ମେଷ

ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ଲେଖାପଢ଼ା, ସନ୍ତାନଙ୍କ କୃତିତ୍ୱ, ଋଣ ପରିଶୋଧ, ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବ୍ୟବସାୟିକ ସ୍ଥିତି ଭଲ ରହିବ।
ବୃଷ

ସାମାଜିକ ସ୍ତରରେ ଆନୁଷ୍ଠାନିକ କାମ ସକାଶେ ସ୍ବତନ୍ତ୍ର ନିମନ୍ତ୍ରଣ ପାଇପାରନ୍ତି। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇପାରେ। ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତାରେ ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ

ବନ୍ଧୁଗହଣରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କାଳରେ ବିଚାରଧାରାର ବିଭିନ୍ନତା ମାନସିକ ଅସ୍ଥିରତାର କାରଣ ହେବ। ଜମିଜମା କ୍ରୟବିକ୍ରୟ, ଚୁକ୍ତିପତ୍ର, ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ଆଇନ, ଅଦାଲତ କ୍ଷେତ୍ରରେ ତଥା ମାଲିମକଦ୍ଦମାରେ ବିଚାର ବିଳମ୍ବିତହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ

କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କିତ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ଭ୍ରମଣ ଅବସରରେ ଜଣେ ପୁରୁଣା ବନ୍ଧୁଙ୍କ ଦେଖାପାଇ ମନ ହାଲୁକା ହୋଇଯିବ।
ସି˚ହ

ମନ କଥାକୁ ମନ ଭିତରେ ରଖି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ଫନ୍ଦିଫିକର କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
କନ୍ୟା

ପରିବାରର ଆବଶ୍ୟକତାନୁଯାୟୀ ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ନିଜ ପରିସରରେ ସ୍ବାର୍ଥର ବଶବର୍ତ୍ତୀ ହୋଇ ଆମତ୍ୀୟମାନେ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସମସ୍ୟା ଉପୁଜିପାରେ। ସାହିତ୍ୟକୃତି, ଜମିଜମା କ୍ରୟବିକ୍ରୟ କ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ତୁଳା

ଶାରୀରିକ ଅସୁସ୍ଥତାଜନିତ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। କୌଣସି ଜିନିଷ କ୍ରୟକରିବା ସକାଶେ ହଠାତ୍ ମୋଟା ଅଙ୍କର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭାସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା

ଅତୀତ ଘଟଣା ମନକୁ ଆଲୋଡ଼ିତ କରିବା ଫଳରେ ମନ ଭଲ ଲାଗିବ ନାହିଁ। କର୍ମାରମ୍ଭ ସକାଶେ ନିଷ୍ପତ୍ତି ନେଇଥିଲେ ମଧ୍ୟ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାର୍ଯ୍ୟହାନିର କାରଣ ହେବ। ବନ୍ଧୁସମ୍ପର୍କ, ଆନୁଷ୍ଠାନିକ କାମ, ଦୂରଯାତ୍ରା ସାଙ୍ଗକୁ ମୂଲ୍ୟବାନ୍ ଜିନିଷ କ୍ରୟ ଯୋଗରହିଛି।
ଧନୁ

କର୍ମଦକ୍ଷତା ଏବଂ ସଚ୍ଚୋଟତା କାରଣରୁ କର୍ମକ୍ଷେତ୍ରରେ ଈର୍ଷାପରାୟଣ ବନ୍ଧୁଙ୍କ କୃତ ଅପମାନଜନକ ସ୍ଥିତିରୁ ସହସା ରକ୍ଷାପାଇବେ। ଜମିଜମା ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି। ପ୍ରତିଯୋଗିତା, କ୍ରୀଡ଼ା, ସାହିତ୍ୟରେ
ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ, ପରିବହନ, ଅର୍ଥସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ପ୍ରଶଂସିତ ହୋଇପାରନ୍ତି।
ମକର

ଆଜିର କାମଗଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବାରେ କୌଣସି ଅସୁବିଧା ରହିବ ନାହିଁ। ପଡ଼ୋଶୀମାନଙ୍କ ସହ ବ୍ୟବହାରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ସକାଳ ସମୟରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ ।
କୁମ୍ଭ

ଉପରିସ୍ଥ ଅଧିକାରୀଙ୍କ ସହୃଦୟତାରୁ କର୍ମକ୍ଷେତ୍ରରେ ନିଜର ସ୍ଥିତି ସୁଦୃଢ଼ କରିବାରେ ସମର୍ଥ ହେବେ। ନିଜ ଲୋକ ଯେତେ ସମସ୍ୟା ସୃଷ୍ଟିକଲେ ମଧ୍ୟ ଆପଣଙ୍କର କୌଣସି ଅସୁବିଧା ହେବନାହିଁ। ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନ
ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସାଙ୍ଗକୁ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ବନ୍ଧୁଙ୍କ ହସ୍ତକ୍ଷେପ ଦ୍ୱାରା ପାରିବାରିକ ପରିସ୍ଥିତିକୁ ସୁଧାରି ନେବେ। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ। କର୍ମଜଞ୍ଜାଳ ମଧ୍ୟରେ କଠିନଶ୍ରମ ଓ ଭ୍ରମଣଜନିତ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.