Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୩ ତାରିଖ – Daily Horoscope

ମେଷ
ଆଜି ଦ୍ୱିତୀୟଭାବସ୍ଥ ମଙ୍ଗଳ ଓ କେତୁଙ୍କ ସ୍ଥିତିଜନିତ କଠୋର ବ୍ୟବହାର ସାଙ୍ଗକୁ ବିଚାରଧାରାରେ ବ୍ୟତିକ୍ରମ ରହିପାରେ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେବ। ସାହିତ୍ୟ, ସଭାସମିତି, ସଂଗଠନ ଓ ରାଜନୀତି କ୍ଷେତ୍ରରେ ସୁଫଳ ପାଇବେ।
ବୃଷ
ବୃଷ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ବନ୍ଧୁମାନଙ୍କ ଗହଣରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବାର ଅପଚେଷ୍ଟା ଧରା ପଡିଯିବ। ବିବାଦୀୟ ପାରିବାରିକ ଜୟ୍‍ାଳ କିମ୍ବା ବ୍ୟବସାୟିକ ସମସ୍ୟା ବୃଦ୍ଧି ପାଇପାରେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରର ପରିସ୍ଥିତିକୁ ଆଖିଆଗରେ ରଖି ଯେସାକୁ ତେସା ନୀତିରେ କାମ କରିବେ। ବ୍ୟବସାୟରେ ଉନ୍ନତି କରିବେ କିନ୍ତୁ ଋ଼ଣ ପରିଶୋଧର ମାର୍ଗ ଉନ୍ମୁକ୍ତ ହୋଇପାରିବ ନାହିଁ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। କୌଣସି ଦୂରାଗତ ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି ା ସାମାନ୍ୟ କାରଣରୁ ମନ ଅଶାନ୍ତ ରହିବ।
କର୍କଟ
କର୍କଟ
ଚନ୍ଦ୍ରଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ କିନ୍ତୁ କର୍ମକ୍ଷେତ୍ର ସନ୍ତୋଷଜନକ ରହି ନ ପାରେ। ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। କଳା, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ଭୁଲ୍‍ ବୁଝାମଣା ଓ ସନ୍ଦେହଜନିତ ପାରିବାରିକ ସମସ୍ୟା ଗୁରୁତର ହୋଇପାରେ। ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।
ସି˚ହ
ସି˚ହ
ପାପଗ୍ରହ ଯୁକ୍ତ ରାଶି ହେତୁ ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ଯାହା କଲେ ମଧ୍ୟ ସୁଫଳ ମିଳିବ ନାହିଁ ବରଂ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ହିତୈଷୀମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‍ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁମାନେ ସହଯୋଗର ପ୍ରତିଶ୍ରୁତି ଦେଇ ନିର୍ଦ୍ଦିଷ୍ଟ ସମୟରେ ଦୂରେଇ ରହିବେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତା ବଢିବ କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ। ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଆଇନ ଅଦାଲତରୁ ସୁଫଳ ପାଇ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଯାତ୍ରା ସମୟରେ ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ଚତୁର୍ଥଭାବରେ ଚନ୍ଦ୍ରଙ୍କ ସ୍ଥିତି କାରଣରୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ସଭାସମିତିରେ ଯୋଗ ଦେଇ ଲାଭବାନ ହେବା ସାଙ୍ଗକୁ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ଚନ୍ଦ୍ର କ୍ଷେତ୍ରସ୍ଥ ଶୁକ୍ରଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ଅବହେଳାରୁ ହାତମୁଠାରୁ ସୁ୍୍ଯୋଗ ଖସିଯାଇପାରେ। କେତେକ କ୍ଷେତ୍ରରେ ମନକଥା ମନରେ ମାରି ରହିବେ। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ ଏବଂ ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ନୀଚାରୋହୀ ମଙ୍ଗଳଙ୍କ ଯୋଗୁ ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ଯଦ୍ଦ୍ବାରା କି ଦୁଶ୍ଚିନ୍ତା ବୃଦ୍ଧି ପାଇବ।
ଧନୁ
ଧନୁ
ଭାଗ୍ୟାଧିପ କର୍ମାଧିପଙ୍କ ସହିତ ସଂଯୋଗ କାରଣରୁ ଆଜି ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ। ସାମାଜିକ ସ୍ତରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ଆଜି ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗିରହିବ। ସପ୍ତମଭାବରେ ଏକାଧିକ ଗ୍ରହ ରହିଥିବାରୁ ଯାତ୍ରା, ବ୍ୟବସାୟରେ ଲାଭବାନ୍‍ ହେବେ।
କୁମ୍ଭ
କୁମ୍ଭ
ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ କିନ୍ତୁ ବହୁତ ଝିନଝଟ୍‍ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ ହେବ। ଶୁକ୍ରଙ୍କ ସଂସ୍ଥିତିଜନିତ ଆନୁଷ୍ଠାନିକ କ୍ଷେତ୍ରରେ ସାହିତ୍ୟ,ସଙ୍ଗୀତ, କ୍ରୀଡା ପ୍ରଭୃତିରୁ ପ୍ରଶଂସିତ ହୋଇପାରନ୍ତି। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ଫଳତଃ ସ୍ବାସ୍ଥ୍ୟହାନିର ଆଶଙ୍କା ରହିବ।
ମୀନମୀନ
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ଚେଷ୍ଟା କରୁଥତ୍ବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଶନିଙ୍କ ଦୃଷ୍ଟି ପ୍ରଭାବରୁ ପରକଥାକୁ ପ୍ରାଧାନ୍ୟ ଦେଇ ପାରିବାରିକ ଜୀବନରେ ଝଡ ସୃଷ୍ଟି ହେବ। ଜମିଜମା କାରବାର, ଆଲୋଚନା, ସଭାସମିତି, କଳା, ସାହିତ୍ୟାଦି କ୍ଷେତ୍ରରେ ସୁଫଳ ପାଇବେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?