Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୬ ତାରିଖ – Daily Horoscope

ମେଷ
ଆଜି ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗୁ ଧନହାନି କିମ୍ବା ଅର୍ଥସମ୍ପର୍କୀୟ ବିବାଦ ଲାଗିପାରେ। କୌଣସି ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢାଇବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ ଅଧିକାଂଶ ସମୟ କଟିବ। ଦୀର୍ଘ ସମୟ କାର୍ଯ୍ୟବ୍ୟସ୍ତ ରହି ଏକ ପ୍ରକାର କ୍ଳାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ

ଶନି ଓ ଶୁକ୍ରଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ଫୁଲାଫାଙ୍କିଆ ମିଜାଜରେ ସମୟର ଅପଚୟ କରିପାରନ୍ତି। ବାଣିଜ୍ୟ କ୍ଷେତ୍ରରେ, ପ୍ରତିଦ୍ୱନ୍ଦ୍ୱିତା କାରଣରୁ କିମ୍ବା ଜମିଜମା ସମ୍ବନ୍ଧୀୟ ମାନସିକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡିପାରେ। ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମରେ ଶୁକ୍ରଙ୍କ ପ୍ରଭାବରୁ ଭାବଗତ ସମ୍ପର୍କକୁ ଦୃଢୀଭୂତ କରିବେ।

ମିଥୁନ
ମିଥୁନ
ଆଜି ଆପଣ ହସଖୁସୀର ପରିବେଶ ଭିତରେ ନିଜକୁ ହଜାଇ ଦେବେ। ମାତ୍ର କେତେକ କ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ଆତ୍ମବଡିମା ପ୍ରକାଶ କରି ଉପହସିତ ହେବାକୁ ପଡିପାରେ। ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ ଓ ଧୀରେ ସୁସ୍ଥେ କାମ କରିପାରନ୍ତି। ଆକସ୍ମିକଭାବରେ ଅର୍ଥ ସଙ୍କଟର ଆଶଙ୍କା ଦେଖାଦେଇପାରେ।
କର୍କଟ
କର୍କଟ
ରବି ଏବଂ ବୁଧ ତଥା ଶୁକ୍ର କ୍ଷେତ୍ର ପରିବର୍ତ୍ତନ କରିଥିବାରୁ ପାରିବାରିକ ଜୀବନରେ ସୁଖଦ ଅନୁଭୂତିର ସୌଭାଗ୍ୟ ଅର୍ଜନ କରିବେ। ଯାନବାହନ, କଳା, ସାହିତ୍ୟ, ରଚନାମତ୍କ କାର୍ଯ୍ୟରେ ଅଭିରୁଚି ବଳିବ ଓ ପ୍ରଶଂସିତ ମଧ୍ୟ ହେବେ। ପ୍ରିୟବ୍ୟକ୍ତିଟି ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି।
ସି˚ହ
ସି˚ହ
ଆଜି ସାମୟିକ ବିଭିନ୍ନ ପ୍ରକାରର ଅସ୍ବାଭାବିକ ପରିସ୍ଥିତିକୁ ସାମ୍‌ନା କରି ମନ ଚିନ୍ତା ସାଗରରେ ଭାସି ବୁଲିବ। ଏଣେ ପିଲାଙ୍କ ଜଞ୍ଜାଳ, ତେଣେ ନିଜର ସଉକି, ପରସ୍ପର ବିପରୀତ ପରିସ୍ଥିତିରେ ମନ ଦୋଳାୟମାନ ହୋଇପାରେ। ଅଫିସରେ କୌଣସି ଫାଇଲ କାମ ସମ୍ପର୍କରେ ଉପରିସ୍ଥଙ୍କୁ କୈଫିୟତ୍‌ ଦେବାକୁ ପଡିବ।
କନ୍ୟା
ରବି ରାଶିରେ ଥିବାରୁ ପରିଣାମ କଅଣ ହେବ ସେଥି ପାଇଁ ଚିନ୍ତା କରନ୍ତୁ ନାହିଁ। ସାମାନ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଭିତରେ କାମ ହସଲ କରିହେବ। ପ୍ରଶାସନ କିମ୍ବା ରାଜନୀତିରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ଉନ୍ନତି ଘଟିବ।
ତୁଳା
ତୁଳା
ସାମାଜିକ ସ୍ତରରେ ନିଜକୁ ଆଗରେ ରଖିପାରିବେ ନାହିଁ, ଫଳରେ ପଶ୍ଚାତ୍ତାପ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ଘର ସାଜସଜ୍ଜା, ଗାଡି ମୋଟରାଦି ଯାନ୍ତ୍ରିକ ଜିନିଷର ମରାମତିରେ ଅଧିକ ସମୟ ନେଇପାରନ୍ତି। ବନ୍ଧୁଗହଣରେ ନୂତନ ଭାବେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ।
ବିଛା
ବିଛା
କେତୁ ଓ ଶନିଙ୍କ ସ୍ଥିତିଜନିତ ନିଜ ବାସସ୍ଥାନ ନିକଟରେ ରହୁଥିବା ଲୋକଟିଏ ଆପଣଙ୍କୁ ମିଛ କଥା କହିପାରେ। ପାରିବାରିକ ସ୍ଥିତି କେତେକାଂଶରେ ଭଲ ଦିଗକୁ ଗତି କରିବ। ଅଫିସ କାମରେ ସହକର୍ମୀମାନଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
ଧନୁ
ଧନୁ
ଆପଣଙ୍କ ବ୍ୟକ୍ତି କୈନ୍ଦ୍ରିକ ଚିନ୍ତାଧାରା ସାମାଜିକ ଜୀବନରେ ଅଶାନ୍ତିର କାରଣ ବନିପାରେ। ସନ୍ତାନ, ଶିକ୍ଷା ଓ ମାଲି ମକଦ୍ଦମା କ୍ଷେତ୍ରରେ ସଫଳତା ପାଇବେ। ଅଫିସ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଆଜିର ଦୈନିକଚର୍ଯ୍ୟା ସ୍ବାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ପଡ଼ିବ ନାହିଁ।
ମକର
ମକର

ଆଜି କୌଣସି କାମ ଅଟକିବ ନାହିଁ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ସହ ଟେନ୍ସନ ଲାଗି ରହିବ। ସାମାଜିକ ସ୍ତରରେ ଉଚ୍ଚ ବର୍ଗର ବ୍ୟକ୍ତିବିଶେଷଙ୍କଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ
ଦୌରାତ୍ମ୍ୟ ଅସହ୍ୟ ହୋଇପାରେ।

କୁମ୍ଭ
କୁମ୍ଭ
ଅନ୍ୟମାନଙ୍କ ପ୍ରରୋଚନାରେ ନିଜର ଆ ତ୍ମୀୟା ଜଣେ କିଛି ସମସ୍ୟା ସୃଷ୍ଟିରେ ସାହାଯ୍ୟ କାରିପାରନ୍ତି। ପରିବାରରେ ପିଲାମାନଙ୍କ ସମସ୍ୟା ନେଇ କିମ୍ବା ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ଅନଟନ ଦୂରେଇବା ସକାଶେ ଧାର କରଜ କରିବାକୁ ବାଧ୍ୟ ହେବାକୁ ପଡିବ।
ମୀନମୀନ

ନୂତନ ଗାଡି, ମୋଟର, ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମାନସିକ ସ୍ତରରେ ପ୍ରସ୍ତୁତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ। ସମୟାନୁବର୍ତ୍ତିତା ଓ ଶୃଙ୍ଖଳା ରକ୍ଷା କରିବା ଦିଗରେ ପ୍ରଶାସନିକ ସ୍ତରରେ ଉଦ୍ୟମ କରି ପ୍ରଶଂସିତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri