Posted inRasifala

ରାଶିଫଳ: ରବିବାର , ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ଶାରୀରିକ କ୍ଳାନ୍ତି ଦେଖାଦେବ।
ବୃଷ
ବୃଷ
ପରିଜନଙ୍କ ସହ ଯାତ୍ରା ସମୟରେ କୌଣସି ବିଜାତୀୟ ବ୍ୟକ୍ତିଙ୍କ ଦ୍ୱାରା ଅର୍ଥହାନିର ଯୋଗ ରହିଛି। ଆଲୋଚନା ପରିସରରେ ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧଁାଦଉଡ଼ କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହାୟତାରେ ଅର୍ଥଲାଭ ହେଲେ ମଧ୍ୟ ପାପଗ୍ରହ ପ୍ରଭାବରୁ ଝିନ୍‍ଝଟ୍‍ ଭିତରେ ଗତି କରିବାକୁ ପଡ଼ିବ। ସାଧାରଣ କଥାରେ ଉତ୍ତେଜିତ ହେବା ଦ୍ୱାରା ପଡ଼ୋଶୀଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହିନପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
ଆଜି ଅତୀତ ଘଟଣା, ବନ୍ଧୁଙ୍କ ଅବିବେକୀ କାମ, ସହକର୍ମୀଙ୍କ କୂଟନୀତି ଓ ଆମତ୍ୀୟଙ୍କ ବେଖାତିର କଥା ସକାଶେ ଅନୁତାପ କରିପାରନ୍ତି। କର୍ମକ୍ଷେତ୍ରସ୍ଥ ବନ୍ଧୁଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ଦୂର ହେବାର ସୂଚନା ରହିଛି। ସହକର୍ମୀଙ୍କ ସହାୟତାରେ ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
ଆଜି କୌଣସି କାମ କରିସାରିବା ପରେ ଅନୁତାପ କରିବେ। ଆବଶ୍ୟକ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିପାରନ୍ତି। ସହକର୍ମୀଙ୍କ ସହ କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ପରିବାରରେ ମତାନ୍ତର ଘଟିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତରବର ନ ହୋଇ କାମ କଲେ ସମସ୍ୟା ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆମତ୍ୀୟମାନେ ହଠାତ୍‍ ଶତ୍ରୁତା କରିପାରନ୍ତି। ମନକୁ ନ ପାଇଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ସ୍ଥଗିତ କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‍ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡ଼ା ଲାଗିପାରେ। କର୍ମକ୍ଷେତ୍ରରେ, ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ହେବ।
ବିଛା
ବିଛା
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିଲେ ମଧ୍ୟ କେତେକ ଅପୂରଣୀୟ ଅଭିଳାଷ ସକାଶେ ମନ ଅଶାନ୍ତ ରହିବ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ବନ୍ଧୁଙ୍କ ସହ ବାକ୍‍ବିତଣ୍ଡା ସୃଷ୍ଟି ହେବାର ସୂଚନା ରହିଛି ା
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ କରିବା ସକାଶେ ବନ୍ଧୁଙ୍କ ସହ ଯୋଗର ଆବଶ୍ୟକତା ଅନୁଭବ କରିବେ। ସହକର୍ମୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ସାହିତ୍ୟ, କ୍ରୀଡ଼ାରେ ସୁନାମ ଅର୍ଜିବେ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଭଲ ସମ୍ପର୍କ ନ ଥିବା ନିଜର ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି କରିପାରିବେ ନାହିଁ। ବାଣିଜ୍ୟ ଓ ପରିବହନରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ପରୋକ୍ଷ ଶତ୍ରୁତାରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହେବେ। ମାଙ୍ଗଳିକ କାମ ସକାଶେ ଆମତ୍ୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପୂର୍ବାଫାଲ୍‍ଗୁନୀ ନକ୍ଷତ୍ରରେ ରହିଥିବାରୁ ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, କୌଣସି ଅସୁବିଧା ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଶୁକ୍ର ସହ ଚନ୍ଦ୍ର ଏବଂ କେତୁଙ୍କ ସ୍ଥିତିଜନିତ ଆପଣଙ୍କ ଭୁଲ୍‍ ନିଷ୍ପତ୍ତି ସମସ୍ୟାର କାରଣ ହୋଇପାରେ। କର୍ମଜଞ୍ଜାଳ ବୃଦ୍ଧି କାରଣରୁ ଆଜି ସ୍ଥିର ଭାବରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri