Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ
ବିଭିନ୍ନ ସମସ୍ୟାକୁ ନେଇ ମନ ବିଭ୍ରାନ୍ତ ରହିବ। ଅନୁନୟ ବିନୟର ସହ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ସାହିତ୍ୟ, ଚଳଚ୍ଚିତ୍ର, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ।
ବୃଷ
ବୃଷ
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। ନିକଟ ସମ୍ପର୍କୀୟଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହେବ।
ମିଥୁନ
ମିଥୁନ
ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହା କି ପରିସ୍ଥିତିକୁ ସାବଲୀଳ କରିବାରେ ସହାୟକ ହେବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।
କର୍କଟ
କର୍କଟ
ନିଜର ବ୍ୟବହାରରେ ପରିବର୍ତ୍ତନ ଆଣିବା ସହ ସତର୍କତା ଅବଲମ୍ବନ କରିବା ଭଲ ହେବ। ଅଫିସ୍‌ରୁ ଅସମର୍ଥିତ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ। ଏହି ସୁଯୋଗ ପାଇବା ସହଜ ହୋଇ ନ ପାରେ। ଦାମ୍ପତ୍ୟ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହେବ।
ସି˚ହ
ସି˚ହ
ଭୁଲ୍‌ ବୁଝାମଣାରୁ ଘରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ପାଇବାର ଆଶା ରହିଛି। ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ଆର୍ଥିକ ଅନଟନ ହେତୁକ ଗୁରୁତ୍ୱପୂର୍ଣ୍ଣ କାମଟି ଅଟକି ଯିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ। ବ୍ୟବସାୟିକ ସ୍ଥିତି ଭଲ ରହିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ତୁଳା
ତୁଳା
ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା କଷ୍ଟକର ହେବ। ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନାପଡି ସମାଲୋଚିତ ହୋଇପାରନ୍ତି।
ବିଛା
ବିଛା
ଆକସ୍ମିକ ପ୍ରତିବନ୍ଧକ କାରଣରୁ ଯୋଜନାଗୁଡିକ ମଧ୍ୟ ଠିକ୍‌ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ଅର୍ଥ ସମ୍ପର୍କୀୟ କାମରେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରର ଘଟଣାଗୁଡ଼ାକ ଅସାଧାରଣ ମନେହେବ। କେତେକ କ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।
ଧନୁ
ଧନୁ
ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ନ ହେଲେ ଅନୁତାପ କରିବାକୁ ପଡିପାରେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ।
ମକର
ମକର
ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡିପାରେ। କର୍ମକ୍ଷେତ୍ରରେ ଅନମାନଙ୍କ ମତକୁ ସମ୍ମାନ ଦେଲେ ପ୍ରଶଂସିତ ହେବେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
ଗତକାଲିର ଘଟଣା ମନକୁ ବିବ୍ରତ କଲେ ହେଁ ମଧ୍ୟାହ୍ନ ପରେ ମନ ଶାନ୍ତ ରହିବ। କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କଲେ ଅସୁବିଧାରେ ପଡିବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମୀନମୀନ
ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଘରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇ ପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri