

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଯାନ୍ତ୍ରିକ ଶିଳ୍ପ,ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ।


ବିଷାଦଗ୍ରସ୍ତ ହୋଇପାରନ୍ତି । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ । ସାହିତ୍ୟ, କଳା,
ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।


ଅକ୍ଷୁଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତିଲାଭ କରିବେ । ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଆନୁଷ୍ଠାନିକ କାମରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ ।




ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି । କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି । ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ । ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ ।


ଆଜି ଆପଣ ନିଜକାମ ପଛକୁ ପକାଇ ଅନ୍ୟ ମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ । ସହକର୍ମୀ କିମ୍ବା ବନ୍ଧୁମାନଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ଦୂରଯାତ୍ରାର ସୁଯୋଗ ପାଇବେ କିନ୍ତୁ ଯାଇପାରିବେ ନାହିଁ ।

