Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ
ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ସବୁ କିଛି ଶୁଣି ପାରିବା ପରେ ଫେରିବା ସମୟକୁ ମନଦୁଃଖ କରି ବହୁତ ଅନୁରୋଧପୂର୍ଣ୍ଣ କଥା କହିବେ । ଅତ୍ୟଧିକ ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି ।
ବୃଷ
ବୃଷ

ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ପାରିବାରିକ ସ୍ଥିତିକୁ ଦେଖି ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ।

ମିଥୁନ
ମିଥୁନ
ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍‌ ଦୂରକୁ ଯିବାକୁ ପଡିବ । କେତେକ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି ।
କର୍କଟ
କର୍କଟ
କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗଭଳି ରହିବ ନାହିଁ । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବାରୁ ସାମୟିକ ଖୁସୀ ରହିବେ । ପରିବାରର ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ସି˚ହ
ସି˚ହ
 ଆଗାମୀ ସମୟର ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । କର୍ମ କ୍ଷେତ୍ରରେ ଏକ ମାମୁଲି
ଘଟଣାରେ ଉଚ୍ଚବାଚ ଘଟିପାରେ ।
କନ୍ୟା
ବିଭିନ୍ନ ପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ । ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି ।
ତୁଳା
ତୁଳା
ବିଭିନ୍ନ ପ୍ରକାରର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ଆକସ୍ମିକଭାବରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଚାକିରିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ବିଛା
ବିଛା
ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । କର୍ମକ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ମଧ୍ୟ ବିଭିନ୍ନ ପ୍ରକାରର ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ପ୍ରତିଟି କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ ।
ଧନୁ
ଧନୁ
ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ । ବ୍ୟବସାୟ,ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସୀ ରହିବ । ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ସମସ୍ୟାକୁ ସୁଧାରି ନେବେ ।
ମକର
ମକର

ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ, ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି । କଳା, ସାହିତ୍ୟରେ ଉନ୍ନତି କରି ସଭାସମିତିରେ ପ୍ରଶଂସିତ ହେବେ । ଟିକିଏ କଥାରେ ରାଗିଯାଇ ଯାହା ପଡିଲା ତାହା କହି ପକାଇବେ, ଫଳରେ କିଛି ସମସ୍ୟା ଆସିପାରେ ।

କୁମ୍ଭ
କୁମ୍ଭ
ଆମତ୍ୀୟସ୍ବଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ । ନିଜର ପ୍ରିୟ ବନ୍ଧୁଙ୍କୁ ମିଶନ୍ତୁ, ସେ ଅବଶ୍ୟ ଆପଣଙ୍କୁ କିଛିଟା ସାହାଯ୍ୟ କରିପାରନ୍ତି ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ । ଅପରାହ୍ନରେ ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ । କର୍ମଜଞ୍ଜାଳ ବଢିବା କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?