Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ
ଶୁଭଗ୍ରହ ପ୍ରଭାବରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇବେ। ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। କିନ୍ତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ଭୁଲ୍‌ ବୁଝାମଣା କାରଣରୁ କୌଣସି ଅପରିଚିତଙ୍କ ସହ କଳହ ଲାଗିପାରେ।
ବୃଷ
ବୃଷ
ଚନ୍ଦ୍ରଙ୍କ ଶୁଭପ୍ରଭାବ ଭାଇ, ଭଉଣୀଙ୍କ ପ୍ରତି ସୁସମ୍ପର୍କ ବୃଦ୍ଧିରେ ସହାୟକ ହେବ। ପାରିବାରିକ କ୍ଷେତ୍ରରେ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସହାନୁଭୂତି ଲାଭ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନରେ ସହାୟକ ହେବ। କର୍ମକ୍ଷେତ୍ର ସକାଶେ ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି।
ମିଥୁନ
ମିଥୁନ
ଆଜିର ପ୍ରତ୍ୟୁଷ ଯାତ୍ରା ଓ ନୂତନ କାର୍ଯ୍ୟାରମ୍ଭ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହୋଇପାରେ। ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସହ କର୍ମକ୍ଷେତ୍ର ବ୍ୟସ୍ତବହୁଳ ରହିବ।
କର୍କଟ
କର୍କଟ
ଦୀର୍ଘ ଦିନର ସ୍ଥଗିତ କାମକୁ ଆରମ୍ଭ କରିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢାଇବେ। ଯାତ୍ରା ସମୟରେ ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ସି˚ହ
ସି˚ହ
ଆଜି କୌଣସି କ୍ଷେତ୍ରକୁ ନ ଡାକିଲେ ଯାଆନ୍ତୁ ନାହିଁ ଏବଂ ନ ପଚାରିଲେ କିଛି କହିବା ମଧ୍ୟ ଠିକ୍‌ ହେବ ନାହିଁ। ଯାତ୍ରା, ବ୍ୟବସାୟ, ଚେଷ୍ଟା କରୁଥିବା କାମ, ଅର୍ଥ ସମ୍ପର୍କ ପ୍ରଭୃତି ଦିଗରୁ ଶୁଭଫଳ ପାଇବେ। ଆକସ୍ମିକ ଭାବରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ବନ୍ଧୁଙ୍କ ସହ ଆଲୋଚନା ଅବସର ପାଇ ନ ପାରନ୍ତି।
କନ୍ୟା
ରାଶ୍ୟାଧିପତି ଓ ଶୁକ୍ରଙ୍କ ସୁପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସ୍ନେହ, ସଦିଚ୍ଛା ଓ ସମ୍ମାନ ପାଇବେ। ଅନ୍ୟମାନଙ୍କ ପାଇଁ ତ୍ୟାଗ ସ୍ବୀକାର କରି କିଛି ଲାଭ ପାଇବେ ନାହିଁ। ଅସାବଧାନତାରୁ ଆଘାତ କିମ୍ବା ଧନହାନି ସମ୍ଭାବନା ରହିଛି। କଳା, ସାହିତ୍ୟ, ସାମ୍ବାଦିକତା ତଥା ଆଧ୍ୟାମତ୍ିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଖର୍ଚ୍ଚାନ୍ତ ହେଲେ ମଧ୍ୟ ଶେଷ କରିପାରିବେନି। ପ୍ରତିଟି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି। କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ।
ବିଛା
ବିଛା
ଅତୀତ ଘଟଣା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରିପାରେ। ଜଣେ ବନ୍ଧୁଙ୍କ ସହାୟତାରେ ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଅଯଥା କାମରେ ମୁଣ୍ଡ ପୂରାଇଲେ ଟେନ୍ସନ ବୃଦ୍ଧି ପାଇବା ସହ ମାନସିକ ଶାନ୍ତି ନଷ୍ଟ ହେବ । ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ଧନୁ
ଧନୁ
ଆଜି ସ୍ଥିର ଭାବରେ ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କାଠିକର ପାଠ ହୋଇପାରେ। ପୂର୍ବ କଳ୍ପିତ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ସହଯୋଗ ପାଇବେ। ନିର୍ମାଣ କ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରାତଃଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ। ପାରିବାରିକ ସ୍ଥିତି ଭଲ ରହିବ।
ମକର
ମକର
ବୃହସ୍ପତିଙ୍କ ଶୁଭ ପ୍ରଭାବରୁ ଯେଉଁ କାମରେ ହାତ ଦେବେ ସଫଳ ହେବେ। କେତେକ କ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବ କିନ୍ତୁ ଧନିଷ୍ଠା ନିଜ ଦୋଷରୁ ତାହା ହରାଇ ପାରନ୍ତି। ମନ ବୁଝିଲାଭଳି କଥା କହି ପଡୋଶୀ କାର୍ଯ୍ୟ ହାସଲ କରିନେବେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସମସ୍ୟା ସୃଷ୍ଟି ହେବାରୁ କାମଟି ଅସମ୍ପୂର୍ଣ୍ଣ ରହିଯିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଅସଫଳ ହେବାକୁ ନେଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଶତଭିଷା ନକ୍ଷତ୍ରର ସାମାନ୍ୟ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ଭଲରେ କଟିବ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାମତ୍ିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
ମୀନମୀନ
ଅନୁକୂଳ ଗ୍ରହଯୋଗ ଯୋଗୁ ଆଜି ଯାହା କରିବେ ପ୍ରତ୍ୟେକ ଦିଗରୁ ସୁଫଳ ପ୍ରଦାନ କରିବ। କିନ୍ତୁ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ଆନୁଷ୍ଠାନିକ କାମରେ ଗୁରୁ ଦାୟିତ୍ୱ ବହନ କରି କର୍ମମୁଖର ରହିପାରନ୍ତି। ଶୁଣା କଥାକୁ ବିଶ୍ୱାସ ନ କରି ଏବଂ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri