ଯ୍ୟ ହାସଲ କରିପାରିବେ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ପଡ଼ୋଶୀଙ୍କ ସହାୟତାରୁ ମାନସିକ ଦୁଶ୍ଚିନ୍ତାକୁ ଦୂରେଇବାର ଚେଷ୍ଟା କରିବେ।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି, କର୍ମାରମ୍ଭ, ପ୍ଲଟିଂ କାରବାରରେ ଅଗ୍ରଗତିଜନିତ ମନ ଖୁସି ରହିବ। ବିଭିନ୍ନ ଦିଗରୁ ଅର୍ଥାଗମର ଯୋଜନାକୁ ସାକାର କରାଇପାରନ୍ତି। ଚେଷ୍ଟା କରୁଥିବା କାମଟି ନ ହେବାରୁ ଅଥବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ଜ୍ୟେଷ୍ଠା ନକ୍ଷତ୍ରର ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ପ୍ରାଧାନ୍ୟତା ଜାହିର ଦ୍ୱାରା ପରିବାରରେ ଅଶାନ୍ତି ଘଟିପାରେ। ଆପଣଙ୍କ ଉନ୍ନତ ଚିନ୍ତାଧାରା ସନ୍ତାନଙ୍କ ସମସ୍ୟା, ଉଚ୍ଚଶିକ୍ଷା ଓ ବିଦେଶଯାତ୍ରାର ସୁଯୋଗ ପାଇପାରନ୍ତି ା ସହକର୍ମୀଙ୍କଠାରୁ ଭୁଲ୍‍ ଖବର ପାଇ ବିବ୍ରତ ହେବେ। ପୂର୍ବାଷାଢ଼ା ନକ୍ଷତ୍ର ସାମାଜିକ ସ୍ତରରେ ପ୍ରିୟ କଥା କହି ପ୍ରଶଂସିତ ହେବେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ଅସୁବିଧା ହେବ ନାହିଁ। ଗୁରୁତ୍ୱପୂର୍ଣ୍ଣ ବିଷୟାଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ପରାମର୍ଶ ଲୋଡ଼ିପାରନ୍ତି। ଶ୍ରବଣା ନକ୍ଷତ୍ର ବନ୍ଧୁମିଳନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଗ୍ରହସ୍ଥିତିର ସାମ୍ୟତା ଦିନଚର୍ଯ୍ୟା ସକାଶେ ଶୁଭଙ୍କରୀ ହେବ। ପୂର୍ବାଲୋଚନା ଅନୁସାରେ କାମ କରିଚାଲିଲେ ଅଭିଳାଷ ନିଶ୍ଚିତ ପୂରଣ ହେବ। ପୂର୍ବଭାଦ୍ରପଦ ନକ୍ଷତ୍ର ଗୃହସୀମାଜନିତ ବିବାଦ, କଚେରି ମାମଲାରେ ଆଶାଜନକ ଫଳ ପାଇବେ। ଆର୍ଥିକ ଉନ୍ନତି ଘଟିବ। ବାଣିଜ୍ୟ ଓ ପରିବହନରୁ ମଧ୍ୟ ଲାଭ ପାଇପାରିବେ।
ମୀନମୀନ
ସ୍ବାସ୍ଥ୍ୟ ଭଲ ରହିବା ସହ କର୍ମାରମ୍ଭ, ନିଯୁକ୍ତି ଖବର, ବନ୍ଧୁଙ୍କ ନିମନ୍ତ୍ରଣରେ ଭ୍ରମଣ ସୁଯୋଗ ପାଇ ଖୁସି ହେବେ। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। ରେବତୀ ନକ୍ଷତ୍ରର ପରିବାରର ଖର୍ଚ୍ଚ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଶାତୀତ ସଫଳତା ପାଇବେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri