Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ
ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ସବୁ କିଛି ଶୁଣି ପାରିବା ପରେ ଫେରିବା ସମୟକୁ ମନଦୁଃଖ କରି ବହୁତ ଅନୁରୋଧପୂର୍ଣ୍ଣ କଥା କହିବେ । ଅତ୍ୟଧିକ ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି ।
ବୃଷ
ବୃଷ

ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ପାରିବାରିକ ସ୍ଥିତିକୁ ଦେଖି ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ।

ମିଥୁନ
ମିଥୁନ
ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍‌ ଦୂରକୁ ଯିବାକୁ ପଡିବ । କେତେକ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି ।
କର୍କଟ
କର୍କଟ
କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗଭଳି ରହିବ ନାହିଁ । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବାରୁ ସାମୟିକ ଖୁସୀ ରହିବେ । ପରିବାରର ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ସି˚ହ
ସି˚ହ
 ଆଗାମୀ ସମୟର ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । କର୍ମ କ୍ଷେତ୍ରରେ ଏକ ମାମୁଲି
ଘଟଣାରେ ଉଚ୍ଚବାଚ ଘଟିପାରେ ।
କନ୍ୟା
ବିଭିନ୍ନ ପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ । ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି ।
ତୁଳା
ତୁଳା
ବିଭିନ୍ନ ପ୍ରକାରର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ଆକସ୍ମିକଭାବରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଚାକିରିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ବିଛା
ବିଛା
ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । କର୍ମକ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ମଧ୍ୟ ବିଭିନ୍ନ ପ୍ରକାରର ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ପ୍ରତିଟି କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ ।
ଧନୁ
ଧନୁ
ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ । ବ୍ୟବସାୟ,ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସୀ ରହିବ । ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ସମସ୍ୟାକୁ ସୁଧାରି ନେବେ ।
ମକର
ମକର

ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ, ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି । କଳା, ସାହିତ୍ୟରେ ଉନ୍ନତି କରି ସଭାସମିତିରେ ପ୍ରଶଂସିତ ହେବେ । ଟିକିଏ କଥାରେ ରାଗିଯାଇ ଯାହା ପଡିଲା ତାହା କହି ପକାଇବେ, ଫଳରେ କିଛି ସମସ୍ୟା ଆସିପାରେ ।

କୁମ୍ଭ
କୁମ୍ଭ
ଆମତ୍ୀୟସ୍ବଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ । ନିଜର ପ୍ରିୟ ବନ୍ଧୁଙ୍କୁ ମିଶନ୍ତୁ, ସେ ଅବଶ୍ୟ ଆପଣଙ୍କୁ କିଛିଟା ସାହାଯ୍ୟ କରିପାରନ୍ତି ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ । ଅପରାହ୍ନରେ ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ । କର୍ମଜଞ୍ଜାଳ ବଢିବା କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri