Posted inRasifala

ରାଶିଫଳ: ଶୁକ୍ରବାର , ଏପ୍ରିଲ ୮ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ କରିବା ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କ୍ରୀଡ଼ା, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ବ୍ୟବସାୟରେ ସଫଳତା ହାସଲ କରିବେ। ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
କୌଣସି ନୀଚଜାତିର ବ୍ୟକ୍ତିଙ୍କ ଦ୍ୱାରା ସମାଲୋଚିତ ହୋଇପାରନ୍ତି। ପାରସ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରିଆସିବ। କର୍ମକ୍ଷେତ୍ରରେ କେହିଜଣେ ପ୍ରତିବାଦର ସ୍ବର ଉଠାଇ କାମରେ ବିଘ୍ନ ଘଟାଇବାର ସୂଚନା ରହିଛି । କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ବୁଝାମଣାର ଅଭାବ ମାନସିକ ଅଶାନ୍ତିର କାରଣ ହେବ। ଆଜି ଖର୍ଚ୍ଚାନ୍ତ ହେବେ ସିନା ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉପର ଅଧିକାରୀମାନଙ୍କ ଦ୍ୱାରା ମାନସିକ ଚାପ ବୃଦ୍ଧି ପାଇବ। ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ଦିନଟି ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ ରହିବ।
କନ୍ୟା
ଟେନ୍ସନ ଲାଗିରହିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ବନ୍ଧୁ ଗହଣରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଦୀର୍ଘଦିନରୁ ସନ୍ଧାନ ପାଉ ନ ଥିବା ତଥା ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
ତୁଳା
ତୁଳା
ଆଜିର ଫେରନ୍ତା ବାଟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଉପର ଅଧିକାରୀଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସହକର୍ମୀମାନଙ୍କ କୃତ ମିଥ୍ୟା ଗୁଜବ ମନକୁ ଆନ୍ଦୋଳିତ କରିପାରେ। ପରିବାର ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ବିଛା
ବିଛା
ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ରହିବ ନାହିଁ । ତଥାପି କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାର ସୂଚନା ରହିଛି । ଭୂମି, ନିର୍ମାଣାଧୀନ କାର୍ଯ୍ୟ, ଗାଡିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ। ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା ମଧ୍ୟରେ ମହିଳାମାନଙ୍କର ଖାଦ୍ୟପେୟ ଠିକ୍‌ ରହି ନ ପାରେ।
ଧନୁ
ଧନୁ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବା ସକାଶେ ବହୁତ ହଇରାଣ ହେବାକୁ ପଡ଼ିବ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ ପ୍ରମୋଦର ମଉକା ଜୁଟିପାରେ। ପାଖ ପଡ଼ୋଶୀଙ୍କ ସାହାଯ୍ୟ ହେତୁ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ।
ମକର
ମକର
ସାଙ୍ଗସାଥୀ, ପଡ଼ୋଶୀ ତଥା ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ମନ ଦେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରିବ। କୌଣସି ମୂଲ୍ୟବାନ ଜିନିଷ ପରକୁ ଦେଇ ଆବଶ୍ୟକ ସମୟରେ ପାଇବେ ନାହିଁ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ ।
କୁମ୍ଭ
କୁମ୍ଭ
ସତ କହି ବନ୍ଧୁଙ୍କ ବିରାଗ ଭାଜନ ହୋଇପାରନ୍ତି। ସତର୍କତା ଅଭାବରୁ ହାତ, ପାଦରେ ଆଘାତ ଲାଗିବାର ଆଶଙ୍କା ରହିଛି। ସହକର୍ମୀ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି କେତେକ ଅସୁବିଧାଜନକ ସ୍ଥିତି ସୃଷ୍ଟି କରିବ। ନିଜ ପରିସରର ବ୍ୟକ୍ତିଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
ବିଭିନ୍ନ ପାରିବାରିକ ସମସ୍ୟା ମଧ୍ୟରେ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ସମ୍ପର୍କୀୟଙ୍କ ବିରୋଧାଚରଣ ନୂତନ ସମସ୍ୟାକୁ ଜନ୍ମ ଦେଇପାରେ। କେତେକ କ୍ଷେତ୍ରରେ ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟ, ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?