Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୬ ତାରିଖ – Daily Horoscope

ମେଷ
ଆଜି ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗୁ ଧନହାନି କିମ୍ବା ଅର୍ଥସମ୍ପର୍କୀୟ ବିବାଦ ଲାଗିପାରେ। କୌଣସି ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢାଇବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ ଅଧିକାଂଶ ସମୟ କଟିବ। ଦୀର୍ଘ ସମୟ କାର୍ଯ୍ୟବ୍ୟସ୍ତ ରହି ଏକ ପ୍ରକାର କ୍ଳାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ

ଶନି ଓ ଶୁକ୍ରଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ଫୁଲାଫାଙ୍କିଆ ମିଜାଜରେ ସମୟର ଅପଚୟ କରିପାରନ୍ତି। ବାଣିଜ୍ୟ କ୍ଷେତ୍ରରେ, ପ୍ରତିଦ୍ୱନ୍ଦ୍ୱିତା କାରଣରୁ କିମ୍ବା ଜମିଜମା ସମ୍ବନ୍ଧୀୟ ମାନସିକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡିପାରେ। ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମରେ ଶୁକ୍ରଙ୍କ ପ୍ରଭାବରୁ ଭାବଗତ ସମ୍ପର୍କକୁ ଦୃଢୀଭୂତ କରିବେ।

ମିଥୁନ
ମିଥୁନ
ଆଜି ଆପଣ ହସଖୁସୀର ପରିବେଶ ଭିତରେ ନିଜକୁ ହଜାଇ ଦେବେ। ମାତ୍ର କେତେକ କ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ଆତ୍ମବଡିମା ପ୍ରକାଶ କରି ଉପହସିତ ହେବାକୁ ପଡିପାରେ। ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ ଓ ଧୀରେ ସୁସ୍ଥେ କାମ କରିପାରନ୍ତି। ଆକସ୍ମିକଭାବରେ ଅର୍ଥ ସଙ୍କଟର ଆଶଙ୍କା ଦେଖାଦେଇପାରେ।
କର୍କଟ
କର୍କଟ
ରବି ଏବଂ ବୁଧ ତଥା ଶୁକ୍ର କ୍ଷେତ୍ର ପରିବର୍ତ୍ତନ କରିଥିବାରୁ ପାରିବାରିକ ଜୀବନରେ ସୁଖଦ ଅନୁଭୂତିର ସୌଭାଗ୍ୟ ଅର୍ଜନ କରିବେ। ଯାନବାହନ, କଳା, ସାହିତ୍ୟ, ରଚନାମତ୍କ କାର୍ଯ୍ୟରେ ଅଭିରୁଚି ବଳିବ ଓ ପ୍ରଶଂସିତ ମଧ୍ୟ ହେବେ। ପ୍ରିୟବ୍ୟକ୍ତିଟି ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି।
ସି˚ହ
ସି˚ହ
ଆଜି ସାମୟିକ ବିଭିନ୍ନ ପ୍ରକାରର ଅସ୍ବାଭାବିକ ପରିସ୍ଥିତିକୁ ସାମ୍‌ନା କରି ମନ ଚିନ୍ତା ସାଗରରେ ଭାସି ବୁଲିବ। ଏଣେ ପିଲାଙ୍କ ଜଞ୍ଜାଳ, ତେଣେ ନିଜର ସଉକି, ପରସ୍ପର ବିପରୀତ ପରିସ୍ଥିତିରେ ମନ ଦୋଳାୟମାନ ହୋଇପାରେ। ଅଫିସରେ କୌଣସି ଫାଇଲ କାମ ସମ୍ପର୍କରେ ଉପରିସ୍ଥଙ୍କୁ କୈଫିୟତ୍‌ ଦେବାକୁ ପଡିବ।
କନ୍ୟା
ରବି ରାଶିରେ ଥିବାରୁ ପରିଣାମ କଅଣ ହେବ ସେଥି ପାଇଁ ଚିନ୍ତା କରନ୍ତୁ ନାହିଁ। ସାମାନ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଭିତରେ କାମ ହସଲ କରିହେବ। ପ୍ରଶାସନ କିମ୍ବା ରାଜନୀତିରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ଉନ୍ନତି ଘଟିବ।
ତୁଳା
ତୁଳା
ସାମାଜିକ ସ୍ତରରେ ନିଜକୁ ଆଗରେ ରଖିପାରିବେ ନାହିଁ, ଫଳରେ ପଶ୍ଚାତ୍ତାପ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ଘର ସାଜସଜ୍ଜା, ଗାଡି ମୋଟରାଦି ଯାନ୍ତ୍ରିକ ଜିନିଷର ମରାମତିରେ ଅଧିକ ସମୟ ନେଇପାରନ୍ତି। ବନ୍ଧୁଗହଣରେ ନୂତନ ଭାବେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ।
ବିଛା
ବିଛା
କେତୁ ଓ ଶନିଙ୍କ ସ୍ଥିତିଜନିତ ନିଜ ବାସସ୍ଥାନ ନିକଟରେ ରହୁଥିବା ଲୋକଟିଏ ଆପଣଙ୍କୁ ମିଛ କଥା କହିପାରେ। ପାରିବାରିକ ସ୍ଥିତି କେତେକାଂଶରେ ଭଲ ଦିଗକୁ ଗତି କରିବ। ଅଫିସ କାମରେ ସହକର୍ମୀମାନଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
ଧନୁ
ଧନୁ
ଆପଣଙ୍କ ବ୍ୟକ୍ତି କୈନ୍ଦ୍ରିକ ଚିନ୍ତାଧାରା ସାମାଜିକ ଜୀବନରେ ଅଶାନ୍ତିର କାରଣ ବନିପାରେ। ସନ୍ତାନ, ଶିକ୍ଷା ଓ ମାଲି ମକଦ୍ଦମା କ୍ଷେତ୍ରରେ ସଫଳତା ପାଇବେ। ଅଫିସ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଆଜିର ଦୈନିକଚର୍ଯ୍ୟା ସ୍ବାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ପଡ଼ିବ ନାହିଁ।
ମକର
ମକର

ଆଜି କୌଣସି କାମ ଅଟକିବ ନାହିଁ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ସହ ଟେନ୍ସନ ଲାଗି ରହିବ। ସାମାଜିକ ସ୍ତରରେ ଉଚ୍ଚ ବର୍ଗର ବ୍ୟକ୍ତିବିଶେଷଙ୍କଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ
ଦୌରାତ୍ମ୍ୟ ଅସହ୍ୟ ହୋଇପାରେ।

କୁମ୍ଭ
କୁମ୍ଭ
ଅନ୍ୟମାନଙ୍କ ପ୍ରରୋଚନାରେ ନିଜର ଆ ତ୍ମୀୟା ଜଣେ କିଛି ସମସ୍ୟା ସୃଷ୍ଟିରେ ସାହାଯ୍ୟ କାରିପାରନ୍ତି। ପରିବାରରେ ପିଲାମାନଙ୍କ ସମସ୍ୟା ନେଇ କିମ୍ବା ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ଅନଟନ ଦୂରେଇବା ସକାଶେ ଧାର କରଜ କରିବାକୁ ବାଧ୍ୟ ହେବାକୁ ପଡିବ।
ମୀନମୀନ

ନୂତନ ଗାଡି, ମୋଟର, ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମାନସିକ ସ୍ତରରେ ପ୍ରସ୍ତୁତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ। ସମୟାନୁବର୍ତ୍ତିତା ଓ ଶୃଙ୍ଖଳା ରକ୍ଷା କରିବା ଦିଗରେ ପ୍ରଶାସନିକ ସ୍ତରରେ ଉଦ୍ୟମ କରି ପ୍ରଶଂସିତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri