ମେଷ

ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍ ଆରମ୍ଭ କରିବା ସକାଶେ ମନ ବଳାଇବେ। କୃତିକା ନକ୍ଷତ୍ର ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ଆକସ୍ମିକ ଭାବରେ ପଡୋଶୀ କିମ୍ବା ସହକର୍ମୀଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳି ଯିବ।
ବୃଷ

ମୃଗଶିରା ନକ୍ଷତ୍ର ସକାଶେ ଆର୍ଥିକ ସମସ୍ୟା ଦୂରେଇବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି। ଅତୀତର ପରିସ୍ଥିତିକୁ ଯେତିକି ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସଭାସମିତି, ସଂଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ପଶ୍ଚାନ୍ତେ ଅନୁତପ୍ତ ହେବେ।
ମିଥୁନ

ବନ୍ଧୁଙ୍କଠାରୁ ହାତଉଧାରି ଟଙ୍କା ଆଣି ଆବଶ୍ୟକତାକୁ ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି। ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ସପକ୍ଷରେ ମତ ପ୍ରଦାନ କରିବାର ଆଶା ରହିଛି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କାଠିକର ପାଠ ହୋଇପାରେ।
କର୍କଟ

କଠିନ ଶ୍ରମ ଏବଂ ଭ୍ରମଣ ସାଙ୍ଗକୁ ଅନିଦ୍ରାଜନିତ ଶାରୀରିକ କିମ୍ବା ମାନସିକ ଅସୁସ୍ଥତାକୁ ନିମନ୍ତ୍ରଣ କରିପାରନ୍ତି। ଅଶ୍ଳେଷା ନକ୍ଷତ୍ର ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କିଛିିନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ।
ସି˚ହ

ପୂର୍ବାଫାଲଗୁନୀ ନକ୍ଷତ୍ର ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଭଲ ରହି ନ ପାରେ। କାମଗୁଡିକ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍ବେଗ ପ୍ରକାଶ କରିପାରନ୍ତି। କାର୍ଯ୍ୟବ୍ୟସ୍ତ ଯୋଗୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିସରରେ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ।
କନ୍ୟା

ହସ୍ତା ନକ୍ଷତ୍ର ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ନିଜକୁ କଷ୍ଟ ସ୍ବୀକାର କରିବାକୁ ପଡିପ। ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି। ସଙ୍ଗୀତ, ଚଳଚ୍ଚିତ୍ର ଓ କ୍ରୀଡା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ବେଶ୍ ଆଦୃତ ହେବେ।
ତୁଳା

ଦୁର୍ଭାବନା ବଢି ଚାଲିବା ହେତୁ ମନ ଓ କାମ ଶୃଙ୍ଖଳିତ ରହିବ ନାହିଁ। ସ୍ବାତୀ ନକ୍ଷତ୍ରର ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡିପାରନ୍ତି। ଫେରନ୍ତା ବାଟରୁ ଆପଣ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ। ବ୍ୟବସାୟରେ ଲାଭ ନ ହେଲେ ସୁଦ୍ଧା କ୍ଷତିର ସମ୍ଭାବନା ପ୍ରାୟତଃ ନାହିଁ କହିଲେ ଚଳେ।
ବିଛା

ପାରିବାରିକ ସମସ୍ୟା ରହିଥିଲେ ମଧ୍ୟ ଦୈନିକ ଜୀବନଚର୍ଯ୍ୟାରେ କାମ ଅଟକିବ ନାହିଁ। ବିବାଦୀୟ ପରିସ୍ଥିତିର ସମାଧାନ ପାଇଁ ଚେଷ୍ଟା କଲେ ସଫଳତା ପାଇବେ। ଜ୍ୟେଷ୍ଠା ନକ୍ଷତ୍ରର ପରିବାର ଭିତରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ। ସମ୍ପର୍କୀୟମାନେ ଉପରେ ଶ୍ରଦ୍ଧା ଦେଖାଇ ଭିତରେ ଚେର କାଟି ପାରନ୍ତି।
ଧନୁ

ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିବେ। ଉତ୍ତରାଷାଢା ନକ୍ଷତ୍ର ପ୍ରଶାସନିକ ସ୍ତରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବେ। ଦୀର୍ଘ ପଥ ଭ୍ରମଣ ସ୍ବାସ୍ଥ୍ୟ ସକାଶେ ବାଧକଜନିତ ଅସୁସ୍ଥତା ଦେଖାଦେବ। ବ୍ୟବସାୟିକ ସଫଳତା ସାଙ୍ଗକୁ ସାମାଜିକ ସ୍ତରରେ ଲୋକପ୍ରିୟତା ବୃଦ୍ଧି ପାଇବ।
ମକର

ବହୁତ ଦିନରୁ ଦେଖାହୋଇ ନ ଥିବା ବନ୍ଧୁଙ୍କ ସହ ସାକ୍ଷାତ୍କାରରୁ ବିଶେଷ ଖୁସି ଅନୁଭବ କରିବେ। ଅନ୍ୟମାନଙ୍କ ସହମତିରେ କାମକରିବା ଫଳରେ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶ୍ରବଣା ନକ୍ଷତ୍ରର ଭୁଲ୍ ବୁଝାମଣା ସାଙ୍ଗକୁ ବୃଥା ସନ୍ଦେହଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିପାରେ।
କୁମ୍ଭ

ଅନ୍ୟମନସ୍କତା କିମ୍ବା ସତର୍କତାର ଅଭାବ ଯୋଗୁ ଅର୍ଥ କିମ୍ବା ଦରକାରୀ କାଗଜପତ୍ର ହଜାଇଦେଇପାରନ୍ତି। ଶତଭିଷା ନକ୍ଷତ୍ର ସକାଶେ ବନ୍ଧୁମାନଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ସ୍ଥଗିତ କାର୍ଯ୍ୟ କିମ୍ବା ଆବଶ୍ୟକୀୟ ସାହାଯ୍ୟ, ସହଯୋଗ ପ୍ରତିବେଶୀଙ୍କ ନିକଟରୁ ପାଇବାର ସମ୍ଭାବନା ରହିଛି।
ମୀନ
ରେବତୀ ନକ୍ଷତ୍ର କର୍ମକ୍ଷେତ୍ରରେ ଅବହେଳାଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ପ୍ରିୟବନ୍ଧୁଙ୍କ ସାହାଯ୍ୟରେ ପାରିବାରିକ ବ୍ୟତିକ୍ରମକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି, ଗବେଷଣା, ଆଲୋଚନା, ସେବାସଂସ୍ଥା, ରାଜନୀତି ଓ କଳା, ସାହିତ୍ୟରୁ ପ୍ରଶଂସିତ ହେବେ।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.