Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୫ ତାରିଖ – Daily Horoscope

ମେଷ
ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁ ହସଖୁସିରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। କିନ୍ତୁ ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ପ୍ରଯନତ୍ କଲେ ଉପକୃତ ହେବେ। ସ୍ବାସ୍ଥ୍ୟ ପ୍ରାୟତଃ ଠିକ୍‌ ରହିବ।
ବୃଷ
ବୃଷ

ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ। କର୍ମକ୍ଷେତ୍ରରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ସାମାଜିକ ସ୍ତରରେ ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯାଇପାରେ।

ମିଥୁନ
ମିଥୁନ
ଗତକାଲିର କଳିତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି। କିନ୍ତୁ ପୁନର୍ବସୁ ନକ୍ଷତ୍ରର ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ। ମାଲିମକଦ୍ଦମାରେ ସଫଳତା ପାଇବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବାରେ କୌଣସି ଅସୁବିଧା ରହିବ ନାହିଁ। ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ ହେବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ। ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳର ଆଶା ରହିଛି।
ସି˚ହ
ସି˚ହ
ରୁଗ୍‌ଣ ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକପ୍ରକାର ହାଲୁକା ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଧାର କରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି।
କନ୍ୟା
ବିଭିନ୍ନପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ତୁଳା
ତୁଳା
ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ କିନ୍ତୁ ମୁହଁ ସାମ୍‌ନାରେ କିଛି କହିପାରିବେ ନାହିଁ। ପରିବାରରେ ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ପରକ୍ଷଣରେ ଅସୁବିଧାର କାରଣ ହୋଇପାରେ।
ବିଛା
ବିଛା
ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ରାସ୍ଥାରେ ପାଦଦେବା ଅସୁବିଧାର କାରଣ ହୋଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିଆସିବାରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ। ବନ୍ଧୁଗହଣରେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଉପରିସ୍ଥଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ କରିବେ।
ଧନୁ
ଧନୁ
ସମସ୍ୟାର ସରଳ ସମାଧାନ କରିବାରେ ସଫଳତା ହାସଲ କରିପାରିବେ। ପାରିବାରିକ କଳହ, କଚେରି ମାମଲାର ଟେନ୍‌ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ। ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ।
ମକର
ମକର

ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଶତ୍ରୁତା, ଈର୍ଷାପରାୟଣ, ଅସୁସ୍ଥତା ଓ ଅଭାବବୋଧ ଯୋଗୁ ମନ ଭାରାକ୍ରାନ୍ତ ରହିବ। ପ୍ରତୀକ୍ଷା କରିଥିବା କାୈଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହେବେ। ପାରିବାରିକ ସମସ୍ୟା, ଛୋଟ ଜାତିର ବ୍ୟକ୍ତିଙ୍କ ସହ କଳହ, ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।

କୁମ୍ଭ
କୁମ୍ଭ
ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବାର ଆଶା ରହିଛି। ସାହିତ୍ୟ, ସାମ୍ବାଦିତା, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ମୀନମୀନ

ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି କୌଣସି ସିଦ୍ଧାନ୍ତରେ ଉପନୀତ ହୋଇପାରନ୍ତି। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ମାଙ୍ଗଳିକ କାମରେ ବ୍ୟସ୍ତ ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri