Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମଗୁଡିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ। ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ। ସାହିତ୍ୟ, ସଙ୍ଗୀତ, କଳା, କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ପରିସ୍ଥିତି ସୁଧୁରିଯିବ। ମାଲିମକଦ୍ଦମା କଥା କିମ୍ବା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ

ପ୍ରତିବନ୍ଧକ ଲାଗିରହିଲେ ମଧ୍ୟ କର୍ମକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଅଫିସିଆଲି କାମରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସୀ ହୋଇଯିବେ। ପରିବହନ ପାଇଁ ବିଶେଷ କିଛି ସତର୍କତାର ଆବଶ୍ୟକତା ପଡିବ ନାହିଁ।

ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରିବ। ଦୀର୍ଘଦିନର ବକେୟା ପାଇପାରନ୍ତି କିମ୍ବା ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ମଧ୍ୟ ଲାଭାନ୍ବିତ ହେବେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ।
କର୍କଟ
କର୍କଟ
ଗତକାଲିଠାରୁ ଅଟକି ରହିଥିବା କାମଗୁଡିକ ଆଜି ସୁବିଧାରେ ହୋଇଯିବ। ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି। ଅତୀତରେ ଘଟିଯାଇଥିବା ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରି ଚିନ୍ତିତ ରହିବେ। ଉଦ୍ଦେଶ୍ୟମୂଳକ ଭାବରେ ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି।
ସି˚ହ
ସି˚ହ
ବନ୍ଧୁମାନଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାମତ୍କ ଭାବ ଉଦ୍ରେକ ହେବନାହିଁ। ସାମାଜିକ ସ୍ତରରେ ସାଧାରଣ ସ୍ବାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଉପକୃତ ହେବେ।
କନ୍ୟା
ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ କାର୍ଯ୍ୟକୁ ତ୍ୱରାନ୍ବିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖାଦେଇପାରେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଧାରକରଜ କରି କାମ ତୁଲାଇ ନେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନ୍ସିପ, ପ୍ରଭୃତିରେ ଉନ୍ନତି କରିବେ।
ତୁଳା
ତୁଳା
ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ। ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଆଜିର ଯାତ୍ରାରେ ବିଳମ୍ବ ଘଟିପାରେ। ଅନିୟମିତତା କାରଣରୁ ଶାରୀରିକ ଅସୁସ୍ଥତାର ଆଶଙ୍କା ରହିଛି।
ବିଛା
ବିଛା
କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ ହେବ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ପାଖ ଲୋକଙ୍କ ଭୂମିକା ଅତ୍ୟନ୍ତ ଜରୁରୀ ହୋଇପାରେ। କଳା, ସାହିତ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହେବ।
ଧନୁ
ଧନୁ
ଆପଣଙ୍କର ସୁସ୍ଥ ମାନସିକତା କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ। ବନ୍ଧୁମାନଙ୍କ ଗ୍ରହଣରେ ଅପ୍ରିୟସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
ମକର
ମକର

ସହନଶୀଳତା ଗୁଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ। ବହୁତ ପୂର୍ବରୁ ଆଲୋଚନା ଅନୁଯାୟୀ ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା କାୈଣସି ଖବର ପାଇ ଖୁସି ହେବେ। ଶ୍ରବଣା ନକ୍ଷତ୍ର ସକାଶେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ।

କୁମ୍ଭ
କୁମ୍ଭ
ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବାକୁ ପଡିବ। ପରିବର୍ତ୍ତିତ ସମୟକୁ ଆଖି ଆଗରେ ରଖି କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଠିକ୍ ହେବ। ଅତି ନିଜର ଭଳି ମନେହେଉଥିବା ବନ୍ଧୁଟି ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସୁବିଧାରେ ପକାଇପାରନ୍ତି। ପବ୍ଲିକେଶନ ସମ୍ପର୍କୀୟ ଦୁଶ୍ଚିନ୍ତା ଆସିପାରେ।
ମୀନମୀନ

ଆଜିର ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବା କ୍ଷେତ୍ରରେ ଯତ୍ନବାନ ହେଲେ ତାହା ନିଜ ପାଇଁ ବହୁତ ହିତକର ସାବିତ୍ ହେବ। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri