Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ
ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ଲାଗି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାର ସୂଚନା ରହିଛି।
ବୃଷ
ବୃଷ
ବୁଧ ଦୁଃସ୍ଥାନରେ ରହିଥିବାରୁ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହେବ। ସମ୍ପର୍କୀୟଙ୍କ ଚକ୍ରାନ୍ତରୁ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହେବ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ଭାତୃ ସମ୍ପର୍କରେ ଅବନତି ଘଟିବ।
ମିଥୁନ
ମିଥୁନ
ରାଶିରେ ଶୁଭଗ୍ରହଙ୍କ ସ୍ଥିତି ଅଭିଳାଷ ପୂରଣ ଦିଗରେ ସାହାଯ୍ୟ କରିବ। ନୂତନ କାର୍ଯ୍ୟ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ କାରଣରୁ ବ୍ୟବସାୟୀଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ।
କର୍କଟ
କର୍କଟ
ଅନୁକୂଳ ଗ୍ରହସ୍ଥିତି ପ୍ରଭାବରୁ ଆଜି ଯାହା ଚାହୁଁଛନ୍ତି ପାଇବାରେ ଅସୁବିଧା ହେବନାହିଁ। କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ। ପାରିବାରିକ ଜୀବନରେ ଅସହିଷ୍ଣୁତା ଓ ପକ୍ଷପାତିତା ଅଶାନ୍ତିର କାରଣ ହେବାର ସୂଚନା ରହିଛି ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଷ୍ଟମସ୍ଥ ଶନି ପ୍ରଭାବରେ କେତେକ କାମରେ ମନସ୍ତାପ କରିପାରନ୍ତି। ଭୁଲ୍‌ ବୁଝାମଣାରୁ ଘରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି। ଦେହ ଭଲ ରହିବା ସାଙ୍ଗକୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ।
କନ୍ୟା
ଧନଭାବସ୍ଥ ବୁଧଙ୍କ ଯୋଗୁ ନିଜ ଲୋକଙ୍କ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିବେ। ଭଲ ସମ୍ପର୍କ ନଥିବା ବନ୍ଧୁଙ୍କ ଛଳନାତ୍ମକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପାରିବାରିକ କ୍ଷେତ୍ରରେ ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିପାରେ।
ତୁଳା
ତୁଳା
ଏକାଧିକ ଗ୍ରହ ଧନ ସ୍ଥାନରେ ରହି ଅର୍ଥନୈତିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ପ୍ରଦାନ କରିପାରନ୍ତି। ବନ୍ଧୁଙ୍କ ଜରିଆରେ ବିଭ୍ରାନ୍ତିକର ଖବର ପାଇ ବିବ୍ରତ ହୋଇପାରନ୍ତି। କର୍ମକ୍ଳାନ୍ତ ଶରୀର ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ପୂର୍ବାହ୍ନରେ କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହେବାର ସୂଚନା ରହିଛି ।
ବିଛା
ବିଛା
ରାଶିସ୍ଥ ଗ୍ରହମାନେ ଲକ୍ଷ୍ୟହୀନ ଭ୍ରମଣ ସାଙ୍ଗକୁ କାର୍ଯ୍ୟ କ୍ଷେତ୍ରକୁ ଶୃଙ୍ଖଳିତ ରଖିବେ ନାହିଁ। ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରର ଘଟଣାଗୁଡ଼ିକ ଅସାଧାରଣ ମନେ ହେବ। ପରିବାରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।
ଧନୁ
ଧନୁ
ଆଜି ଖର୍ଚ୍ଚ ବୃଦ୍ଧି କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ଆଶାନୁରୂପ ସଫଳତା ହାସଲ କରିିବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟକର ହେବ। ଅଷ୍ଟମସ୍ଥ ବୃହସ୍ପତି ଯୋଗୁ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପସ୍ତାଇବେ।
ମକର
ମକର
ରାହୁଙ୍କ ପ୍ରଭାବରେ ବନ୍ଧୁଙ୍କ ପ୍ରତି ଅନୁରକ୍ତି ପାରିବାରିକ କଳହକୁ ନିମନ୍ତ୍ରଣ କରିବ। ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ ମାତ୍ର ଖର୍ଚ୍ଚ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି। ପୂର୍ବ ଶତ୍ରୁତାକୁ ନେଇ ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି ।
କୁମ୍ଭ
କୁମ୍ଭ
ଆନୁଷଙ୍ଗିକ ସାହାଯ୍ୟ ଲାଭକରି ଅଟକି ରହିଥିବା କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତୀତର ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଏଣୁ ସାବଧାନତା ନିତାନ୍ତ ଦରକାର। ଯାତ୍ରା, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମୀନମୀନ
ପ୍ରତ୍ୟେକ ଦୃଷ୍ଟିକୋଣରୁ ଗ୍ରହସ୍ଥିତି ଆଜିର ଜୀବନଯାତ୍ରା ପାଇଁ ଅନୁକୂଳ ରହିବ। ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri