Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ
ଆଜି ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ବନ୍ଧୁମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଙ୍ଗଠନିକ ସ୍ଥିତି ବେଶ୍‌ ମଜଭୁତ ରହିବ। ଅଫିସ୍‌ରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ବୃଷ
ବୃଷ
ଆଜି ଆପଣଙ୍କ କଥା ଯେମିତି, କାମ ମଧ୍ୟ ସେମିତି ହେବ। ନିଜ ଲୋକ ବିରୋଧ କରୁଥିଲେ ମଧ୍ୟ ଶୁଭେଚ୍ଛୁମାନେ ଆପଣଙ୍କୁ ସୁହାଇଲା ଭଳି କଥା କହିବେ। ପାରିବାରିକ ଅଶାନ୍ତିର ହେତୁ ମନରେ ଭାବନାର ଜୁଆର କେନ୍ଦ୍ରୀଭୂତ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ପ୍ରଶାସନ, ଆଇନ ଅଦାଲତରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ସହାନୁଭୂତିର ସହ କଥା ଓ କାମରେ ସନ୍ତୁଷ୍ଟ କରାଇ ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ। ବିଭିନ୍ନ ଯୋଜନା କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ ଅନୁକୂଳ ବାତାବରଣ ସୃଷ୍ଟି ହେବ। ମତଭେଦ କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କର୍କଟ
କର୍କଟ
ଆଜି ଆପଣଙ୍କ ସ୍ବାସ୍ଥ୍ୟ, ଯାତ୍ରା, ବ୍ୟବସାୟରେ ଦୁଶ୍ଚିନ୍ତା ଦେଖାଦେଇପାରେ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ ଭାବେ ସମ୍ପୂର୍ଣ୍ଣ ହେବାର କ୍ଷୀଣ ଆଶା ରହିଛି। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତିରୁ ଆଶ୍ୱସ୍ତି ଲାଭ କରିବେ। ପ୍ରତିଯୋଗିତା କ୍ଷେତ୍ରରେ କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ରାଦିରେ ଉନ୍ନତମାନର ଫଳ ପାଇବେ।
ସି˚ହ
ସି˚ହ
ଆଜି ପ୍ରତ୍ୟେକ କ୍ଷେତ୍ର ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ଆଲୋଚନା ପରିସରରେ ପିଲାଳିଆମି କଥାରୁ ଦୂରେଇ ରହିଲେ ଭଲ। ଜମିଜମା କ୍ରୟ ବିକ୍ରୟ, ନିର୍ମାଣାଧୀନ କାମ, ଆମଦାନୀ, ବିଦେଶ ଯାତ୍ରା ପାଇଁ ଦିନଟି ଭଲ। କାର୍ଯ୍ୟଦକ୍ଷତାକୁ ନେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ।
କନ୍ୟା
ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ର ଅଶାନ୍ତ ରହିପାରେ। ବିରୋଧୀମାନଙ୍କ ଦ୍ୱାରା ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବାର ଆଶଙ୍କା ରହିଛି। କିନ୍ତୁ ସାମାଜିକ ସ୍ତରରେ ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ତୁଳା
ତୁଳା
ଆଜି ବିବାଦରୁ ଦୂରେଇ ରହନ୍ତୁ, ଅନ୍ୟଥା ପରିସ୍ଥିତି ସଙ୍ଗିନ୍‌ ହୋଇପାରେ। ପ୍ରତିଦ୍ୱନ୍ଦ୍ୱିତା କଲେ ଲାଭ ହେବନି। ଆର୍ଥିକ ସ୍ଥିତି ଭଲ ରହିବ, କିନ୍ତୁ ଆମତ୍ୀୟ ସ୍ବଜନଙ୍କ ଅସହିଷ୍ଣୁତା ଦୁଶ୍ଚିନ୍ତାର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ଆଶାନୁଯାୟୀ ସୁଫଳ ପାଇବେ।
ବିଛା
ବିଛା
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ ଓ କାମ ହାସଲ କରିବେ। ପାଖ ପଡ଼ୋଶୀ ମାନଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନରେ ଆଗ୍ରହ ପ୍ରକାଶ କରିପାରନ୍ତି। ଅଫିସିଆଲି କାମ ସକାଶେ ଅପରାହ୍ନରେ ଟେନସନ୍‌ ବଢ଼ିପାରେ। ଆପଣ ଆଜି ଯାହା କରନ୍ତୁନା କାହିଁକି, କାର୍ଯ୍ୟସାଧନରେ ସହଯୋଗର ଅଭାବ ରହିବନି।
ଧନୁ
ଧନୁ
ଅଭାବ ନ ଥିଲେ ମଧ୍ୟ କୌଣସି ବ୍ୟକ୍ତିର ପରୋକ୍ଷ ମନ୍ତ୍ରଣା ମାନସିକ ସୁସ୍ଥତାକୁ ନଷ୍ଟ କରିବ। ପରିଜନଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ। ହିତୈଷୀଙ୍କ ସହଯୋଗରୁ ଅର୍ଥ ଓ ସମ୍ମାନ ମିଳିବ, ବ୍ୟବସାୟିକ ଉନ୍ନତି କରିବେ। ପ୍ରତ୍ୟେକ କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।
ମକର
ମକର
ବନ୍ଧୁଙ୍କ କଥାକୁ ପାଳନ କଲେ ଉପକୃତ ହେବେ। ଦୂରାଗତ ବନ୍ଧୁଙ୍କ ଆଗମନ ହେତୁ ପାରିବାରିକ କ୍ଷେତ୍ର ଚଳଚଞ୍ଚଳ ରହିବ। ପରିବହନ, ପ୍ରଶାସନ, ପ୍ରକାଶନ, ସାହିତ୍ୟ, ସାମ୍ବାଦିକତା ତଥା ରଚନାମତ୍କ କାମ ପାଇଁ ଆଜି ଦିନଟି ପ୍ରକୃଷ୍ଟ ଦିବସ। କିନ୍ତୁ ଧନିଷ୍ଠା ନକ୍ଷତ୍ରର ବହୁତ ମାନସିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବୃଦ୍ଧି ପାଇପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମକୁ ସମ୍ପନ୍ନ କରିବେ ସତ, କିନ୍ତୁ ଟେନ୍‌ସନ ଜମା ଛାଡ଼ିବ ନାହିଁ। ସମସ୍ୟା ସମାଧାନ ହେବ, ମାତ୍ର ଅସୁବିଧାର ଶେଷ ପର୍ଯ୍ୟାୟରେ। ଘରର ବରାଦ ଅନୁଯାୟୀ ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। ଅବଶ୍ୟ ଉଦାରତା ଗୁଣ ସକାଶେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ।
ମୀନମୀନ
ଆପଣଙ୍କ ଚିନ୍ତାଧାରା ଭଲ ହେଲେ ମଧ୍ୟ କ’ଣ ହେବ ସତ କହି ସମସ୍ୟାକୁ ଡାକି ଆଣିବେ। ଅବଶ୍ୟ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଦେଖେଇ ଶିଖେଇ ବହୁତ କଥା କହିପାରନ୍ତି। ଫଳରେ କେତେକ କ୍ଷେତ୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ। ପାରିବାରିକ ବୁଝାମଣା ସମ୍ପର୍କରେ ମଧ୍ୟ ବିଶେଷ ଅଗ୍ରଗତି ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri