Categories: Rasifala

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଅନୁଭବ କରିବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କିଛି କରିପାରିବେ ନାହିଁ। ପ୍ରତୀକ୍ଷିତ ସ୍ଥାନରୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଉଲ୍ଲସିତ ହେବେ।
ବୃଷ
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବା ଆଶଙ୍କା ରହିଛି। ଯେତେ ପ୍ରକାର ଚେଷ୍ଟାକଲେ ମଧ୍ୟ ଏହି ସମୟରେ ସରକାରୀ ସ୍ତରରେ ହାରିଗୁହାରି କିଏ ବୁଝିବେ ନାହିଁ। ବାଣିଜ୍ୟ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଅଭାବ ପୂରଣ କ୍ଷେତ୍ରରେ ବନ୍ଧୁଙ୍କ ଜରିଆରେ ସହସା ଧନପ୍ରାପ୍ତି ହୋଇପାରେ।
ମିଥୁନ
ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ହଠାତ୍‍ ଏକ ଭିନ୍ନ ପରିସ୍ଥିତିରେ କଥା କହୁ ନ ଥିବା ବନ୍ଧୁଟି ପାଖେଇ ଆସିପାରେ। ଅନ୍ୟ ଦ୍ୱାରା ପ୍ରେରିତହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ଆହ୍ବାନ ଆସିବା ସମ୍ଭାବନା ରହିଛି। ସାମାନ୍ୟ ବିଳମ୍ବରେ ଅଭିଳଷିତ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ।
କର୍କଟ
ବିଭିନ୍ନ ସମସ୍ୟାଜନିତ ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‍ କରିପାରନ୍ତି। ମନ ଭଲ ନ ଥିବାରୁ ସାମାନ୍ୟ କଥାରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟିହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧିପାଇବା ହେତୁ ବିବ୍ରତବୋଧ କରିପାରନ୍ତି। ଖୋଜୁଥିବା ଜିନିଷ ବନ୍ଧୁଙ୍କ ଜରିଆରେ ପାଇଯିବାରୁ ଖୁସି ହୋଇପାରନ୍ତି।
ସି˚ହ
ଯେତେ ସତର୍କରେ ଚଳିଲେ ମଧ୍ୟ ଅନ୍ୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟିକରିବ। କେତେକ ସ୍ଥଳେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପୁରାତନ ରୋଗର ପୀଡ଼ା ଆପଣଙ୍କ ଦୃଢ଼ତାକୁ କେତେକାଂଶରେ କ୍ଷୁଣ୍ଣକରିପାରେ।
କନ୍ୟା
ଅନ୍ୟମାନଙ୍କ ଦୃଷ୍ଟିକୋଣର ଭିନ୍ନତା ଓ ଅସଂଗତ ବିଚାରଧାରା ଆପଣଙ୍କ ପାଇଁ ଅହିତକର ହୋଇପାରେ। କାର୍ଯ୍ୟକ୍ରମର ଗୁରୁତ୍ୱ ଦୃଷ୍ଟିରୁ କଠିନ ପରିଶ୍ରମଜନିତ କ୍ଳାନ୍ତି ଓ ଅବସାଦ ଅନୁଭବ କରିବାକୁ ପଡ଼ିବ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଘରେ ବନ୍ଧୁମିଳନଜନିତ ଆମୋଦ ପ୍ରମୋଦର ଆସର ଘଟିପାରେ।
ତୁଳା
କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି। ଆଜିର ଯାତ୍ରାରେ ସଫଳତା ପାଇବା ସହ ଆବଶ୍ୟକତା ଅପୂରଣ ରହିବ ନାହିଁ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପରିବାର, ବାଣିଜ୍ୟ, ବ୍ୟବସାୟ ଓ ନୂତନ କର୍ମାରମ୍ଭର ପ୍ରସ୍ତୁତିପର୍ବକୁ ପୂର୍ଣ୍ଣାଙ୍ଗ କରିପାରନ୍ତି।
ବିଛା
ପରିସ୍ଥିତିକୁ ଆଖି ଆଗରେ ରଖି ମନ ବୁଝିଲାଭଳି କଥା କହି ସ୍ଥିତି ସୁଧାରିନେବେ। ଅନ୍ୟମାନଙ୍କ ସାହାଯ୍ୟ ଲାଭକରି ଆଜି ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିପାରିବା ଆଶା ରହିଛି। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ କଳହର ସାମ୍ନା କରିବାକୁ ପଡ଼ିବ।
ଧନୁ
ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‍ସଙ୍ଗ ଓ ସାଧନା ଦିଗକୁ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମୂଲ୍ୟହୀନ କଥାକୁ ଗୁରୁତ୍ୱ ଦେଇ ପରିବାରରେ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ରାଜନୀତି ତଥା ପ୍ରଶାସନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲକରିବେ।
ମକର
ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପାରିବାରିକ ସ୍ତରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‍ ହେବନାହିଁ। ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବା ସହ ସମସ୍ୟା ସମାଧାନ କରିପାରିବେ। ନୂତନ ବନ୍ଧୁସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ମଧ୍ୟସ୍ଥଙ୍କୁ ଅନୁନୟ ବିନୟ ହୋଇପାରନ୍ତି।
କୁମ୍ଭ
କର୍ମକ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟହୋଇପାରନ୍ତି। ଅସୁବିଧା ନ ହେଲେ ମଧ୍ୟ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାଜନିତ ଆଶଙ୍କାକରି ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ତ୍ୱେ କେତେକ କାମ କରିବାକୁ ବାଧ୍ୟହେବେ। ପରିବାରରେ ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯାଇପାରେ।
ମୀନ
ସହକର୍ମୀଙ୍କ ସହୃଦୟତାରୁ ଅର୍ଥଲାଭ ସାଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ପାଇବେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନୋରଞ୍ଜନ ଉପଭୋଗ୍ୟ ନ ହୋଇପାରେ। କର୍ମକ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିବେ ଓ ଅସଂଗତି ଦୂରକରିବାର ପ୍ରଯନତ୍ କରିବେ। ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‍ କରିପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.