Posted inRasifala

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୨୫ ତାରିଖ – Daily Horoscope

ମେଷ
ମନ ଚାହୁଁଥିବା ଜିନିଷ ଲାଭ ଦିଗରେ ଉଦ୍ୟମୀ ହେବେ ଓ ଆଶା ମଧ୍ୟ ଅପୂରଣୀୟ ରହିବ ନାହିଁ। ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନ କ୍ଷେତ୍ରରେ ସମୟ କଟାଇବେ। ଅଫିସରେ କୌଣସି ବିଷୟ ନେଇ ତିକ୍ତତା ଦେଖାଦେଇପାରେ। ଆଲୋଚନା, ସତ୍‌ସଙ୍ଗ, ଆନୁଷ୍ଠାନିକ କାମ ତଥା ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବାରୁ ସାମୟିକ ମୁହଁରେ ଝଲକ ସୃଷ୍ଟି ହେବ। ଅନ୍ୟକୁ ମନେଇବାର କୌଶଳ ପ୍ରୟୋଗ କାରଣରୁ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହୋଇପାରନ୍ତି। ଦୂରସ୍ଥ ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଛଟପଟ ହେବ।
ମିଥୁନ
ମିଥୁନ
ଆଜି ସ୍ଥଗିତ କାମ ତ୍ୱରାନ୍ବିତ କରିବା ପରିପ୍ରେକ୍ଷୀରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଆମତ୍ୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ପଡ଼ିପାରେ। ଫେରନ୍ତା ବାଟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।
କର୍କଟ
କର୍କଟ
ଆଜି ବିରକ୍ତିକର କଥା କହି କିମ୍ବା ପର କଥାରେ ଭୁଲ ମାର୍ଗ ଅନୁସରଣ କରିବେ। ସଭାସମିତିରେ ନୂତନ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଜମିଜମା କାରବାର, ମାଲିମକଦ୍ଦମା, ପ୍ରତିଯୋଗିତାରେ ସଫଳତା ସକାଶେ ଚେଷ୍ଟିତ ହେବେ। ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି।
ସି˚ହ
ସି˚ହ
ବ୍ୟୟ ବୃଦ୍ଧି ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମାଲିମକଦ୍ଦମା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ବାଣିଜ୍ୟ, ବ୍ୟବସାୟରେ ସନ୍ତୋଷଜନକ ଫଳ ଦେଖାଦେଇପାରେ।
କନ୍ୟା
ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ, ଯାହାକି ଦୁଶ୍ଚିନ୍ତା ବୃଦ୍ଧି କରିବ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତିର ସମାଧାନ ଆଶା କରାଯାଇପାରେ।
ତୁଳା
ତୁଳା
ଆଜି ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବ। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ। ବନ୍ଧୁମାନଙ୍କ ସହ ହସ ଖୁସି ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ବିଛା
ବିଛା
ଆଳସ୍ୟ ଓ ନିଜସ୍ବ ଅବହେଳା କାରଣରୁ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ପାଇଁ ଅନୁତପ୍ତ ରହିବେ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତ ହେବାକୁ ବାଧ୍ୟ ହେବେ। ଗବେଷଣା, ରଚନାମତ୍କ କାମ, ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଯଥେଷ୍ଠ ସାହାଯ୍ୟ ଲାଭ କରି ମନୋବଳ ବୃଦ୍ଧି ପାଇବ। ସାୟାହ୍ନେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ଏଜେନ୍‌ଶିପ, ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ ତଥା ପ୍ରକାଶନରୁ ଖୁସି ରହିବେ।
କୁମ୍ଭ
କୁମ୍ଭ
ଆଜି ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବାର ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି, ମାତ୍ର ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲିପାରିବେ ନାହିଁ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଘର ସାଜସଜ୍ଜାରେ, ନିର୍ମାଣରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି।
ମୀନମୀନ
ଆଜି ହଠାତ୍‌ ପ୍ରତ୍ୟୁଷରେ ଯାତ୍ରା କରି ଆଶା କରୁଥିବା ଜିନିଷ ଲାଭ କରିପାରନ୍ତି। ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରୋକ୍ଷ ଶତ୍ରୁତା କାରଣରୁ ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହେବେ। କାର୍ଯ୍ୟହାନି, ଅର୍ଥକ୍ଷୟ, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ମାଲିମକଦ୍ଦମାରୁ ଚିନ୍ତା ବଢ଼ି ଯାଇପାରେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri