Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାଖପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବୃଷ
ବୃଷ
ସାମୟିକ ଭାବେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମିଥୁନ
ମିଥୁନ
ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ବନ୍ଧୁମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
କର୍କଟ
କର୍କଟ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁକିଛି ଠିକ୍‌ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ସନ୍ଦେହ କରି ନିଜ ଲୋକମାନଙ୍କ ଭୁଲ୍‌କୁ ଦେଖିପାରିବେ ନାହିଁ। ନିଜ ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହାତ ହୋଇପାରେ।
ସି˚ହ
ସି˚ହ
ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଦୀର୍ଘଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
କନ୍ୟା
ଆଜି ଦିନଟିରେ ଘରକାମ ସାଙ୍ଗକୁ ଅଫିସ କାମର ଜଞ୍ଜାଳ ବଳିଯିବ । ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଭାବପ୍ରବଣତା ବଶତଃ ଓଲଟା କଥାବାର୍ତ୍ତା କରି ଅପଦସ୍ଥ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜିଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ। ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ । ସ୍ଥାନାନ୍ତର ଚିନ୍ତାରେ ମାନସିକ ସ୍ଥିତି ଭଲ ରହି ନ ପାରେ ।
ବିଛା
ବିଛା
ପ୍ରତିଟି ସମୟରେ ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ। ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ଭାବୁଥିବା କାମଟିକୁ ଶେଷ କରିପାରିବେନି। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।
ଧନୁ
ଧନୁ
ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ହେବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ।
ମକର
ମକର
କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ରଚନାତ୍ମକ କାର୍ଯ୍ୟ କିମ୍ବା ଅଧ୍ୟୟନରେ ଏକାଗ୍ରତା ଆଣିପାରିବେ। ବାଣିଜ୍ୟ,ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ନେତୃସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଚିନ୍ତା କରୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ବନ୍ଧୁଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ। ମହିଳାମାନଙ୍କ ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଖଳ ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପଡ଼ୋଶୀଙ୍କ ସହ ମଧୁର ଆଳାପରେ ମାତିରହିବେ। ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?