Posted inRasifala

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୫ ତାରିଖ– Daily Horoscope

ମେଷ
ଆଜି କର୍ମକ୍ଷେତ୍ରର କିଛି ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ମିତ୍ରମାନେ ସୁବିଧାବାଦୀ ଭଳି କାମ କରିବେ, ଯାହାକି ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ। ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ବିବାଦୀୟ ଘଟଣା ଓ ସଭାସମିତି, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ଆଲୋଚନା ପରିସରରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ସ୍ନାନ ହେତୁକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ମିଥୁନ
ମିଥୁନ
କର୍ମ କ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ପାରିବାରିକ ସମସ୍ୟା ପୂର୍ବପରି ରହିବା ସଙ୍ଗକୁ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ବିରକ୍ତିଭାବ ସୃଷ୍ଟି ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ। ଅର୍ଥାଭାବ ନିର୍ମାଣ, ପ୍ରକଳ୍ପ କିମ୍ବା ନୂତନ ଯୋଜନା ସକାଶେ ବାଧକ ସାଜିପାରେ।
କର୍କଟ
କର୍କଟ
ଆଜି ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରୁ ଧୋକା ଖାଇବାକୁ ପଡିବ। ପରିବାରର ଆବଶ୍ୟକତାକୁ ନେଇ ମନୋରଞ୍ଜନ ଜିନିଷ କ୍ରୟ ସକାଶେ ମନ ବଳାଇପାରନ୍ତି। ପାରିବାରିକ ସମସ୍ୟା ସମ୍ପର୍କରେ ଅନ୍ୟ ଆଗରେ ପ୍ରକାଶ କରି ଓଲଟା ଫଳ ପାଇବେ। ସହକର୍ମୀ ଫାଇଦା ଉଠାଇବାକୁ ଚେଷ୍ଟା କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ମୂଲ୍ୟବାନ ଜିନିଷ କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ପ୍ରତ୍ୟେକ କଥାକୁ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯେତିକି ପାଇବା କଥା ତାହା ପାଇବା ଦୁର୍ବିଷହ ହୋଇପାରେ।
କନ୍ୟା
ସ୍ଥଗିତ କାର୍ଯ୍ୟ ସାଧନ ସକାଶେ ସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। ପାରିବାରିକ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମାଦକ ଦ୍ରବ୍ୟ ସେବନରୁ ବକ୍ଷ ବେଦନା ସୃଷ୍ଟି ହେବାର ଆଶଙ୍କା ଦେଖାଦେବ। ଆଜି ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ମାଙ୍ଗଳିକଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ଘର ସାଜସଜ୍ଜା, ମୂଲ୍ୟବାନ ଜିନିଷ କିଣିବା, ନୂତନ ଗୃହ ନିର୍ମାଣ, ଯାନ ବାହନ ମରାମତି ପାଇଁ ବ୍ୟସ୍ତତା ବୃଦ୍ଧିପାଇବ। କୌଣସି ଶୁଭଖବର ପାଇବା ଯୋଗୁଁ ବିଶେଷ ଖୁସି ଅନୁଭବ କରିବେ।
ବିଛା
ବିଛା
ଜୀବନଯାତ୍ରାକୁ ଶୃଙ୍ଖଳିତ ରଖିବା ହେତୁ ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହେବ। ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ହିଁ ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହୋଇପାରନ୍ତି।
ଧନୁ
ଧନୁ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଚେଷ୍ଟା କଲେ ଉପକୃତ ଅବଶ୍ୟ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ।
ମକର
ମକର
ଯେତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁଁ ପ୍ରଗତି ହୋଇପାରିବ ନାହିଁ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାରୁ ମନ ଭଲ ରହି ନ ପାରେ। ସଭାସମିତିରେ ବନ୍ଧୁମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ବନ୍ଧୁଙ୍କ ସହ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି।
କୁମ୍ଭ
କୁମ୍ଭ
ଗତକାଲିର ଆଲୋଚନା ଓ ଯୋଜନା ଅନୁଯାୟୀ କାମ କଲେ ଅବଶ୍ୟ ଉପକୃତ ହେବେ। ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ରହିବ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ଆଜି ପାଇବେ। ପ୍ରତ୍ୟୁଷ ଯାତ୍ରାରେ ବିଘ୍ନ ଆସିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ।
ମୀନମୀନ
ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ସହକର୍ମୀଙ୍କ ସହ ଅବସର ସମୟରେ ଆଳାପ ଆଲୋଚନାରେ ସମୟ କଟାଇବେ। ସୁପରିକଳ୍ପିତ ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri