ମେଷ

କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବିନା କାରଣରେ ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ଦେଖି ବ୍ୟସ୍ତ ହେବେ।
ବୃଷ

ନିଜ ପରିସରରେ କାମଗୁଡ଼ିକ ବନ୍ଧୁଙ୍କ ସାହାଯ୍ୟ, ସହଯୋଗରୁ ସମ୍ପନ୍ନ ହେବ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ କାର୍ଯ୍ୟାରମ୍ଭ କରିପାରନ୍ତି। ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ଭୁଲ୍ ବୁଝାମଣାବଶତଃ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ

ଆଜି ବିଭିନ୍ନ କାମରେ ବ୍ୟସ୍ତ ରହିବାରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। ସହକର୍ମୀ ସ୍ବାର୍ଥସାଧନ ପାଇଁ କୌଶଳରେ କାର୍ଯ୍ୟ ହାସଲ କରିବାକୁ ପଛାଇବେ ନାହିଁ। ରାଜନୈତିକ ସ୍ତରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ।
କର୍କଟ

କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସାମାଜିକ ସ୍ତରରେ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି କାରଣରୁ ଚିନ୍ତିତ ରହିବେ। ଶିକ୍ଷା, ପରୀକ୍ଷା, ଲେଖାପଢ଼ାରେ, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହଯୋଗ କରି ଖୁସି ରହିବେ।
ସି˚ହ

କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ି ଯାଇପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା

ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ସାମାଜିକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରିବା ଭଲ ହେବ। ଘର ଲୋକଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍ ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା

ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବା ହେତୁ ମାନସିକ ସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ଉପର ଅଧିକାରୀଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ,ନତୁବା ଅସୁବିଧାରେ ପଡ଼ିପାରନ୍ତି।
ବିଛା

ସାମାଜିକ ସ୍ତରରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ବନ୍ଧୁଙ୍କ ସହିତ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି କୌଣସି ସମସ୍ୟାର ସମ୍ମୁଖୀନ ହେବେ।
ଧନୁ

ଆଜି କର୍ମକ୍ଷେତ୍ରରେ ଆଶା କରୁଥିବା ଜିନିଷ ପାଇ ଖୁସି ହେବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପରିବାରରେ ଭୁଲ୍ ବୁଝାମଣାବଶତଃ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ।
ମକର

କର୍ମକ୍ଷେତ୍ରରେ ସମସ୍ୟା ହଠାତ୍ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। କିନ୍ତୁ ଆପଣ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ରାଜନୈତିକ ସ୍ତରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ପରିଜନ ସହିତ ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇ ଖୁସି ହେବେ।
କୁମ୍ଭ

ସାହାଯ୍ୟ ସୁବିଧାପ୍ରାପ୍ତ ହୋଇ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ପଡ଼ି ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି।
ମୀନ
ଯେତେ ସୁବିଧାରେ ରହିବା ପାଇଁ ଚେଷ୍ଟା କଲେ ମଧ୍ୟ ନିଜର ଲୋକ ମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ପ୍ରତିବନ୍ଧକ କାରଣରୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍ଖୋର କାରଣରୁ ହଇରାଣ ହୋଇପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.