Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ
ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କ ସହକର୍ମୀ କିମ୍ବା ପଡୋଶୀଙ୍କ ସହ ମନାନ୍ତର ସୃଷ୍ଟି କରିବ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କବିତର୍କର ସମ୍ମୁଖୀନ ହେବାକୁ ପଡିପାରେ। କିନ୍ତୁ ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବାରେ କୌଣସି ଅସୁବିଧା ହେବ ନାହିଁ। ଭ୍ରମଣ ସୁଯୋଗ ଜୁଟିବା ସହ ନୂତନ ବନ୍ଧୁତା ସୃଷ୍ଟି ହେବାର ଆଶା ରହିଛି।
ବୃଷ
ବୃଷ

କର୍ମାଧିପ ରବିଙ୍କ ନକ୍ଷତ୍ରସ୍ଥ ଯୋଗୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ଅବଦାନ ରହିବ। ଘରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହେବାରୁ କଳହ ସୃଷ୍ଟି ହୋଇପାରେ। ପରିବାରର ବରାଦାନୁଯାୟୀ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅତୀତ ଘଟଣା ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ।

ମିଥୁନ
ମିଥୁନ
ଧନାଧିପ ରାଶିରେ ପାପଗ୍ରହ ନକ୍ଷତ୍ରରେ ଥିବାରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ। ସାମାଜିକ ସ୍ତରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଳସ୍ୟ ଓ ଅବହେଳା ଯୋଗୁଁ ସୁଯୋଗ ହାତଛଡା ହୋଇପାରେ। ଅନ୍ୟମାନଙ୍କର ଟୁପଟାପ୍‍ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ।
କର୍କଟ
କର୍କଟ
ଆକସ୍ମିକ ଭାବରେ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ। ମନ ଖୁସୀ ହେଲା ଭଳି କୌଣସି ଖବର ଅସମର୍ଥିତ ସୂତ୍ରରୁ ପାଇ ଖୁସୀ ହୋଇପାରନ୍ତି। ରବିଙ୍କ ଦୁର୍ବଳତା କାରଣରୁ ଆର୍ଥିକ ସ୍ଥିତିରେ ଅବନ୍ନତି କେତେକ ସମସ୍ୟାର କାରଣ ହୋଇପାରନ୍ତି। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି।
ସି˚ହ
ସି˚ହ
ଶନି ଓ ଚନ୍ଦ୍ରଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ସହକର୍ମୀ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ମଘା ନକ୍ଷତ୍ର ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ଚନ୍ଦ୍ର ମିଥୁନ ରାଶିରେ ଥିବାରୁ କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ଟେନ୍ସନ ସୃଷ୍ଟି କରିବ। ହସ୍ତା ନକ୍ଷତ୍ର ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ନିଜ ପରିସରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। କଠୋର ପରିଶ୍ରମ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେବାର ସୂଚନା ରହିଛି
ତୁଳା
ତୁଳା
ଭାଗ୍ୟସ୍ଥାନରେ କର୍ମାଧିପ ରହିଥିବାରୁ ଦୀର୍ଘ ଦିନର ଆଶା ପୂରଣ ହେବା ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ। କିନ୍ତୁ ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ। ଚିତ୍ରା ନକ୍ଷତ୍ରର ସୁବିଧା ଥାଇ ମଧ୍ୟ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ବିଛା
ବିଛା
ରାଶିରେ କେତୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପାରନ୍ତି। ବିବାଦୀୟ ମାମଲା ମନ୍ଥର ହେବା ସହ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ଅନୁରାଧା ନକ୍ଷତ୍ର ଉଚ୍ଚବର୍ଗଙ୍କ ସହାୟତା ଲାଭକରି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। କିନ୍ତୁ ପାଖ ପଡୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି।
ଧନୁ
ଧନୁ
ନୀଚ ରାଶିରେ ଶୁକ୍ରଥିବାରୁ କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅଭାବ ନ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍ଭାବ ସହକର୍ମୀମାନଙ୍କ ସହଯୋଗ ଲାଭ କରି କାମ ହାସଲ କରିବେ। ପୂର୍ବାଷାଢା ନକ୍ଷତ୍ରର ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ମକର
ମକର

ଶୁକ୍ରଙ୍କ ନୀଚଭଙ୍ଗ ରାଜଯୋଗ ପ୍ରଭାବରୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ, ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ। କିନ୍ତୁ ମନରେ ଭାବୁଥିବା କଥାଟି ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ।

କୁମ୍ଭ
କୁମ୍ଭ
ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବା ସହ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଦ୍ୱିତୀୟସ୍ଥ ମଙ୍ଗଳଙ୍କ କୁପ୍ରଭାବରୁ ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ କିନ୍ତୁ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପଡୋଶୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି।
ମୀନମୀନ

ଆନୁଷଙ୍ଗିକ ସବୁପ୍ରକାର ସୁବିଧାଥିଲେ ମଧ୍ୟ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିବାର ସୂଚନା ରହିଛି। ରେବତୀ ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ବନ୍ଧୁସମ୍ପର୍କ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri