Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୫ ତାରିଖ – Daily Horoscope

ମେଷ
ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁ ହସଖୁସିରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। କିନ୍ତୁ ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ପ୍ରଯନତ୍ କଲେ ଉପକୃତ ହେବେ। ସ୍ବାସ୍ଥ୍ୟ ପ୍ରାୟତଃ ଠିକ୍‌ ରହିବ।
ବୃଷ
ବୃଷ

ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ। କର୍ମକ୍ଷେତ୍ରରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ସାମାଜିକ ସ୍ତରରେ ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯାଇପାରେ।

ମିଥୁନ
ମିଥୁନ
ଗତକାଲିର କଳିତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି। କିନ୍ତୁ ପୁନର୍ବସୁ ନକ୍ଷତ୍ରର ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ। ମାଲିମକଦ୍ଦମାରେ ସଫଳତା ପାଇବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବାରେ କୌଣସି ଅସୁବିଧା ରହିବ ନାହିଁ। ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ ହେବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ। ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳର ଆଶା ରହିଛି।
ସି˚ହ
ସି˚ହ
ରୁଗ୍‌ଣ ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକପ୍ରକାର ହାଲୁକା ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଧାର କରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି।
କନ୍ୟା
ବିଭିନ୍ନପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ତୁଳା
ତୁଳା
ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ କିନ୍ତୁ ମୁହଁ ସାମ୍‌ନାରେ କିଛି କହିପାରିବେ ନାହିଁ। ପରିବାରରେ ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ପରକ୍ଷଣରେ ଅସୁବିଧାର କାରଣ ହୋଇପାରେ।
ବିଛା
ବିଛା
ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ରାସ୍ଥାରେ ପାଦଦେବା ଅସୁବିଧାର କାରଣ ହୋଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିଆସିବାରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ। ବନ୍ଧୁଗହଣରେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଉପରିସ୍ଥଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ କରିବେ।
ଧନୁ
ଧନୁ
ସମସ୍ୟାର ସରଳ ସମାଧାନ କରିବାରେ ସଫଳତା ହାସଲ କରିପାରିବେ। ପାରିବାରିକ କଳହ, କଚେରି ମାମଲାର ଟେନ୍‌ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ। ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ।
ମକର
ମକର

ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଶତ୍ରୁତା, ଈର୍ଷାପରାୟଣ, ଅସୁସ୍ଥତା ଓ ଅଭାବବୋଧ ଯୋଗୁ ମନ ଭାରାକ୍ରାନ୍ତ ରହିବ। ପ୍ରତୀକ୍ଷା କରିଥିବା କାୈଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହେବେ। ପାରିବାରିକ ସମସ୍ୟା, ଛୋଟ ଜାତିର ବ୍ୟକ୍ତିଙ୍କ ସହ କଳହ, ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।

କୁମ୍ଭ
କୁମ୍ଭ
ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବାର ଆଶା ରହିଛି। ସାହିତ୍ୟ, ସାମ୍ବାଦିତା, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ମୀନମୀନ

ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି କୌଣସି ସିଦ୍ଧାନ୍ତରେ ଉପନୀତ ହୋଇପାରନ୍ତି। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ମାଙ୍ଗଳିକ କାମରେ ବ୍ୟସ୍ତ ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

ରାଶିଫଳ: ରବିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବନ୍ଧୁଙ୍କ ବିରୋଧାଭାଷ ରହିଲେ ମଧ୍ୟ ଗଠନମୂଳକ ପରାମର୍ଶ ଅବଶ୍ୟ ପାଇବେ। ଗତକାଲିର ବାକି କାମଗୁଡ଼ିକୁ ଆଜି ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri