Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍ ୩ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଲାଭବାନ୍‌ ହେବେ। ପୂର୍ବରୁ ଥିବା ବିବାଦ ପରିପ୍ରେକ୍ଷୀରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ନିର୍ମାଣ, ପ୍ରକାଶନ, ଗଣ ଯୋଗାଯୋଗ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ସମସ୍ୟା ସମାଧାନ ପୂର୍ବକ କର୍ମକ୍ଷେତ୍ରରେ ହାତକୁ ନେଇଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଭାସମିତି, ସାମ୍ବାଦିକତା, ଏଜେନ୍ସିପ୍‌ରୁ ପ୍ରଶଂସିତ ହେବେ। ନିକଟ ସମ୍ପର୍କୀୟଙ୍କଠାରୁ ଅଯାଚିତ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ। ସନ୍ତାନ ହେତୁକ ଦୁଶ୍ଚିନ୍ତାରେ ସାମୟିକ ମନ ଭାରାକ୍ରାନ୍ତ ରହିବ।
ମିଥୁନ
ମିଥୁନ
ବିବଦମାନ ପରିସ୍ଥିତି ସୃଷ୍ଟି ହେତୁ ପରିବାରରେ ସ୍ତ୍ରୀଙ୍କ ସହ ମତଭେଧ ଘଟିପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ସାମୟିକ ଖୁସି ରହିବ। ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ସାମାଜିକ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି।
କର୍କଟ
କର୍କଟ
ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ନିଜ ଲୋକଙ୍କୁ ଭୁଲ୍‌ ବୁଝି ହଇରାଣରେ ପଡ଼ିପାରନ୍ତି। ଆଜି ହଠାତ୍‌ କୌଣସି ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନ୍‌ସନ୍‌ ଦୂର ହେବ। ବ୍ୟବସାୟ, ଯାତ୍ରା, ଆଲୋଚନା କ୍ଷେତ୍ରରେ ସଫଳତାର ଶୀର୍ଷରେ ଉପନୀତ ହେବେ।
ସି˚ହ
ସି˚ହ
ମନ ବିଚଳିତ ରହିବା କାରଣରୁ କେତେକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ଅସମର୍ଥ ହୋଇପାରନ୍ତି। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ଅଫିସରେ କିମ୍ବା ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ, ନିର୍ମାଣ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ।
କନ୍ୟା
କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟକର ହେବ। ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ। ପଡ଼ୋଶୀଙ୍କ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
ପ୍ରଚଣ୍ଡ ଖରାରେ ଦୀର୍ଘପଥ ଅତିକ୍ରମ କରିବା କାରଣରୁ ସ୍ବାସ୍ଥ୍ୟରେ ସମସ୍ୟା ପରିଲକ୍ଷିତ ହେବ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ହଠାତ୍‌ ଜଣେ ବନ୍ଧୁଙ୍କ କାମରେ ଯୋଗ ଦେବା ପାଇଁ ମନ ଛଟପଟ ହେବ। ସାହିତ୍ୟ, ରାଜନୀତି, ସାମ୍ବାଦିକତା ଆଇନ ଓ ଅଦାଲତ ତଥା ଲେଖାପଢ଼ାରୁ ଶୁଭଫଳ ପାଇବେ।
ବିଛା
ବିଛା
ଯାତ୍ରା ସମୟରେ ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ। ସହମତି ଭିତ୍ତିରେ କିମ୍ବା ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ସଂଗଠନ, ଆନୁଷ୍ଠାନିକ କାମ, ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। କଳା, ସାହିତ୍ୟ ଓ ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ପାରିବାରିକ ସମସ୍ୟା କେତେକାଂଶରେ କମି ଯାଇଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ପାରିବାରିକ ପ୍ରତିରୋଧ କାମକୁ କେତେକାଂଶରେ ବିଶୃଙ୍ଖଳିତ କରିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
ଆଜି ଯେଉଁ କାମଟିକୁ ଆରମ୍ଭ କରିବେ ତାହା ନିଶ୍ଚିତ ସଫଳତାର ଶୀର୍ଷକୁ ଛୁଇଁବ। କାହା ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ଭୋଗିବାକୁ ପଡ଼ିବ। ଅତି ଭଲ ସମ୍ପର୍କ ରଖିଥିବା ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
କୁମ୍ଭ
କୁମ୍ଭ
ମନରେ ଦୀର୍ଘଦିନରୁ ଅଶାନ୍ତି ଭରି ରହିଥିଲେ ମଧ୍ୟ କାମରେ କୌଣସି ଅସୁବିଧା ହେବ ନାହିଁ। ସାଧାରଣ ମନେ ନ କରି ପିଲାମାନଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ଦୁଶ୍ଚିନ୍ତାର କାରଣ ହୋଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି।
ମୀନମୀନ
କାର୍ଯ୍ୟସିଦ୍ଧି ହେବା କାରଣରୁ ମାନସିକ ସ୍ଥିତି ବହୁତ ଭଲ ରହିବ। ବହୁତ ଦିନରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ଏକ ଭିନ୍ନ ପରିବେଶରେ ପୁଣି ଯୋଡ଼ି ହୋଇଯିବ। ଜମିଜମା କାରବାର, କଳକାରଖାନା, ହୋଟେଲ, ତେଜରାତି ଦୋକାନ ପ୍ରଭୃତିରୁ ବିଶେଷ ଲାଭବାନ୍‌ ହେବେ। ବିଶେଷ ଭ୍ରମଣ ହେତୁକ ଅବସାଦ ଦେଖାଦେଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri