Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ
ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି। କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାର ସମ୍ଭାବନା ରହିଛି।
ବୃଷ
ବୃଷ
କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଉଥିବାରୁ ମାନସିକ କ୍ଷେତ୍ର ଗରମ ରହିପାରେ। ଫଳରେ କେତେକ ବ୍ୟତିକ୍ରମ ସଦୃଶ ନିଜ ପରିସରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିଯିବ। ସାଧାରଣ କଥାରେ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଧନପ୍ରାପ୍ତି ସକାଶେ ଅନ୍ୟମାନଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ରାହୁଙ୍କ ପ୍ରଭାବରେ ମନ ଅଶାନ୍ତ ରହିବ ସିନା, କୌଣସି କାମ ସ୍ଥଗିତ ରହିବ ନାହିଁ। ଭଲ ସମ୍ପର୍କ ଥିବା ବନ୍ଧୁଟି ହଠାତ୍‌ ଭୁଲ୍‌ ବୁଝି ଅଭିମାନ କରିପାରନ୍ତି। ପରିସ୍ଥିତିର ତାଡ଼ନାରେ ଆକସ୍ମିକ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଆଶା କରିଥିବା ଦିଗରୁ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ସାଧନ ହେବ ।
କର୍କଟ
କର୍କଟ
ଭାବପ୍ରବଣତାବଶତଃ କେତେକ ଭୁଲ୍‌ କରି ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କୁ ଆପ୍ୟାୟିତ କରିବା ସକାଶେ ବିଭିନ୍ନ ପ୍ରକାରର ମନଗଢ଼ା କଥା କହିପାରନ୍ତି। କଳା, ସାହିତ୍ୟ, ସଂସ୍କୃତି ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିଯୁକ୍ତ କରିପାରନ୍ତି।
ସି˚ହ
ସି˚ହ
କେତୁଙ୍କ କୁପ୍ରଭାବରୁ ବିବାଦୀୟ ଚିନ୍ତା ମନରେ ସ୍ଥାନ ପାଇବ। ଆଲୋଚନା କାଳରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତାର କାରଣ ହୋଇପାରେ। ସାମାଜିକ ଓ ଗଠନମୂଳକ କାମରେ, ସଭାସମିତିରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହୋଇପାରନ୍ତି।
କନ୍ୟା
ପରୋକ୍ଷ ଶତ୍ରୁତାରୁ କାର୍ଯ୍ୟ କ୍ଷେତ୍ରରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହୋଇପାରେ। ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ନିଜ ପରିସରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ ଯାହାକି ସମସ୍ୟା ଆନୟନ କରିବ। ଘରେ ବନ୍ଧୁମିଳନ ଓ ଆମୋଦପ୍ରମୋଦ ସକାଶେ ନୂତନ ଯୋଜନା କରିପାରନ୍ତି।
ତୁଳା
ତୁଳା
ଆଜି କର୍ମାରମ୍ଭ ଓ ଯାତ୍ରା ପ୍ରଭୃତି ବିଶେଷ ପ୍ରତିକୂଳ ହେବନାହିଁ। କିନ୍ତୁ ସମସ୍ୟା ମଧ୍ୟରେ ବୁଡ଼ି ରହି ଆପଣଙ୍କ ଦୈନ୍ୟଯୁକ୍ତ କଥା ଭାବମୂର୍ତ୍ତିକୁ କ୍ଷୁଣ୍ଣ କରିପାରେ। ତଥାପି ଆଜି ପ୍ରଶାସନିକ କିମ୍ବା ରାଜନୈତିକ ସ୍ତରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁଙ୍କ ଗହଣରେ ମଉଜିଆ କଥା କହି ଶତ୍ରୁଠାରୁ କାମ ହାସଲ କରିନେବେ।
ବିଛା
ବିଛା
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ମାଧ୍ୟମରେ ଦିନଟି ଭଲରେ କଟିବ। ଏକ ଭିନ୍ନ ପରିସ୍ଥିତିରେ ଦୂରେଇ ଯାଇଥିବା ଲୋକ ପାଖେଇ ଆସିପାରନ୍ତି। ବନ୍ଧୁଙ୍କ ପାରିବାରିକ ବିଷୟ ଚିନ୍ତାକରି ଭାବ ପ୍ରବଣତାରେ ନିଜେ ଚିନ୍ତିତ ରହିପାରନ୍ତି। ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିବାରେ ସାମାନ୍ୟ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ।
ଧନୁ
ଧନୁ
ଆଜି କୌଶଳ ପ୍ରୟୋଗ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ ଆଦାୟ କରିବାରେ ସଫଳ ହେବେ। ମାତ୍ର ମତାନ୍ତରଜନିତ ପରିବାରରେ ହଠାତ୍‌ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଶାରୀରିକ ସୁସ୍ଥତା ରହିବା ସହ ଆଜିର ଯାତ୍ରା, ବାଣିଜ୍ୟ, ବନ୍ଧୁସମ୍ପର୍କ ଉତ୍ତମ ରହିବ।
ମକର
ମକର
ଆର୍ଥିକ ଉନ୍ନତି ଘଟିବ, କିନ୍ତୁ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟିର ଆଶଙ୍କା ରହିଛି। ବାଣିଜ୍ୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇପାରେ। ନିଜ ପରିସରରେ ସାଙ୍ଗମାନେ କିମ୍ବା ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ସମାଲୋଚିତ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଗ୍ରହସ୍ଥିତିର ଅନୁକୂଳତା ପ୍ରାପ୍ତ ହୋଇ ପ୍ରତ୍ୟେକ କାମ ସୁରୁଖୁରୁରେ ସମ୍ପନ୍ନ କରିବେ। ସାଙ୍ଗଠନିକ କାମ, ପରିବହନ, ରାଜନୀତି, ଆଇନ ଓ ଆନୁଷ୍ଠାନିକ କାମରେ ଶୁଭ ଫଳ ମିଳିବ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସମ୍ପର୍କୀୟମାନଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁ ବିଚଳିତବୋଧ କରିପାରନ୍ତି।
ମୀନମୀନ
ସମସ୍ୟା ବିଜଡ଼ିତ ରହିବା କାରଣରୁ ଆପଣ ଦୈହିକ ଓ ମାନସିକ ସ୍ତରରେ ଦିଗହରା ହୋଇପାରନ୍ତି । ଆଲୋଚନା ଭିତରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବନାହିଁ। ଶ୍ରମ ଓ ଭ୍ରମଣଜନିତ ସାମୟିକ ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri