Posted inRasifala

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି, ରାଜନୀତି, ସାହିତ୍ୟ, ସଂଗଠନ ତଥା ଅଧ୍ୟାପନା କ୍ଷେତ୍ରରୁ ପ୍ରଶଂସା ମିଳିବ। ଅଶ୍ୱିନୀର ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ବୃଷ
ବୃଷ
ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଶିଷ୍ଟବ୍ୟକ୍ତିମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ରୋହିଣୀ ନକ୍ଷତ୍ରର କଳ୍ପନା କିମ୍ବା ଆଶା କରି ନ ଥିବା ଜିନିଷ ଲାଭ କରି ଖୁସି ହୋଇଯିବେ। ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ ଓ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ସମସ୍ତ ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ମୃଗଶିରା ନକ୍ଷତ୍ର ସକାଶେ ସାମାଜିକକ୍ଷେତ୍ର କିମ୍ବା ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ପଡୋଶୀଙ୍କ ପରାମର୍ଶକୁ ଗ୍ରହଣ କରି ସରକାରୀ ସହାୟତା ଲାଭ କରପାରିବେ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ର୍ରର ମନର ବଳ ଖୁବ୍‍ ଟାଣ ରହିବ ଏବଂ ଜିଦ୍‍ରେ ଅଟଳ ରହିପାରନ୍ତି। ଗତକାଲିଠାରୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ପର ଉପରେ ନିର୍ଭର କରିବାକୁ ପଡିବ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଆଜି ବନ୍ଧୁଙ୍କ ନିକଟରୁ ପାଇପାରନ୍ତି।
ସି˚ହ
ସି˚ହ
ପୂର୍ବାଫାଲଗୁନୀ ନକ୍ଷତ୍ର ସକାଶେ ଭୁଲ୍‍ ବୁଝାମଣା କାରଣରୁ ପାରିବାରିକ ସମସ୍ୟା ଲାଗିରହିବ। ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବାରେ ହେଳା କଲେ ପରେ ଅନୁତାପ କରିବାକୁ ପଡିପାରେ। ପରିବହନରେ କିମ୍ବା ପରିବାରରେ ଝଗଡାର ସାମନା କରିପାରନ୍ତି।
କନ୍ୟା
ସ୍ବାସ୍ଥ୍ୟ ଭଲ ରହିବା ସହ ନୂଆ କାମଟିଏ କରିବା ପାଇଁ ଆଗ୍ରହ ପ୍ରକାଶ କରିବେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ବରଂ ବିଶ୍ୱାସ କରି ଉପକୃତ ହୋଇପାରନ୍ତି। ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅର୍ଥ ସଂକଟ ହେତୁ କାମଗୁଡିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ସ୍ବାତୀ ନକ୍ଷତ୍ର ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିପାରନ୍ତି। ବାଣିଜ୍ୟ, ପରିବହନ, ରପତ୍ାନି, ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ। ସରକାରୀ ସ୍ତରରୁ ହଠାତ୍‍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।
ବିଛା
ବିଛା
ଶାରୀରିକ ସ୍ବାସ୍ଥ୍ୟ ନିୟନ୍ତ୍ରଣାଧୀନ ରହିବା ଯୋଗୁ ଆଶ୍ୱସ୍ତିଲାଭ କରିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତ୍ୟୁତ୍ପନ୍ନମତିତା ଏବଂ ପ୍ରୟୋଗାତ୍ମକ କୌଶଳ କାରଣରୁ କାର୍ଯ୍ୟସାଧନ କରିବେ। ପଡ଼ୋଶୀଙ୍କ ମଧ୍ୟସ୍ଥତାରେ ଘରୋଇ ସମସ୍ୟାର ସମାଧାନ ହେବ। ଅନୁରାଧା ନକ୍ଷତ୍ର ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
ଧନୁ
ଧନୁ
ଶନିଙ୍କ କୁପ୍ରଭାବରୁ ନିଜ ଲୋକଙ୍କ ନିକଟରୁ କ୍ରମଶଃ ଦୂରେଇ ଯାଇପାରନ୍ତି। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡିବେ କିନ୍ତୁ କୌଣସି କାମ ଅଟକିବ ନାହିଁ । ଉତ୍ତରାଷାଢ଼ା ନକ୍ଷତ୍ର ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଘରେ ବିତର୍କକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ।
ମକର
ମକର
ରାହୁଙ୍କ ପ୍ରଭାବରେ ଭୁଲ୍‍ବୁଝାମଣାଜନିତ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ହେତୁ ଦୁଶ୍ଚିନ୍ତା ବଢିଯିବ। ଅର୍ଥ ସାହାଯ୍ୟ ପାଇବା ଆଶାରେ ସହକର୍ମୀଙ୍କୁ ବିନୟପୂର୍ଣ୍ଣ କଥା କହିପାରନ୍ତି। ଶ୍ରବଣା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ଶେଷ ସମୟରେ ବିଚାର ବଦଳିଯିବ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର କରିବାକୁ ଚେଷ୍ଟିତ ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କାମ ହାସଲ ସକାଶେ ପରିବାରର ସମର୍ଥନ ଆବଶ୍ୟକ ମନେକରିବେ। ଜମା ଭଲ ପଡୁ ନ ଥିବା ଅନ୍ୟମାନଙ୍କ ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ରାଜନୀତି କ୍ଷେତ୍ରରେ କିମ୍ବା ଆଲୋଚନା କାଳରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଶତଭିଷା ନକ୍ଷତ୍ର ନିକଟ ସମ୍ପର୍କୀୟମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ।
ମୀନମୀନ
ଭାବପ୍ର୍ରବଣତାରେ ଭାସିଯାଇ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‍ ହେବ ନାହିଁ। ପରିବାରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହେବେ। ଯାତ୍ରା କାଳରେ ଦୂରଭିସନ୍ଧି ରଖି ଅଜଣାବ୍ୟକ୍ତି ମିତ୍ରଭାବ ପୋଷଣ କରିପାରନ୍ତି। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବାକୁ ପଡିପାରେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?