Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ
ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା ହେବନାହିଁ। ସାହିତ୍ୟ, ରଚନାମତ୍କ କାର୍ଯ୍ୟ, ପ୍ରତିଯୋଗିତାରେ ସଫଳତା ମିଳିବ। ଋଣ ପରିଶୋଧର ଦୁଶ୍ଚିନ୍ତାରେ ସାମୟିକ ଚିନ୍ତିତ ରହିପାରନ୍ତି।
ବୃଷ
ବୃଷ
ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ଫେରନ୍ତା ବାଟରେ ସାଧାରଣ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ ସ୍ଥଗିତ କାମକୁ ସମ୍ପନ୍ନ କରିବେ, କିନ୍ତୁ ବ୍ୟବସାୟିକ କ୍ଷେତ୍ର ସମସ୍ୟାବହୁଳ ରହିବ। ଅଧିକାଂଶ ସମୟ ଘର ସାଜସଜ୍ଜାରେ କିମ୍ବା ନିର୍ମାଣରେ ସମୟ ଅତିବାହିତ କରିପାରନ୍ତି।
ମିଥୁନ
ମିଥୁନ
ସବୁ ସୁବିଧା ଥାଇ ମଧ୍ୟ ପରିବାରରେ ସମସ୍ୟା ଲାଗି ରହିବା ଯୋଗୁ କେତେକ କାମ ଅଟକି ରହିଯିବ। କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବେ। ହୋଟେଲ, ଛୋଟ ଦୋକାନୀ, ଲାଭବାନ୍‌ ହେବେ। ପୂର୍ବ ବିବାଦରୁ ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ସମସ୍ୟା ଆସିବ। ପିଲାଙ୍କ ସମସ୍ୟାକୁ ନେଇ ବିରସ ମନରେ ରହିପାରନ୍ତି।
କର୍କଟ
କର୍କଟ
ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବା ଯୋଗୁ ମନସ୍ତାପ କରିପାରନ୍ତି। ପରିସ୍ଥିତିକୁ ସାମ୍‌ନା କରିବାକୁ ଯାଇ ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ସହ ଯୋଗାଯୋଗ କରିବେ। ଗତକାଲିର ଯୋଜନାକୁ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ବ୍ୟବସାୟ, ପରିବହନ ଏବଂ ଆନୁଷ୍ଠାନିକ କାମରେ ଅସୁବିଧା ହେବନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି। ତଥାପି କେତେକ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ସାମାଜିକ ସ୍ତରରେ କାର୍ଯ୍ୟଦକ୍ଷତା ଯୋଗୁ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
କନ୍ୟା
ବିଭିନ୍ନ ପ୍ରକାରର ସମସ୍ୟା କାରଣରୁ ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଦୂରସ୍ଥ ଆମତ୍ୀୟଙ୍କ ଅଶୌଚ ଖବର ଶୁଣି ବିସ୍ମିତ ହୋଇପାରନ୍ତି। ଆଜିର ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରା ବିଳମ୍ବିତ ହୋଇପାରେ। ନିଜ ପରିବେଶରେ ଧର୍ମାନୁଷ୍ଠାନ କିମ୍ବା ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରୁ ଅର୍ଥ ଲାଭ ହେତୁ ଖୁସି ରହିବେ। ହିତୈଷୀ ବନ୍ଧୁଙ୍କ ମଧ୍ୟସ୍ଥତାରେ ପରିବାରରେ ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି। ଘର ସାଜସଜ୍ଜା କିମ୍ବା ମରାମତି କାମରେ ସମୟ ଅତିବାହିତ କରିବେ।
ବିଛା
ବିଛା
ପରୋକ୍ଷଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ଦ୍ୱାରା କାର୍ଯ୍ୟରେ ବିଳମ୍ବ ଘଟିବାର ଆଶଙ୍କା ରହିଛି। ସଭାସମିତିକୁ ସ୍ବତନ୍ତ୍ର ଭାବରେ ନିମନ୍ତ୍ରିତ ହୋଇ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସାହିତ୍ୟ ଚର୍ଚ୍ଚା, ନୂତନ ବନ୍ଧୁତ୍ୱ, ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପ୍ରଭୃତିରୁ ସଫଳତା ପାଇବେ।
ଧନୁ
ଧନୁ
ଭୁଲ୍‌ ବୁଝାମଣା କାରଣରୁ ପରିବାରର ସଦସ୍ୟମାନେ ଆପଣଙ୍କୁ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ନିଜର ପ୍ରିୟ ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ବିରୋଧରେ କଥା କହିପାରେ। ଉପସ୍ଥିତ ଭଦ୍ରବ୍ୟକ୍ତିଙ୍କ ଦ୍ୱାରା ପରିବହନରେ ଆକସ୍ମିକ ସମସ୍ୟାକୁ ଅତି ଚତୁରତାର ସହ ସମାଧାନ କରିବେ।
ମକର
ମକର
ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ସାଙ୍ଗକୁ ଅର୍ଥ ପ୍ରାପ୍ତିର ଆଶା ପୂରାମାତ୍ରାରେ ରହିଛି। ଦୁର୍ବଳ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ମତାନ୍ତରଜନିତ ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ସହ ବୁଝାମଣା ଠିକ୍‌ ରହି ନ ପାରେ। ଚେଷ୍ଟା କରୁଥିବା କାମରେ ଉଚ୍ଚବର୍ଗଙ୍କ ସହାୟତା ପାଇବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମଟି ଅଟକି ରହିବ ନାହିଁ। ପରୋକ୍ଷ ଭାବରେ ଶତ୍ରୁତା କରୁଥିବା କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି। ହଠାତ୍‌ ଯାତ୍ରା କରିବାକୁ ଯିବାକୁ ମନସ୍ଥ କରି ବାଟରୁ ଫେରି ଆସିବାକୁ ପଡ଼ିପାରେ। ପାରିବାରିକ ସ୍ତରରେ ଘଟଣାଚକ୍ରରେ ପଡ଼ି ମିଥ୍ୟା କହିବାକୁ ବାଧ୍ୟ ହୋଇପାରନ୍ତି।
ମୀନମୀନ
ପଡ଼ୋଶୀ କିମ୍ବା ନିଜ ଆମତ୍ୀୟମାନଙ୍କଠାରୁ ଅଯାଚିତ ଭାବେ ସହାୟତା ପାଇ କାମ ହାସଲ କରିବେ। ସହକର୍ମୀଙ୍କୁ କଟୁକଥା ପ୍ରୟୋଗ କରି ସୁସମ୍ପର୍କ ହରାଇପାରନ୍ତି। ଈର୍ଷା କରୁଥିବା ଲୋକ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ପାରିବାରିକ ବିବାଦ ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri