Posted inRasifala

ରାଶିଫଳ: ଶୁକ୍ରବାର , ମେ 20 ତାରିଖ – Daily Horoscope

ମେଷ
ଆଜି ବନ୍ଧୁମାନଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି। ଜଣେ ବନ୍ଧୁଙ୍କ ବିଚାରହୀନ ମନ୍ତବ୍ୟକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ। ଏକ ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। କର୍ମକ୍ଷେତ୍ରରେ ସାଧାରଣ ଭୁଲ୍‌ କାରଣରୁ ଅନୁତପ୍ତ ହୋଇପାରନ୍ତି।
ବୃଷ
ବୃଷ
ପୂର୍ବ ଯୋଜନା ଭଣ୍ଡୁର ଆଶଙ୍କାରେ ମାନସିକ ଅସ୍ଥିରତା ସୃଷ୍ଟିହେବ। ଅର୍ଥନୈତିକ କାର୍ଯ୍ୟକ୍ରମ, ଆଲୋଚନାଚକ୍ର, ସଭାସମିତି, ଆମଦାନୀ, କଳା କାରିଗରି କ୍ଷେତ୍ରରେ ସଫଳତା ପାଇବେ। ପରିବାରରେ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖାଦେଇପାରେ। ବିବାଦୀୟ ପରିସ୍ଥିତି, ମାଲିମକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ।
ମିଥୁନ
ମିଥୁନ
ସାହାଯ୍ୟ ଓ ସମର୍ଥନ ପାଇଲେ ମଧ୍ୟ କାମ ସକାଶେ ହନ୍ତସନ୍ତ ହେବାକୁ ପଡ଼ିବ। କେତେକ କାମ ସକାଶେ ବହୁତ ଅର୍ଥବ୍ୟୟର ସମ୍ଭାବନା ରହିଛି। ସାଧାରଣ କଥାକୁ କେନ୍ଦ୍ରକରି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିତା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
କର୍କଟ
କର୍କଟ
ଆଜି କାର୍ଯ୍ୟସିଦ୍ଧି, ଅର୍ଥଲାଭ, କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେତୁ ଖୁସି ରହିବେ। ପାରିବାରିକ କ୍ଷେତ୍ର, ଲୋକ ସମ୍ପର୍କ, ଆନୁଷ୍ଠାନିକ କାମ ସକାଶେ ପ୍ରତିକୂଳ ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି। ପରିବହନ, ଯାନବାହନ, ପ୍ରଶାସନ ଓ ପ୍ରଶାସନିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗିରହିବ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତିରୁ ଆଶ୍ୱସ୍ତି ଲଭିବେ।
ସି˚ହ
ସି˚ହ
ଆଜି ପଦସ୍ଥବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ଉଚ୍ଚ ପଦପଦବୀ ପ୍ରାପ୍ତି ଓ ବୈଷୟିକ ସୁଖ, ସମୃଦ୍ଧି ଦିଗରେ ଅନୁକୂଳତା ସୃଷ୍ଟିହେବ। ଆଇନ ଓ ଆଧ୍ୟାମତ୍ିକତାର ଗ୍ରହ ଶନି ରାଜନୀତି, ଅଦାଲତ, ଗଣତନ୍ତ୍ର, ସଂଗଠନ ଓ ସତ୍‌ସଙ୍ଗ କ୍ଷେତ୍ରକୁ ରୁଦ୍ଧିମନ୍ତ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
କନ୍ୟା
ସାମାଜିକ ଅନୁଷ୍ଠାନରେ କିମ୍ବା ଧର୍ମକାର୍ଯ୍ୟରେ ଅର୍ଥବ୍ୟୟ କରି ଖୁସି ହେବେ। ଜମିଜମା, ଗୃହସୀମା, ନିର୍ମାଣ, କୋର୍ଟକଚେରି କ୍ଷେତ୍ରରେ ସଂକଟ ସୃଷ୍ଟି ହେବ। ବନ୍ଧୁଙ୍କ ମନ୍ତବ୍ୟରେ ଭିନ୍ନତା ହେତୁ କୌଣସି କଥାର ମୀମାଂସା ହୋଇପାରିବ ନାହିଁ। ବନ୍ଧୁଙ୍କ ଦ୍ୱାରା ଆହୂତ ହୋଇ କୌଣସି ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ତୁଳା
ତୁଳା
ଆଜି ବିକ୍ଷିପ୍ତ ଓ ବିବାଦୀୟ ଚିନ୍ତାଧାରା କାମକୁ ବିଶୃଙ୍ଖଳିତ କରିପାରେ। ସମ୍ପର୍କୀୟମାନେ ପୁରାତନ କଥାକୁ କେନ୍ଦ୍ରକରି ଅସହଯୋଗ କରିପାରନ୍ତି। ସଭାସମିତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ପାରିବାରିକ, ଅର୍ଥସମ୍ପର୍କ, ଯାନ୍ତ୍ରିକ ଜିନିଷର କାରବାର କ୍ଷେତ୍ରରେ ବିଳମ୍ବ ଘଟିପାରେ ।
ବିଛା
ବିଛା
ଆଜି ବୈଷୟିକ ସୁଖ, ସମୃଦ୍ଧି ସଙ୍ଗକୁ ଅର୍ଥନୈତିକ ଅଭିବୃଦ୍ଧି ଓ ସାମାଜିକ କ୍ଷେତ୍ରରୁ ସମ୍ମାନ ଲଭିବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଗତ ଦିନର କୌଣସି ଘଟଣା ସକାଶେ ଟେନସନ୍‌ ବଢିପାରେ। ମାଲିମକଦ୍ଦମା, ଜମିଜମା କାରବାର, ନିର୍ମାଣ, ମୂଲ୍ୟବାନ ଜିନିଷର କିଣା ବିକା କ୍ଷେତ୍ରରେ ସୁଫଳ ପାଇବେ।
ଧନୁ
ଧନୁ
ସ୍ବାସ୍ଥ୍ୟ ଭଲ ରହିବ ନାହିଁ ଏବଂ ଆମତ୍ୀୟଙ୍କ ନିକଟରୁ ସହାନୁଭୂତି ମଧ୍ୟ ପାଇବେ ନାହିଁ। ପାରିବାରିକ କ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ଅର୍ଥ ଓ ସମ୍ମାନ ମିଳିବା ସଙ୍ଗକୁ ବ୍ୟବସାୟିକ ଉନ୍ନତି ମଧ୍ୟ କରିବେ ।
ମକର
ମକର
ପ୍ରତ୍ୟେକ ପରିସ୍ଥିତିକୁ ସହନଶୀଳତାର ସହ ସାମନା କରିବାର ଧୈର୍ଯ୍ୟ ହାସଲ କରିବେ। ଅର୍ଥ ସଂକଟ ଦୂର ହେବା ସଙ୍ଗକୁ ଟେକ୍ନିକାଲ୍‌ କାମରେ ବିଶେଷ ସୁବିଧା ପ୍ରାପ୍ତ ହେବ। ପୂର୍ବ ରାଗକୁ ଶୁଝାଇବାକୁ ଯାଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ସନ୍ଦେହ ଓ ଭୁଲ୍‌ବୁଝାମଣା ହେତୁ ସ୍ତ୍ରୀଙ୍କ ସୁସମ୍ପର୍କ ରହିବ ନାହିଁ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ମନୋରଞ୍ଜନ କାମରେ ଯୋଗଦେଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତ ଫଳ ପାଇବେ। କୌଶଳକ୍ରମେ ଅଟକିଥିବା କାମଟି ବନ୍ଧୁଙ୍କ ଦ୍ୱାରା କରାଇ ନେବେ। ପରିବାରରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହାକି ସମସ୍ୟା ବୃଦ୍ଧି କରିବ।
ମୀନମୀନ
କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟର ଲାଭାଂଶକୁ ଭିନ୍ନ ଉଦ୍ଦେଶ୍ୟରେ ବିନିଯୋଗ କରିବେ। ଆଲୋଚନା ମାଧ୍ୟମରେ ପାରିବାରିକ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବ। କର୍ମକ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ଶୃଙ୍ଖଳାକୁ ଅଗ୍ରାଧିକାର ଦେଇ ପରୋକ୍ଷଶତ୍ରୁତା ଅର୍ଜନ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଆଜିର କାଳସର୍ପ ଯୋଗ ବିଭିନ୍ନ କ୍ଷେତ୍ରରେ ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ଦ୍ୱିଜା ନକ୍ଷତ୍ର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ...

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥତିର ସାମନା କରିବାକୁ ପଡିପାରେ। ବନ୍ଧୁ ଓ ପରିବାର କ୍ଷେତ୍ରରେ ମଧ୍ୟ ପ୍ରତିକୂଳତାର ଝଲକ ଦେଖିବାକୁ ମିଳିବ। ଯେଉଁଥିପାଇଁ ଚିନ୍ତିତ...

ରାଶିଫଳ: ସୋମବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ଆପଣଙ୍କୁ ସାମଗ୍ରିକ ସୁଖ, ସୁବିଧା ସାଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ...

ରାଶିଫଳ: ମଙ୍ଗଳବାର, ଜୁନ୍ ୨୧ ତାରିଖ – Daily Horoscope

ମେଷ ଆଜି ଉତ୍ତେଜନାକୁ ନିୟନ୍ତ୍ରଣକରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେଇ ଅନ୍ୟର ଚକ୍ଷୁଶୂଳ ହେବେ। ଭଲ କହୁଥିବା...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ରାଶିର ଶୁକ୍ର ହେତୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା...

ରାଶିଫଳ: ରବିବାର, ଫେବୃୟାରୀ ୨୭ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଜି କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହାକି ଅନର୍ଥର କାରଣ...

ରାଶିଫଳ: ସୋମବାର, ଜୁନ୍ ୨୯ ତାରିଖ – Daily Horoscope

ମେଷ ବ୍ୟୟଭାବସ୍ଥ ମଙ୍ଗଳ ଆପଣଙ୍କ ଶାରୀରିକ ଅସୁସ୍ଥତା,ବ୍ୟୟବୃଦ୍ଧି ଓ ଆକସ୍ମିକ ଅନିଚ୍ଛାକୃତ ଯାତ୍ରା ଜନିତ ଚିନ୍ତିତ କରାଇବ । ଅବଶ୍ୟ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତି...

ରାଶିଫଳ: ରବିବାର, ଜୁନ୍‌ ୧୩ ତାରିଖ – Daily Horoscope

ମେଷ ପାରିବାରିକ ଦ୍ୱନ୍ଦ୍ୱ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିବ। ଯୋଜନା କାର୍ଯ୍ୟକାରୀ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା...

Advertisement
Archives

Model This Week