Categories: Rasifala

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମ ଜନିତ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ବହୁତ ଚେଷ୍ଟା କଲେ ମଧ୍ୟ ପାରିବାରିକ ସ୍ଥିତିରେ କୈାଣସି ପରିବର୍ତ୍ତନ ଘଟିବ ନାହିଁ।
ବୃଷ
କର୍ମକ୍ଷେତ୍ରରେ ବିଭିନ୍ନ ଝମେଲା କାରଣରୁ ମନ ଭଲ ରହିବ ନାହିଁ। ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜି ଯିବାର ସମ୍ଭାବନା ରହିଛି।
ମିଥୁନ
ବନ୍ଧୁମାନଙ୍କ ସାହାଯ୍ୟରେ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ପାରିବାରିକ ଦ୍ୱନ୍ଦ୍ୱରେ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ବଳାଇ କର୍ମମୁଖର ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ।
କର୍କଟ
କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନି। ଶିଳ୍ପ, ବ୍ୟବସାୟ ଓ ବାଣିଜ୍ୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ବୁଝାମଣାରେ କିଛିଟା ବ୍ୟତିକ୍ରମ ଦେଖାଦେବ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିବେ।
ସି˚ହ
ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ, କିନ୍ତୁ ପରିଶେଷରେ ସାମାନ୍ୟ ଆଶ୍ୱସ୍ଥି ଲଭିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡିପାରେ। ଦେହ ଭଲ ରହିବ, ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିବେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ବନ୍ଧୁଙ୍କ ଅନୁରୋଧରେ ନୂଆ କାମଟିଏ ସକାଶେ ମନ ବଳାଇବେ। ଖଳ ଲୋକଙ୍କ କଥାରେ ପଡି ଭୁଲ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ। ହଠାତ୍‍ ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ବନ୍ଧୁଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ଖୁସି ରହିବେ। ଭଲ ସମ୍ପର୍କ ରହି ନ ଥିବା ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ପଡୋଶୀଙ୍କ ସାହାଯ୍ୟରୁ ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ।
ବିଛା
ଦୀର୍ଘ ଦିନର ଅଭିଳାଷ ପୂରଣ ହେବ। ଆଲୋଚନା ପରିସରରେ ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଂଗଠନ, କ୍ରୀଡା, ଚଳଚ୍ଚିତ୍ର, ସମସ୍ୟାର ସମାଧାନରେ ସଫଳ ହେବେ।
ଧନୁ
ଅସମର୍ଥିତ ସୂତ୍ରରୁ ଭୁଲ୍‍ ଖବର ପାଇ ବିବ୍ରତ ହୋଇପାରନ୍ତି । ଚେଷ୍ଟା କରୁଥିବା ବନ୍ଧୁଙ୍କ ଜରିଆରେ ଅପରାହ୍ନରେ ଅର୍ଥ ଓ ସମ୍ମାନ ଲାଭ ହେବ। ଯାନ ବାହନରେ ଯାତ୍ରା କରିବା ସମରେ ଅନ୍ୟମନସ୍କତା ପରିହାର କରିବା ଭଲ ହେବ। ପାରିବାରିକ ସ୍ତରରେ ପାଷ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମକର
ପାରିବାରିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ ା ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। କଳା, ସାହିତ୍ୟ, ସାମ୍ବାଦିକତା, ରପତ୍ାନି କାରବାର ଏଜେନ୍ସିରେ ଲାଭବାନ୍‍ ହେବେ।
କୁମ୍ଭ
ଆପଣଙ୍କୁ ସାହାଯ୍ୟ କରିବାକୁ ଯାଇ ବନ୍ଧୁ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିପାରନ୍ତି। ବାବାଦୀୟ ଘଟଣା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ବହୁତ ଲାଭ ପାଇବେ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନ
ପାରିବାରିକ ସ୍ତରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିରେ ସାମ୍ୟତା ଆଣିପାରିବେ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ। ପିଲାମାନଙ୍କ ବିଶୃଙ୍ଖଳା ସକାଶେ ବିଶେଷ ବ୍ୟସ୍ତ ରହିବେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.