Posted inRasifala

ରାଶିଫଳ: ଶୁକ୍ରବାର , ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ମନ କଥା କାହାକୁ କହିପାରୁ ନ ଥିବେ କିମ୍ବା ସମାଧାନର ରାସ୍ତା ଖୋଜି ପାଉ ନ ଥିବେ। କର୍ମକ୍ଷେତ୍ରରେ ମନ୍ଥର ଗତି ସହ ଅଫିସରେ ଫାଇଲ୍‌ ଚାପର ସମ୍ମୁଖୀନ ହୋଇପାରନ୍ତି। ପିଲାମାନଙ୍କ ବିଶୃଙ୍ଖଳିତ ଚଳଣି ଅସନ୍ତୋଷର କାରଣ ହେବ।
ବୃଷ
ବୃଷ
ବହୁତ ଦିନରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ପାରିବାରିକ ଜୀବନରେ ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି। ସ୍ବାସ୍ଥ୍ୟ ଦିଗରୁ ସେପରି କିଛି ବିଶେଷ ସତର୍କତାର ଆବଶ୍ୟକତା ପଡ଼ିବ ନାହିଁ।
ମିଥୁନ
ମିଥୁନ
ଆକସ୍ମିକ କଳହ ସୃଷ୍ଟି କାରଣରୁ ନିଜ ଲୋକମାନେ ଦୂରେଇ ଯିବାର ସମ୍ଭାବନା ରହିଛି। ରୋଗପୀଡ଼ା, ଶତ୍ରୁତା ଓ ଧାର କରଜ ଚିନ୍ତାକୁ ବଢ଼ାଇବ। ଅବଶ୍ୟ କର୍ମ କ୍ଷେତ୍ର, ଯାନବାହନ, ଦୋକାନବାଡ଼ି, ସଭା ସମିତିରୁ ଉପକୃତ ହେବେ। ମାତ୍ର ପ୍ରତ୍ୟେକ ସମୟରେ କିଛିନା କିଛି କାରଣକୁ ନେଇ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ।
କର୍କଟ
କର୍କଟ
ପୂର୍ବ ବିବାଦକୁ ନେଇ ନିଜର ଲୋକମାନେ ଶତ୍ରୁତା କରିପାରନ୍ତି। ପୁଷ୍ୟା ନକ୍ଷତ୍ର ସକାଶେ ଧନହାନି କିମ୍ବା ଅର୍ଥକୁ କେନ୍ଦ୍ରକରି କଳହର ମାତ୍ରା ବଢ଼ି ଯାଇପାରେ । ଯୁକ୍ତିତର୍କ ହେତୁ ସଭାରେ ଆଲୋଚନା ଅସମାପ୍ତ ରହିପାରେ। ମାନସିକ ସ୍ତରରେ ଅଶାନ୍ତି ପୂରାପୂରି ଲାଗି ରହିବ।
ସି˚ହ
ସି˚ହ
କର୍ମଜଞ୍ଜାଳ ପ୍ରଭାବରୁ ଆଜି ଆପଣ ଦୀର୍ଘ ସମୟ ଗୋଟିଏ ସ୍ଥାନରେ ଅଟକି ରହିପାରିବେ ନାହିଁ। ପରିଜନଙ୍କ ସ୍ବାସ୍ଥ୍ୟହାନି ଜନିତ ମନ ଉଦ୍‌ବେଗ ରହିବ। ଷ୍ଟେସନେରି ଜିନିଷ,ନୂତନ ବସ୍ତ୍ର ଅଳଙ୍କାର କିମ୍ବା ଗାଡ଼ିମୋଟର ଆଦି କ୍ରୟ କରିବା ସକାଶେ ମନ ବଳାଇ କୃତକାର୍ଯ୍ୟ ହେବେ। ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ।
କନ୍ୟା
ବାକି କାମଗୁଡ଼ିକ ସାରିବା ସକାଶେ ଅସାମର୍ଥ୍ୟତା ପ୍ରକାଶ ପାଇବ। ହିତାକାଂକ୍ଷୀଙ୍କ ସାହାଯ୍ୟରୁ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିପାରେ। ଚିତ୍ରା ନକ୍ଷତ୍ରର ଅଧିକାଂଶ ସମୟ ମନରେ ଆଶଙ୍କା ଓ ଅସ୍ଥିରତା ଲାଗି ରହିପାରେ। ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ପ୍ରଶାସନ ଓ ରାଜନୀତି କ୍ଷେତ୍ରରେ ନିର୍ଭରଶୀଳ ହେତୁ ଚିନ୍ତାକୁଳ ହେବେ ।
ତୁଳା
ତୁଳା
ସାମୟିକ ବ୍ୟସ୍ତତା କାରଣରୁ ଅଫିସରେ କାମଗୁଡ଼ିକ ଗୋଳମାଳିଆ ଧରିପାରେ। ବିଭିନ୍ନ ପ୍ରକାର ଅସୁବିଧା ହେତୁ ବହୁ ଦିନରୁ ଅଟକି ରହିଯାଇଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆଣ୍ଠୁଠାରୁ ଗୋଡ ତଳକୁ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରିବେ। ବିବାଦୀୟ ଘଟଣାରେ ବିଜୟଲାଭ କରିବେ ।
ବିଛା
ବିଛା
ମନରେ ବିଭିନ୍ନ ପ୍ରକାର ଭାବନା ଉଦ୍ରେକ ହେବାରୁ କାର୍ଯ୍ୟ୍ୟଧାରା ନିୟନ୍ତ୍ରିତ ରହି ନ ପାରେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଆଧ୍ୟାମତ୍ିକ ସଭା ସମିତିରେ ପ୍ରଶଂସିତ ହେବେ। ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ଅତୀତ କଥାକୁ କେନ୍ଦ୍ରକରି ଯୁକ୍ତିତର୍କଜନିତ ବନ୍ଧୁ ସମ୍ପର୍କ ଛିନ୍ନ ହୋଇପାରେ।
ଧନୁ
ଧନୁ
ସହନଶୀଳତାର ଅଭାବଜନିତ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। ସକାଳୁ ସକାଳୁ ବନ୍ଧୁଙ୍କ ଜରିଆରେ ଖୁସି ଖବରଟିଏ ପାଇବେ।
ମକର
ମକର
ଆଜିର କର୍ମକ୍ଷେତ୍ର୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଦସ୍ଥବ୍ୟକ୍ତିଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବାର ସୂଚନା ମଧ୍ୟ ରହିଛି। ସନ୍ତାନଙ୍କ କୃତି ଓ କୃତିତ୍ୱର ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବାର ସୂଚନା ବହୁ ଆଗରୁ ପାଇବେ। ସାମାଜିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ତଥା ବିଭିନ୍ନ ପ୍ରକାର ଝମେଲା ହେତୁ ବ୍ୟସ୍ତ ରହିପାରନ୍ତି । ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ମୀନମୀନ
ସାମୟିକ କୌଣସି ଜିନିଷର ଅଭାବଜନିତ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଶିଳ୍ପ,ପ୍ରକଳ୍ପ ପ୍ରଭୃତି ନୂଆ ଯୋଜନାର ପରିକଳ୍ପନା ଉପରେ ଗୁରୁତ୍ୱ ଦେବେ। ଘର କଥା ମନକୁ ବାରମ୍ବାର ଆଲୋଡ଼ନ କରିବାରୁ ଅଶାନ୍ତ ରହିପାରନ୍ତି । ଆଜିର ବାଣିଜ୍ୟ, ବ୍ୟବସାୟ ଓ ପରିବହନ କିଛି ମନ୍ଦ ହେବନି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୩ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ର କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ଟେନ୍‍ସନ ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri